Posted inଜାତୀୟ

ସଂସଦରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ଭଜ୍ଜି, ସଭାପତି କଲେ ପ୍ରଶଂସା

ନୂଆଦିଲ୍ଲୀ,୪।୮: ପ୍ରସିଦ୍ଧ କ୍ରିକେଟର ତଥା ଏଏପି ଏମ୍‌ପି ହରଭଜନ ସିଂ ରାଜ୍ୟ ସଭାରେ ଆଫଗାନିସ୍ତାନ ପ୍ରସଙ୍ଗ ଉଠାଇଥିଲେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେ ଆଫଗାନିସ୍ତାନର ଶିଖ ଏବଂ ଗୁରୁଦ୍ୱାର ଉପରେ ହୋଇଥିବା ଆକ୍ରମଣ ବିଷୟରେ କହିଥିଲେ ଏବଂ ଏଥିପ୍ରତି ଦୃଷ୍ଟି ଦେବାକୁ ସରକାରଙ୍କୁ ନିବେଦନ କରିଥିଲେ। ସଂସଦରେ ଭାଷଣ ଦେବାବେଳେ ହରଭଜନ ସିଂ ହାତ ଯୋଡୁଥିବାର ମଧ୍ୟ ଦେଖାଯାଇଥିଲା।
ଭଜି କହିଛନ୍ତି, ଗୁରୁଦ୍ୱାର ଉପରେ ହୋଇଥିବା ଏହି ଆକ୍ରମଣ ଦୁନିଆର ପ୍ରତ୍ୟେକ ଶିଖଙ୍କ ଭାବନାକୁ ଆଘାତ ଦେଇଛି। ଆମକୁ କାହିଁକି ବାରମ୍ବାର ଟାର୍ଗେଟ କରାଯାଉଛି? ହରଭଜନଙ୍କ ପ୍ରଶ୍ନ ସମାପ୍ତ କରିବା ପରେ ବାଚସ୍ପତି ଭେଙ୍କେୟା ନାଇଡୁ ତାଙ୍କୁ ପ୍ରଶଂସା କରିଥିଲେ। ଏହା ପରେ ଚେୟାରମ୍ୟାନ ଭେଙ୍କୟା ନାଇଡୁ କହିଛନ୍ତି ଯେ ହରଭଜନ ସିଂ, ଆପଣ ଏକ ଭଲ ପ୍ରସଙ୍ଗ ଉଠାଇଛନ୍ତି। ମୁଁ ଭାବୁଛି ବୈଦେଶିକ ମନ୍ତ୍ରୀ ନିଶ୍ଚିତ ଭାବେ ଏଥିପ୍ରତି ଧ୍ୟାନ ଦେବେ। ଏହା ଉପରେ ଏମ୍‌ପିମାନେ ପ୍ରଶଂସା କରିଥିଲେ।
ସୂଚନଯୋଗ୍ୟ, ଜୁନ ୧୮ରେ କାବୁଲର ଗୁରୁଦ୍ୱାର ଉପରେ ଆକ୍ରମଣ ହୋଇଥିଲା। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଥିଲେ। ଏହା ପୂର୍ବରୁ ମାର୍ଚ୍ଚ ୨୫ରେ ରାଇସାହେବ ଗୁରୁଦ୍ୱାରଙ୍କୁ ଆକ୍ରମଣ କରାଯାଇଥିଲ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ଅବତରଣ, ଏମରଜେନ୍ସି ଷ୍ଟ୍ରିପରେ ପ୍ରଥମଥର ଓହ୍ଲାଇଲା ମୋଦିଙ୍କ ବିମାନ

ଗୁଆହାଟି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମ ଦିବ୍ରୁଗଡ଼ର ମୋରାନ ବାଇପାସରେ ଥିବା ଜରୁରୀକାଳୀନ ଅବତରଣ ସୁବିଧା (ELF) ରେ ଅବତରଣ କରିଥିଲେ। ସେଠାରେ ସେ ଲଢ଼ୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri