ଜାଡେଜାଙ୍କ ପରେ ସିଏସ୍‌କେ କ୍ୟାମ୍ପ୍‌ରେ ଯୋଗ ଦେବେନି ଏହି କ୍ରିକେଟର୍‌

ଚେନ୍ନାଇ, ୧୫।୮: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆସନ୍ତା ମାସରୁ ୟୁଏଇରେ ଆରମ୍ଭ ହେବ। ଏଥିଲାଗି ଅଗଷ୍ଟ ୨୦ରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ୍‌ (ସିଏସ୍‌କେ) ଦଳ ୟୁଏଇ ଅଭିମୁଖେ ଗସ୍ତ କରିବାର କାର୍ଯ୍ୟସୂଚୀ ରହିଛି। ତେବେ ଏଥିପୂର୍ବରୁ ସୁପର୍‌ କିଙ୍ଗ୍ସ ଦଳ ଶନିବାରଠାରୁ ସ୍ଥାନୀୟ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ପ୍ରସ୍ତୁତି ଶିବିର ଆରମ୍ଭ କରିଛି। ପୂର୍ବରୁ ବ୍ୟକ୍ତିଗତ କାରଣ ଲାଗି ଚେନ୍ନାଇର ଷ୍ଟାର୍‌ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଏହି କ୍ୟାମ୍ପରେ ଯୋଗ ଦେଇପାରିବେନି ବୋଲି ଜଣାପଡ଼ିଥିଲା। ଏବେ ଆଉ ୨ ଜଣ ସିଏସ୍‌କେ ଖେଳାଳି ଏହି କ୍ୟାମ୍ପ୍‌ର ଅଂଶଗ୍ରହଣ କରିବେ ନାହିଁ ବୋଲି ରିପୋର୍ଟ ପ୍ରକାଶ ପାଇଛି। ସେମାନେ ହେଲେ ଦଳର ଅଭିଜ୍ଞ ସ୍ପିନର ହରଭଜନ ସିଂ ଓ ଦ୍ରୁତ ବୋଲର ଶାର୍ଦ୍ଦୁଳ ଠାକୁର। ‘ଉଭୟ ମଧ୍ୟ କିଛି ବ୍ୟକ୍ତିଗତ କାରଣ ଲାଗି ଦଳସହ ଯୋଗ ଦେଇପାରିବେନି। କିନ୍ତୁ ଅଗଷ୍ଟ ୧୯ରେ କ୍ୟାମ୍ପ୍‌ରେ ସାମିଲ ହେବେ’ ବୋଲି ସିଏସ୍‌କେ ପକ୍ଷରୁ କୁହାଯାଇଛ। ୩୯ ବର୍ଷୀୟ ହରଭଜନ ୧୬୦ ଆଇପିଏଲ୍‌ ମ୍ୟାଚ୍‌ ଖେଳି ୧୫୦ ଉଇକେଟ୍‌ ଅକ୍ତିଆର କରିଛନ୍ତି। ୧୮ ରନ ବ୍ୟୟରେ ୫ ଉଇକେଟ୍‌ ହାସଲ ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ ରହିଛି। ସେହିଭଳି ୨୦୧୬ରେ ଶେଷଥର ପାଇଁ ଭାରତୀୟ ଦଳ ପକ୍ଷରୁ ଖେଳିଥିବା ଏହି ଷ୍ଟାର୍‌ ସ୍ପିନର ଟେଷ୍ଟରେ ୪୧୭ ଓ ଦିନିକିଆରେ ୨୬୯ ଉଇକେଟ୍‌ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri