Posted inଖେଳ

ବିରାଟ-ରୋହିତଙ୍କ ପରେ କେବଳ ଏହି କ୍ରିକେଟର ହେଉଛନ୍ତି ‘କମ୍ପ୍ଲିଟ୍‌ ବ୍ୟାଟ୍ସମ୍ୟାନ୍‌’: ହରଭଜନ

ନୂଆଦିଲ୍ଲୀ,୨୮।୭: ଶ୍ରୀଲଙ୍କା ଗସ୍ତରେ ଅନେକ ଭାରତୀୟ ଖେଳାଳି ଚମତ୍କାର ପ୍ରଦର୍ଶନ କରିଛନ୍ତି। ଏହିପରି ଖେଳାଳି ହେଉଛନ୍ତି ସୂର୍ଯ୍ୟକୁମାର ଯାଦବ। ନିଜର ଏକଦିବସୀୟ ସିରିଜରେ ସୂର୍ଯ୍ୟକୁମାର ୩ ମ୍ୟାଚ୍‌ ଖେଳି ୧୨୪ ରନ୍‌ ସ୍କୋର କରିଥିଲେ। ତାଙ୍କୁ ‘ମ୍ୟାନ୍‌ ଅଫ୍‌ ଦ ସିରିଜ୍‌’ ଭାବେ ଚୟନ କରାଯାଇଥିଲା। ନିକଟରେ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ରେ ସେ ଅର୍ଦ୍ଧଶତକ ହାସଲ କରିଥିଲେ। ବୁଧବାର ଦ୍ୱିତୀୟ ଟି୨୦ ଖେଳାଯିବ। ଏହାପୂର୍ବରୁ ଭାରତର କିମ୍ବଦନ୍ତୀ ସ୍ପିନର ହରଭଜନ ସିଂହ ସୂର୍ଯ୍ୟକୁମାରଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ହରଭଜନ ସୂର୍ଯ୍ୟକୁମାରଙ୍କୁ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଭଳି ବ୍ୟାଟ୍ସମ୍ୟାନଙ୍କ ସହ ତୁଳନା କରିଛନ୍ତି। କୋହଲି ଓ ରୋହିତଙ୍କ ପରେ ସୂର୍ଯ୍ୟକୁମାର ଜଣେ ସମ୍ପୂର୍ଣ୍ଣ ବ୍ୟାଟ୍ସମ୍ୟାନ୍‌ ବୋଲି ସେ କହିଛନ୍ତି।

ସ୍ପୋଟ୍ସ ଟକ୍‌ ସହ ଏକ ସାକ୍ଷାତକାରରେ ହରଭଜନ କହିଛନ୍ତି, ମୁଁ ବହୁ ବର୍ଷ ଧରି ସୂର୍ଯ୍ୟକୁମାରଙ୍କୁ ଅନୁସରଣ କରିଛି। ଯେତେବେଳେ ମୁଁ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ଥିଲିସେ ଜଣେ ଯୁବ କ୍ରିକେଟର ଥିଲେ। କିନ୍ତୁ ଆଜିର ସମୟରେ ସେ ବିରାଟ ଓ ରୋହିତଙ୍କ ପରେ ବ୍ୟାଟିଂ କ୍ଷେତ୍ରରେ ସବୁଠାରୁ ସମ୍ପୂର୍ଣ୍ଣ ଖେଳାଳି। ବିଗତ ବର୍ଷରେ ସୂର୍ଯ୍ୟକୁମାରଙ୍କୁ ଜଣେ ଖେଳାଳି ଭାବେ ଉପରକୁ ଉଠିବା ଦେଖିଛି। ସେ ଜଣେ ଅସାଧାରଣ ବ୍ୟାଟ୍ସମ୍ୟାନ୍‌ ଯିଏ ଦ୍ରୁତ ବୋଲିଂକୁ ଖେଳିପାରନ୍ତି। ସ୍ପିନ ଖେଳିବାକୁ ତାଙ୍କ ପାଖରେ ବହୁତ ସମୟ ଅଛି। ସେ ବିଶ୍ୱକପ୍‌ ଟିମ୍‌ ହେଉ ଅଥବା ଦିନିକିଆ କିମ୍ବା ଟି-୨୦, ବର୍ତ୍ତମାନ ସମୟରେ ଭାରତୀୟ ଦଳରେ ସୂର୍ଯ୍ୟକୁମାରଙ୍କ ଭଳି କ୍ରିକେଟର ରହିବା ଆବଶ୍ୟକ ବୋଲି ହରଭଜନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?