Posted inଖେଳ

ହରଭଜନ ସ୍ପିନ୍‌ ବିଭାଗକୁ ଦୃଢ କରିବେ: ମୋର୍ଗାନ

କୋଲକାତା,୧।୪(ପି.ଟି.): ଅଭିଜ୍ଞ ଅଫ୍‌ ସ୍ପିନର ହରଭଜନ ସିଂ ଏଥର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ତରଫରୁ ଖେଳିବାକୁ ଚୁକ୍ତିବଦ୍ଧ ହୋଇଛନ୍ତି। ହରଭଜନ ସାମିଲ ହେବା ପରେ ଦଳର ସ୍ପିନ ବିଭାଗ ବେଶ୍‌ ଶକ୍ତିଶାଳୀ ହୋଇପାରିବ ବୋଲି କେକେଆର ଅଧିନାୟକ ଇଅନ ମୋର୍ଗାନ କହିଛନ୍ତି। ଚେନ୍ନାଇର ସ୍ପିନ୍‌ ଉଇକେଟରେ ସେ ଉପଯୋଗୀ ସାବ୍ୟସ୍ତ ହେବେ। ୪୦ ବର୍ଷୀୟ ହରଭଜନ ଗତ ସଂସ୍କରଣରେ ଅଂଶଗ୍ରହଣ କରି ନ ଥିଲେ। ତାଙ୍କ ୨ କୋଟି ଟଙ୍କା ବିନିମୟରେ କେକେଆର କ୍ରୟ କରିଛି। ନିଲାମ ପକ୍ରିୟାରେ ସେ ପ୍ରଥମ ରାଉଣ୍ଡରେ ଅଣଦେଖାର ଶିକାର ହୋଇଥିଲେ। ହରଭଜନଙ୍କ ସହ କେକେଆର ସ୍ପିନ ବିଭାଗରେ ସୁନୀଲ ନାରିନ, ଶାକିବ ଅଲ ହାସନ, କୁଲଦୀପ ଯାଦବ ଓ ବରୁଣ ଚକ୍ରବର୍ତ୍ତୀ ରହିଛନ୍ତି। ଆଇପିଏଲ୍‌ରେ ଆମେ ସ୍ପିନ ବିଭାଗ ଶ୍ରେଷ୍ଠ ସାବ୍ୟସ୍ତ ହେବ ବୋଲି ମୋର୍ଗାନ ଆଶା ପ୍ରକାଶ କରି କହିଛନ୍ତି। ଚେନ୍ନାଇରେ ଆଇପିଏଲ୍‌ର ପ୍ରଥମ ୧୦ଟି ମ୍ୟାଚ୍‌ ଖେଳାଯିବ। ସ୍ପିନରଙ୍କ ପ୍ରଦର୍ଶନ ବଳରେ ଆମେ ପୁଣି ଥରେ ଚାମ୍ପିୟନ ହୋଇପାରିବୁ। ଦଳର ମିଡଲ ଅର୍ଡର ବେଶ୍‌ ଦୃଢ ରହିଛି। ସୁନୀଲ ନାରିନ ଓ ଦୀନେଶ କାର୍ତ୍ତିକଙ୍କୁ ପ୍ରମୋଟ କରିବାର ବିକଳ୍ପ ମଧ୍ୟ ରହିଛି ବୋଲି ମୋର୍ଗାନ କହିଛନ୍ତି। ଗତ ସଂସ୍କରଣରେ କେକେଆର କ୍ରମାଗତ ଦ୍ୱିତୀୟ ଥର ପାଇଁ ପ୍ଲେଅଫ୍‌ରେ ସ୍ଥାନ ହାସଲ କରିପାରି ନ ଥିଲା। ଦଳରେ ଶାକିବ ଓ ବେନ୍‌ କଟିଂଙ୍କ ଭଳି ବିଦେଶୀ ଖେଳାଳି ରହିଛନ୍ତି। ଆଇପିଏଲ ବେଶ୍‌ ପ୍ରତିଯୋଗିତାମୂକଳ ହୋଇଥିବାରୁ ଦଳରେ ସନ୍ତୁଳନ ରହିବା ଗୁରୁତ୍ୱପୂର୍ଣ୍ଣ। ଦଳରେ ଏଥର ସଫଳ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…

CSKର ମୁଖ୍ୟ କୋଚ ହେବା ପରେ ଆସିଲା ଜାହିର ଖାନଙ୍କ ପ୍ରତିକ୍ରିୟା: କହିଲେ…

ନୂଆଦିଲ୍ଲୀ,୨୨।୯: ଚେନ୍ନାଇ ସୁପର କିଙ୍ଗ୍ସର ମୁଖ୍ୟ କୋଚ ଭାବରେ ନିଯୁକ୍ତ ହେବା ପରେ ଭାରତର ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।…

Asian Games: ପ୍ରଥମ ସେଟ ଜିତିବା ପରେ କ୍ୱାର୍ଟର ଫାଇନାଲରେ ପ୍ରଶଂସକଙ୍କୁ ନିରାଶ କଲେ ପି.ଭି. ସିନ୍ଧୁ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ମହିଳା ବ୍ୟାଡମିଣ୍ଟନ ଦଳଗତ କ୍ୱାର୍ଟର ଫାଇନାଲରେ, ଭାରତୀୟ ଦଳ ଜାପାନ ବିପକ୍ଷ ପ୍ରାରମ୍ଭିକ ମ୍ୟାଚରେ ପରାଜିତ ହୋଇଛି। ୟାମାଗୁଚିଙ୍କ ବିପକ୍ଷ ମୁକାବିଲାରେ…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?