କ୍ରିକେଟର ହରଭଜନ ସିଂ ଏଏପିର ରାଜ୍ୟ ସଭା ପ୍ରାର୍ଥୀ

ଚଣ୍ଡିଗଡ,୧୭।୩: ପୂର୍ବତନ କ୍ରିକେଟର ହରଭଜନ ସିଂଙ୍କୁ ଆମ ଆଦମୀ ପାର୍ଟିରୁ ରାଜ୍ୟ ସଭା ପ୍ରାର୍ଥୀ କରାଯାଇଛି। ଭଗଓ୍ବନ୍ତ ମାନ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ ଏଏପି ହରଭଜନ ସିଂଙ୍କ ନାମ ରାଜ୍ୟ ସଭାକୁ ପଠାଇବାକୁ ନିଷ୍ପତ୍ତି ନେଇଛି।
ରାଜ୍ୟର ନବନିର୍ବାଚିତ ଏଏପି ସରକାର କ୍ରୀଡ଼ା ବିଶ୍ୱବିଦ୍ୟାଳୟ ନିର୍ମାଣର ଦାୟିତ୍ୱ ହରଭଜନ ସିଂଙ୍କୁ ଦେଇପାରନ୍ତି ବୋଲି କୁହାଯାଉଛି। ନିର୍ବାଚନ ପୂର୍ବରୁ ରାଜ୍ୟରେ କ୍ରୀଡାର ବିକାଶ କରିବା ଏବଂ ଜଳନ୍ଧରରେ ଏକ କ୍ରୀଡ଼ା ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବାକୁ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ପ୍ରତିଶ୍ରୁତି ଦେଇଛନ୍ତି।
ମାନ ରାଜ୍ୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ହରଭଜନ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେ ଟୁଇଟର୍‌ରେ ଲେଖିଛନ୍ତି, ଆମ ଆଦମୀ ପାର୍ଟି ଏବଂ ମୋର ବନ୍ଧୁ ଭାଗଓ୍ବନ୍ତ ମାନଙ୍କୁ ଆମର ନୂତନ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ଅଭିନନ୍ଦନ, ଭଗତ ସିଂଙ୍କ ଖଟକର କଲାନ ଗ୍ରାମରେ ସେ ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ଜାଣି ଖୁସି ଲାଗିଲା। ମାତା ଜି ପାଇଁ ଏହା ଏକ ଗର୍ବର ମୁହୂର୍ତ୍ତ।
ହରଭଜନ ରାଜନୀତିରେ ଯୋଗଦେବା ନେଇ ଚର୍ଚ୍ଚା ଜୋର ଧରିଥିଲା। ଗତ ବର୍ଷ ଡିସେମ୍ବରରେ ପଞ୍ଜାବ କଂଗ୍ରେସର ତତ୍କାଳୀନ ସଭାପତି ନବଜୋତ ସିଦ୍ଧୁ ହରଭଜନଙ୍କ ସହ ଏକ ଫଟୋ ଟୁଇଟ୍‌ କରିଥିଲେ। ଫଳରେ କ୍ରିକେଟର ହରଭଜନ ସିଂଙ୍କ ଭାଜପାରେ ଯୋଗଦେବା ନେଇ ଗୁଜବ ଥିଲା। ଯାହା ପରେ ନିଜେ ହରଭଜନ ଏହାକୁ ପ୍ରତ୍ୟାଖ୍ୟାନ କରି ସୋସିଆଲ ମିଡିଆରେ ଚାଲିଥିବା ଗୁଜବକୁ ମିଥ୍ୟା ବୋଲି କହିଥିଲେ।
ପଞ୍ଜାବରେ ଆମ ଆଦମୀ ପାର୍ଟିର ଏହା ହେଉଛି ପ୍ରଥମ ବିଜୟ। ୧୧୭ଟି ବିଧାନସଭା ଆସନ ଜିତି ଏଏପି ଐତିହାସିକ ବିଜୟ ହାସଲ କରିଛି। ଏବେ ପଞ୍ଜାବର ପାଞ୍ଚଟି ରାଜ୍ୟ ସଭା ଆସନ ଆସନ୍ତା ମାସରେ ଖାଲି ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri