Posted inଖେଳ

ଭଜିଙ୍କ ସର୍ବକାଳିନ ଟି୨୦ ଦଳରେ କୋହଲିଙ୍କ ପାଇଁ ସ୍ଥାନ ନାହିଁ

ନୂଆଦିଲ୍ଲୀ,୭।୧୧: ଭେଟେରାନ ଅଫ୍‌ ସ୍ପିନର ହରଭଜନ ସିଂ ରବିବାର ନିଜର ସର୍ବକାଳିନ ଟି୨୦ ଏକାଦଶ ବାଛିଛନ୍ତି। ପୂର୍ବତନ ଓ ବର୍ତ୍ତମାନ ତାରକା ଖଚ୍ଚିତ ଦଳରେ ଭଜିଙ୍କ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ସ୍ଥାନ ମିଳିନାହିଁ।

ଭଜିଙ୍କ ଦଳରେ ଓପନର ଭାବେ ସ୍ଥାନ ପାଇଛନ୍ତି ରୋହିତ ଶର୍ମା ଓ ଓ୍ବେଷ୍ଟଇଣ୍ଡିଜର କିମ୍ବଦନ୍ତୀ କ୍ରିସ୍‌ ଗେଲ୍‌। ମଧ୍ୟକ୍ରମରେ ଇଂଲଣ୍ଡ ଉଇକେଟକିପର ଜୋସ ବଟଲର, ପୂର୍ବତନ ଅଷ୍ଟ୍ରେଲିଆନ ଅଲରାଉଣ୍ଡର ଶେନ ଓ୍ବାଟସନ ଓ ଦକ୍ଷିଣ ଆଫ୍ରିକା ଷ୍ଟାର ଏବି ଡି’ଭିଲିୟର୍ସଙ୍କୁ ରଖିଛନ୍ତି। ୬ଷ୍ଠ କ୍ରମରେ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ରଖିଥିବା ବେଳେ ତାଙ୍କ ପଛକୁ ରହିଛନ୍ତି ଓ୍ବେଷ୍ଟଇଣ୍ଡିଜର ୩ ଅଲରାଉଣ୍ଡର। ସେମାନେ ହେଲେ ଡ୍ବେନ ବ୍ରାଭୋ, କିରନ ପୋଲାର୍ଡ ଓ ସୁନୀଲ ନାରିନ। ଦଳରେ ପେସର ଭାବେ ଭାରତର ଯଶପ୍ରୀତ ବୁମରା ଓ ଶ୍ରୀଲଙ୍କାର ପୂର୍ବତନ ପେସର ଲାସିଥ ମଲିଙ୍ଗାଙ୍କୁ ରଖିଛନ୍ତି।

”ଧୋନୀ ଦଳର ଅଧିନାୟକ ହେବା ସାଙ୍ଗକୁ ଉଇକେଟକିପିଂ କରିବେ। ମୋ ଦଳରେ ଜୋସ ବଟଲର ଅଛନ୍ତି। କିନ୍ତୁ ମୁଁ ଚାହେଁ, ଧୋନୀ ଉଇକେଟକିପିଂ କରନ୍ତୁ “ ବୋଲି ଟୁଇଟରରେ ପୋଷ୍ଟ କରିଥିବା ଭିଡିଓରେ ଭଜି କହିଛନ୍ତି।

ଅନ୍ତର୍ଜାତୀୟ ଟି୨୦ରେ କୋହଲିଙ୍କ ନାମରେ ରହିଛି ସର୍ବାଧିକ ୩,୨୨୭ ରନ୍‌। ସେ ୫୨.୦୪ ହାରରେ ଏହି ରନ୍‌ ସଂଗ୍ରହ କରିଛନ୍ତି। ତା ଛଡ଼ା ୨୦୧୪ ଓ ୨୦୧୬ ଟି୨୦ ବିଶ୍ୱକପ୍‌ ସଂସ୍କରଣରେ କୋହଲି ପ୍ଲେୟାର ଅଫ୍‌ ଦି ସିରିଜ ବିବେଚିତ ହୋଇଥିଲେ। ଏଭଳି ପ୍ରଦର୍ଶନ ସତ୍ତ୍ୱେ କୋହଲିଙ୍କୁ ସର୍ବକାଳିନ ଏକାଦଶରେ ସ୍ଥାନ ଦେଇ ନାହାନ୍ତି ଭଜି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri