Posted inଖେଳ

ଆଗାମୀ ଆଇପିଏଲରୁ ନୂଆ ଅବତାରରେ ନଜର ଆସିବେ ଭଜି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ସଂସ୍କରଣରୁ ଭିନ୍ନ ଅବତାରରେ ନଜର ଆସିବେ ପୂର୍ବତନ ଭାରତୀୟ ଅଫ୍‌ ସ୍ପିନର ହରଭଜନ ସିଂ। ତାଙ୍କୁ ସପୋର୍ଟ (କୋଚିଂ) ଷ୍ଟାଫ ସଦସ୍ୟ ଭାବେ ଦଳରେ ସାମିଲ କରିବା ପାଇଁ କିଛି ପ୍ରାଞ୍ଚାଇଜ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି।

୪୧ ବର୍ଷୀୟ ଭଜି ଗତ ଆଇପିଏଲ ସିଜନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ପାଇଁ ପ୍ରାରମ୍ଭିକ ପର୍ଯ୍ୟାୟରେ ଖେଳିଥିଲେ। କିନ୍ତୁ ୟୁଏଇ ଲିଗ୍‌ରେ ତାଙ୍କୁ ଖେଳିବାକୁ ସୁଯୋଗ ମିଳି ନ ଥିଲା। ଏଣୁ ଆଶା କରାଯାଉଛି, ଆସନ୍ତା ସପ୍ତାହରେ ଭଜି ପ୍ରତିଦ୍ୱନ୍ଦ୍ୱିତା ମୂଳକ କ୍ରିକେଟରୁ ଅବସର ଘୋଷଣା କରି ପାରନ୍ତି। ଏହାପରେ ତାଙ୍କୁ ମିଳିଥିବା ପ୍ରସ୍ତାବ ଉପରେ ବିଚାର କରିବେ।

ତାଙ୍କୁ ପରାମର୍ଶଦାତା, ମେଣ୍ଟର କିମ୍ବା ଉପଦେଷ୍ଟା କମିଟିର ସଦସ୍ୟ ଭାବେ ଫ୍ରାଞ୍ଚାଇଜରେ ସାମିଲ କରାଯାଇପାରେ। ତାଙ୍କ ଅଭିଜ୍ଞତାକୁ ଫ୍ରାଞ୍ଚାଇଜଗୁଡ଼ିକ ଅକଶନରେ ଖେଳାଳିଙ୍କୁ ବାଛିବା ଓ ଦଳ ଚୟନରେ ବ୍ୟବହାର କରିପାରନ୍ତି ବୋଲି ଆଇପିଏଲ ସୂତ୍ରରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

ଭାରତ ଆସିବେ ପାକିସ୍ତାନ କ୍ରିକେଟ ବୋର୍ଡର ମୁଖ୍ୟ! ପ୍ରଧାନମନ୍ତ୍ରୀଙ୍କୁ ମାଗିଲେ..

ନୂଆଦିଲ୍ଲୀ,୧୬।୫: ୨୦୨୬ ଆଇପିଏଲ ଫାଇନାଲ ଦିନ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ ମୋହସିନ ନକଭି ଅହମଦାବାଦରେ ଉପସ୍ଥିତ ରହିପାରନ୍ତି। ପ୍ରକୃତରେ, ଅହମଦାବାଦରେ ଏକ ଆଇସିସି (ଆନ୍ତର୍ଜାତୀୟ…

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri