ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ପରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ବର୍ଷା ଏ ନେଇ ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ ଆଇଆଇସି କିଶୋର କୁମାର ସାମଲ ମାମଲା ନଂ.୨୭୦/୨୬ ଭାରତୀୟ ନ୍ୟାୟ ସଂହିତା ର ଦଫା – ୮୫/୧୧୫(୨)/୩୨୯(୪)/୨୯୬/୧୦୯/୩୫୧(୨)/୩(୫) ଏବଂ ଯୌତୁକ ନିରୋଧ ଆଇନର ଧାରା -୪ ଅନୁଯାୟୀ ଅଭିଯୁକ୍ତ ସ୍ବାମୀ ଆକାଶ ସିଂ, ଶାଶୁ ଜ୍ୟୋସ୍ନା ରାଣୀ ସିଂ,ନଣନ୍ଦ ରାଜଶ୍ରୀ ସିଂ,ଦେଢ଼ ଶାଶୁ ଜୟଶ୍ରୀ ସିଂଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ଏଏସଆଇ ଦିଲ୍ଲୀପ କୁମାର ଗରଡ଼ଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତକାରୀ ଅଧିକାରୀ ଶୁକ୍ରବାର ବର୍ଷାଙ୍କ ସ୍ବାମୀ ଗଜପତି ଜିଲା ମୋହନା ଥାନା ଲିଲିଗଡ଼ ଗ୍ରାମର ଗ୍ରୋସରି ଦୋକାନୀ ଆକାଶ ସିଂ(୩୩)ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ୨୦୨୩ ଜୁଲାଇ ୧୨ ତାରିଖରେ ବର୍ଷା ଗଜପତି ଜିଲା ମୋହନା ଥାନା ଲିଲିଗଡ଼ ଗ୍ରାମର ମୃତ୍ୟୁଞ୍ଜୟ ସିଂଙ୍କ ପୁଅ ଆକାଶ ଙ୍କୁ ବିବାହ କରିଥିଲେ। ବିବାହ ସମୟରେ ସ୍ବାମୀ ଓ ଶ୍ବଶୁର ଘର ଲୋକଙ୍କ ଦାବି ପ୍ରକାରେ ସମସ୍ତ ଯୌତୁକ ସାମଗ୍ରୀ ଘର କରଣା ଆସବାବ ପତ୍ର ଦିଆଯାଇଥିଲା। ବାହାଘରର ପ୍ରାୟ ୫ ମାସ ହସଖୁସିରେ କଟି ପରେ ଅଧିକା ଯୌତୁକ ପାଇଁ ତାଙ୍କୁ ସ୍ବାମୀ ଓ ଶ୍ବଶୁର ଘର ଲୋକେ ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇଥିଲେ। ସବୁ ନିର୍ଯ୍ୟାତନା ସହ୍ୟ କରି ବର୍ଷା ଶାଶୁଘରେ ରହିଥିଲେ। ବାହାଘରର ପ୍ରାୟ ୧ ବର୍ଷ ପରେ ଉଭୟଙ୍କ ଔରସରୁ ଏକ କନ୍ୟା ସନ୍ତାନ ଜନ୍ମ ହୋଇଥିଲା। କନ୍ୟା ସନ୍ତାନ ଜନ୍ମ ହେବା ପରେ ସ୍ବାମୀ ଓ ଶ୍ବଶୁର ଘର ଲୋକେ ତାଙ୍କୁ ଯୌତୁକ ପାଇଁ ଅଧିକା ନିର୍ଯ୍ୟାତନା ଦେବା କାରଣରୁ ସେ ଶୁଣ୍ଡିପଲ୍ଲୀ ବାପଘରକୁ ଚାଲି ଆସିଥିଲେ। ଗତ ରବିବାର ସକାଳ ପ୍ରାୟ ୧୦ ଟାରେ ବର୍ଷାଙ୍କ ସ୍ବାମୀ ଶାଶୁ,ନଣନ୍ଦ,ଦେଢ଼ଶାଶୁ ଶୁଣ୍ଡିପଲ୍ଲୀ ସ୍ଥିତ ତାଙ୍କ ବାପ ଘରକୁ ଆସି ତାଙ୍କୁ ବିଭିନ୍ନ ପ୍ରକାର ଆପତ୍ତିଜନକ ଭାଷାରେ ଗାଳି କରିଥିଲେ। ସେ ପ୍ରତିବାଦ କରିବାରୁ ନଣନ୍ଦ ତାଙ୍କ ଡାହାଣ ହାତକୁ ମୋଡ଼ି ଦେଲେ।ସ୍ବାମୀ ତାଙ୍କ ଚୁଟି ଧରି ଘୋଷାଡି ତଳେ ପକାଇ ଦେଲେ। ଶାଶୁ ଓ ଦେଢ଼ଶାଶୁ ତାଙ୍କ ପିଠି, ଛାତି ଓ ପେଟକୁ ଲାତ ଗୋଇଠା ମାରିବା ସହ ବାମ ହାତକୁ ଚପଲରେ ମାରିବାରୁ ସେ ଆହାତ ହୋଇଥିଲେ। ପରେ ସ୍ବାମୀ ତାଙ୍କ ମୁହଁ ରେ ତକିଆ ଚାପି ଶ୍ୱାସରୁଦ୍ଧ କରି ତାଙ୍କୁ ହତ୍ୟା ଉଦ୍ୟମ କରିଥିଲେ ବୋଲି ଏତଲାରେ ଉଲ୍ଲେଖ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?