ହରଭଙ୍ଗା ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ବୌଦ୍ଧ/କଟକ,୨୫ା୮(ଅଜିତ କୁମାର ବାରିକ/କାର୍ତ୍ତିକ ସାହୁ): ବୌଦ୍ଧ ଜିଲା ହରଭଙ୍ଗା ଥାନା ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଶୁକ୍ରବାର ନିଲମ୍ବନ କରିଛନ୍ତି। ପୋଲିସ ମୁଖ୍ୟାଳୟ କଟକ ପକ୍ଷରୁ ଆଦେଶ ନମ୍ବର ୧୩୫୮ରେ ଏହି ନିର୍ଦ୍ଦେଶନାମା ଦିଆଯାଇଛି। ଜୁଲାଇ ୨୦ରେ ପୁଷ୍ପଲତା ଜଣେ ବାଲିଘାଟ ଠିକାଦାରଙ୍କଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଥିଲେ।

ବ୍ରହ୍ମପୁର ଭିଜିଲାନ୍ସ ଥାନା କେସ୍‌ ନଂ. ୧୧ର ବିଭାଗୀୟ କାର୍ଯ୍ୟାନୁଷ୍ଠାନ ସ୍ବରୂପ ୨୦୧୮ ଦୁର୍ନୀତି ନିବାରଣ ଆଇନର ଧାରା ୭ ଅନୁଯାୟୀ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଲମ୍ବନ ୨୦୨୩ ଜୁଲାଇ ୨୨ରୁ କାର୍ଯ୍ୟକାରୀ ହେବ। ନିଲମ୍ବନ ସମୟରେ ସେ ବ୍ରହ୍ମପୁର ସାଉଥ ରେଞ୍ଜ ଆଇଜିପିଙ୍କ ଅଧୀନରେ ରହିବେ। ଓଡ଼ିଶା ସେବା ନିୟମ ଅନୁଯାୟୀ ତାଙ୍କୁ ଏସ୍‌ଏ ଓ ଡିଏ ମିଳିବ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri