୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ ଦାବି କରି ନିର୍ଯାତନା ଦେବା ସହ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଅକ୍ଟୋବର ୧ ତାରିଖରେ ନନ୍ଦିପଦା ଥାନାରେ ମାମଲା ନଂ. ୩୭୦/୨୦୨୬ ରୁଜୁ ହୋଇଛି।

ଅଭିଯୋଗ ଅନୁସାରେ, ଗ୍ରାମର ନମ୍ରତା ବେହେରା ନିଜ ଗ୍ରାମର ବନମାଳୀ ଜେନାଙ୍କ ପୁଅ ତାପସଙ୍କୁ ଭଲ ପାଇ ଗତ ୧୧ ଜୁଲାଇ ୨୦୨୫ରେ ଭଦ୍ରକସ୍ଥିତ ଏକ ଶିବ ମନ୍ଦିରରେ ହିନ୍ଦୁ ରୀତିନୀତି ଅନୁସାରେ ବିବାହ କରିଥିଲେ। ବିବାହ ପରେ ନମ୍ରତା ନିଜ ସ୍ୱାମୀଙ୍କ ସହ ଗାଁରେ ରହୁଥିଲେ। ପରିବାର ବିରୋଧରେ ପ୍ରେମ ବିବାହ କରିଥିବାରୁ ନମ୍ରତାଙ୍କର ବାପଘର ସହ ସମସ୍ତ ସମ୍ପର୍କ ବିଚ୍ଛିନ୍ନ ହୋଇଥିଲା।

ବିବାହର ପ୍ରାୟ ୨ ମାସ ପରେ ସ୍ୱାମୀ ତାପସଙ୍କ ସମେତ ଶାଶୁ ଝରଣା ଜେନା, ଶ୍ୱଶୁର ବନମାଳୀ ଜେନା ଓ ନଣନ୍ଦ ସୁନେଲି ଜେନା ମିଳିମିଶି ନମ୍ରତାଙ୍କୁ ଯୌତୁକ ବାବଦରେ ୧୦ ଲକ୍ଷ ଟଙ୍କା ଓ ସୁନାଗହଣା ଦାବି କରି ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ତେବେ ବାପଘର ସହ ସମ୍ପର୍କ ନଥିବାରୁ ଦାବି ମୁତାବକ ଯୌତୁକ ଦେବାକୁ ନମ୍ରତା ଅକ୍ଷମତା ପ୍ରକାଶ କରିଥିଲେ।

ଏହାକୁ ନେଇ ବିଭିନ୍ନ ସମୟରେ ଅଭିଯୁକ୍ତମାନେ ନମ୍ରତାଙ୍କୁ ମାଡ଼ ମାରିବା ସହ ଗାଳିଗୁଲଜ କରୁଥିବା ଅଭିଯୋଗରେ ଦର୍ଶାଯାଇଛି। ଗତ ଜୁନ୍ ୧୬ ତାରିଖ ଏବଂ ସେପ୍ଟେମ୍ବର ୯ ତାରିଖରେ ଅଭିଯୁକ୍ତମାନେ ତାଙ୍କୁ ପ୍ରବଳ ମାଡ଼ ମାରିଥିଲେ। ଏଥିରେ ନମ୍ରତା ଚେତାଶୂନ୍ୟ ହୋଇପଡ଼ିବା ସହ ତାଙ୍କ ନାକରୁ ରକ୍ତସ୍ରାବ ହୋଇଥିଲା। ପଡ଼ୋଶୀଙ୍କ ହସ୍ତକ୍ଷେପ ପରେ ନମ୍ରତା ରକ୍ଷା ପାଇଥିବା ଅଭିଯୋଗରେ କୁହାଯାଇଛି।

ପରେ ନମ୍ରତା ନନ୍ଦିପଦା ଥାନାରେ ଲିଖିତ ଅଭିଯୋଗ କରି ଘଟଣାରେ ସମ୍ପୃକ୍ତଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ପୋଲିସକୁ ଅନୁରୋଧ କରିଛନ୍ତି। ଘଟଣାକୁ ନେଇ ପୋଲିସ ମାମଲା ରୁଜୁ କରି ତଦନ୍ତ କରୁଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?