ବନ୍ୟା କ୍ଷୟକ୍ଷତି ଆକଳନ କଲେ ହରଭଙ୍ଗା ତହସିଲଦାର

ହରଭଙ୍ଗା,୯ା୯(ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଞ୍ଚଳରେ ହୋଇଥିବା ଲଗାଣ ବର୍ଷା ଓ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାବେଳେ ବୁଧବାର ହରଭଙ୍ଗା ଅତିରିକ୍ତ ତହସିଲଦାର ହରିଓଁ ଭୋଇ ଧଳପୁର, କୁଶଙ୍ଗ, ହରଭଙ୍ଗା, ସାମ୍ପୋଚ ଆଦି ବ୍ଲକର ୮ଟି ପଞ୍ଚାୟତର କ୍ଷତିଗ୍ରସ୍ତ ଅଞ୍ଚଳ ଗସ୍ତ କରିଥିବା ଜଣାପଡ଼ିଛି। ରାଜସ୍ବ ବିଭାଗର ଆର୍‌ଆଇମାନେ କ୍ଷତିଗ୍ରସ୍ତ ଅଞ୍ଚଳକୁ ଯାଇ କ୍ଷୟକ୍ଷତିର ଆକଳନ କରୁଛନ୍ତି। ଚଳିତ ବନ୍ୟାରେ ହରଭଙ୍ଗା ବ୍ଲକ ୬ ଶହ ହେକ୍ଟରରୁ ଊର୍ଦ୍ଧ୍ୱ ଚାଷଜମି ଓ ୫୫୦ଟି କଚ୍ଚା ଘର ଲଗାଣ ବର୍ଷା ଓ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଛି। ଚଳିତ ବନ୍ୟାରେ ବିଶେଷ ଭାବେ ହରଭଙ୍ଗା ପଞ୍ଚାୟତର ହରଭଙ୍ଗା, କୁଡାଶିଙ୍ଗା, ଭୋଜିଗୁଡ଼ା, ବୁଡ଼େଶିଙ୍ଗା, ସୁରୁଣ୍ଡି, ଡିଆଘାଟ ଅଞ୍ଚଳ ସର୍ବାଧିକ ଚାଷଜମି କ୍ଷତିଗ୍ରସ୍ତ ହୋଇଛି। କ୍ଷୟକ୍ଷତି ଆକଳନ କରିସାରିବା ପରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ଅତିରିକ୍ତ ତହସିଲଦାର ସୂଚନା ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri