Posted inଖେଳ

ଭାରତକୁ ଶକ୍ତ ଝଟ୍‌କା: ଖେଳିପାରିବେନି ବିରାଟ କୋହଲି, ଜାଣନ୍ତୁ କାହିଁକି

ନାଗପୁର,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ପାଇଁ ଉଭୟ ଦଳ ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ବିରାଟ କୋହଲି ଏହି ମ୍ୟାଚ୍‌ରେ ଟିମ ଇଣ୍ଡିଆରୁ ବାଦ୍‌ ପଡ଼ିଛନ୍ତି।
ଟସ ସମୟରେ ପ୍ଲେଇଂ ଇଲେଭେନ ଘୋଷଣା କରିବା ସମୟରେ ଭାରତୀୟ ଅଧିନାୟକ ରୋହିତ ଶର୍ମା କହିଥିଲେ, ବିରାଟ କୋହଲି ମ୍ୟାଚରେ ଟିମ ଇଣ୍ଡିଆରେ ସାମିଲ ନାହାନ୍ତି। କିଙ୍ଗ କୋହଲି ନ ଖେଳିବାର କାରଣ ଜଣାଇ ରୋହିତ କହିଛନ୍ତି, ଗତକାଲି ରାତିରେ ତାଙ୍କର ଆଣ୍ଠୁ ସମସ୍ୟା ହୋଇଥିଲା। ଏହି କାରଣରୁ ସେ ମ୍ୟାଚରେ ଭାରତର ପ୍ଲେଇଂ ଇଲେଭେନରେ ସାମିଲ ନାହାନ୍ତି। ଏବେ ମ୍ୟାଚ୍‌ରେ ବିରାଟ କୋହଲିଙ୍କ ସ୍ଥାନରେ କିଏ ତୃତୀୟ ନମ୍ବରରେ ଖେଳୁଛି ତାହା ଦେଖିବା ଆକର୍ଷଣୀୟ ହେବ।
ପ୍ରଶଂସକମାନେ କିଙ୍ଗ କୋହଲିଙ୍କ ଦିନିକିଆକୁ ଫେରିବା ପାଇଁ ଉତ୍ସାହର ସହିତ ଅପେକ୍ଷା କରିଥିଲେ। କୋହଲି ଅଗଷ୍ଟ ୨୦୨୪ରେ ଟିମ ଇଣ୍ଡିଆ ପାଇଁ ଶେଷ ଦିନିକିଆ ମ୍ୟାଚ ଖେଳିଥିଲେ।

ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ପରେ, ଟିମ ଇଣ୍ଡିଆକୁ ୨୦୨୫ ଚାମ୍ପିଅନ୍ସ ଟ୍ରଫିରେ ମଧ୍ୟ ଅଂଶଗ୍ରହଣ କରିବାକୁ ପଡିବ। ଚାମ୍ପିଅନ୍ସ ଟ୍ରଫି ଦୃଷ୍ଟିରୁ ବିରାଟ କୋହଲି ଟିମ ଇଣ୍ଡିଆର ଏକ ଗୁରୁତ୍ୱପୂର୍ଣ୍ଣ ଖେଳାଳି ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri