Posted inଖେଳ

କେକେଆର୍‌ରେ ଯୋଗଦେଲେ ହରଭଜନ

ମୁମ୍ବାଇ, ୨୮ା୩ (ପି.ଟି.)-ଦୁଇଥର ଚାମ୍ପିୟନ କୋଲକାତା ନାଇଟ ରାଇଡର୍ସ (କେକେଆର୍‌)ର ସ୍ପିନ ବିଭାଗରେ ସଦ୍ୟ ଯୋଗଦାନ କରିଛନ୍ତି ଭେଟେରାନ ହରଭଜନ ସିଂ। ଶନିବାର ଅପରାହ୍ନରେ ସେ ଟିମ୍‌ ହୋଟେଲରେ ପ୍ରବେଶ କରିଛନ୍ତି। ଅନ୍ୟ କେତେଜଣ ଖେଳାଳି ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ସେମାନଙ୍କ ଟ୍ରେନିଂ ଆରମ୍ଭ କରିଛନ୍ତି। ବ୍ୟୟବହୁଳ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ହରଭଜନ ପ୍ରଥମଥର କେକେଆର ଦଳରୁ ଖେଳିବାକୁ ଯାଉଛନ୍ତି। ଏହା ପୂର୍ବରୁ ସେ ମୁମ୍ବାଇ ଇଣ୍ଡିଆନ୍ସ ଓ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳରୁ ଖେଳିସାରିଛନ୍ତି। ଏହି ଭେଟେରାନ ଅଫ୍‌ ସ୍ପିନର ଉକ୍ତବର୍ଷ ୨କୋଟି ଟଙ୍କାରେ କ୍ରୟ ହୋଇଛନ୍ତି। ରହସ୍ୟମୟ ସ୍ପିନର ବରୁଣ ଚକ୍ରବର୍ତ୍ତୀ, ରାହୁଲ ତ୍ରିପାଠୀ, କମଳେଶ ନାଗରକୋଟି, ସନ୍ଦୀପ ଓ୍ବାରିୟର ଓ ନବାଗତ ବୈଭବ ଆରୋରା ସହକାରୀ କୋଚ୍‌ ଅଭିଷେକ ନାୟାର ଓ ଓମ୍‌କାର ସାଲ୍‌ଭିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସେମାନଙ୍କ ଟ୍ରେନିଂ ଆରମ୍ଭ କରିଛନ୍ତି। କେକେଆର ଚେନ୍ନାଇରେ ଏପ୍ରିଲ ୧୧ରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳି ଏହାର ସିଜନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri