Posted inଖେଳ

ଏପର୍ଯ୍ୟନ୍ତ କ୍ରିକେଟରୁ ଅବସର ନେଇନାହାନ୍ତି ୨୦୦୩ ବିଶ୍ୱକପ୍‌ର ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ଉଇକେଟକିପର-ବ୍ୟାଟ୍ସମ୍ୟାନ ପାର୍ଥିବ ପଟେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ସେ ଶେଷ ଥର ପାଇଁ ୨୦୧୮ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ମ୍ୟାଚରେ ଭାରତ ପାଇଁ ଖେଳିଥିଲେ। ପାର୍ଥିବ କ୍ରିକେଟ ବିଦାୟ ଦେବା ପରେ ବୁଧବାର ୨୦୦୩ ବିଶ୍ୱକପ ଭାରତୀୟ ଦଳରୁ ଅବସର ନେଇଥିବା ଶେଷ ଦ୍ୱିତୀୟ ଖେଳାଳି ହୋଇପାରିଛି। ସେହି ଦଳରୁ କେବଳ ଜଣେ ଖେଳାଳି ବାକି ଅଛନ୍ତି, ଯିଏ ଏପର୍ଯ୍ୟନ୍ତ ଅବସର ନେଇ ନାହାଁନ୍ତି ଏବଂ ସେ ହେଉଛନ୍ତି ବୋଲର ହରଭଜନ ସିଂ। ୨୦୦୩ ବିଶ୍ୱକପରେ ହରଭଜନ ସିଂ ଭାରତର ସବୁଠୁ ଭଲ ବୋଲର ବୋଲି ପ୍ରମାଣିତ କରିଥିଲେ। ସେ ୧୦ଟି ମ୍ୟାଚରେ ୧୧ଟି ଉଇକେଟ ନେଇଥିଲେ। ତେବେ ସେ ଦୀର୍ଘ ଦିନ ଧରି ଭାରତ ପାଇଁ ଖେଳି ନାହାଁନ୍ତି ଏବଂ ଏବେ ଖେଳିବାର ସମ୍ଭାବନା ପ୍ରାୟ ସରିଯାଇଛି। ୨୦୧୬ରେ ୟୁଏଇ ବିପକ୍ଷ ଟି -୨୦ ମ୍ୟାଚରେ ହରଭଜନ ଶେଷ ଥର ପାଇଁ ଟିମ ଇଣ୍ଡିଆର ଏକାଦଶ ଖେଳିବାରେ ସ୍ଥାନ ପାଇବାରେ ସକ୍ଷମ ହୋଇଥିଲେ। ସେ ଶେଷ ଥର ପାଇଁ ୨୦୧୫ରେ ଏକଦିବସୀୟ ଏବଂ ଟେଷ୍ଟ ମ୍ୟାଚ ଖେଳିଥିଲେ। ଏହି ଭାରତୀୟ ତାରକା ବୋଲର ୧୦୩ଟି ଟେଷ୍ଟ, ୨୩୬ଟି ଦିନିକିଆ ଏବଂ ୨୮ଟି -୨୦ ମ୍ୟାଚରେ ଭାରତର ପ୍ରତିନିଧିତ୍ୱ କରିଛନ୍ତି। ତାଙ୍କ ପାଖରେ ୪୧୭ଟେଷ୍ଟ ୱିକେଟ, ୨୬୯ଟି ଏକଦିବସୀୟ ଉଇକେଟ ଏବଂ ୨୫ ଟି -୨୦ ଉଇକେଟ ରହିଛି।
ହରଭଜନ ସିଂ ଆଇପିଏଲରେ ଖେଳିବା ଜାରି ରଖିଥିଲେ। ସେ ମୁମ୍ବାଇ ଇଣ୍ଡିଆନ୍ସକୁ ମଧ୍ୟ ପ୍ରତିନିଧିତ୍ୱ କରିଥିଲେ ଏବଂ ୨୦୧୮ ପରଠାରୁ ସେ ଚେନ୍ନାଇ ସୁପର କିଙ୍ଗ୍ସର ଅଂଶ ଅଛନ୍ତି। ତେବେ କରୋନା କାରଣରୁ ସେ ଆଇପିଏଲର ୧୩ ତମ ସିଜିନରୁ ତାଙ୍କ ନାମ ପ୍ରତ୍ୟାହାର କରି ନେଇଥିଲେ। ୨୦୦୩ ବିଶ୍ୱକପ ଦଳର ସମସ୍ତ ଖେଳାଳି ଅବସର ନେଇଛନ୍ତି। ସେହି ଦଳର ଅଧିନାୟକ ସୌରଭ ଗାଙ୍ଗୁଲି ଏବେ ବିସିସିଆଇ ସଭାପତି ହୋଇଥିବାବେଳେ ରାହୁଲ ଦ୍ରାବିଡ ଜାତୀୟ କ୍ରିକେଟ ଏକାଡେମୀର ମୁଖ୍ୟ ଅଟନ୍ତି। ହରଭଜନ ସିଂଙ୍କ ଭବିଷ୍ୟତ ବିଷୟରେ କହିବାକୁ ଗଲେ ସେ ଆଇପିଏଲର ପରବର୍ତ୍ତୀ ସିଜନରେ ଅଂଶଗ୍ରହଣ କରିବେ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?