ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି ଅଞ୍ଚଳବାସୀଙ୍କ ପାଇଁ ଏକ ଆବେଗଓ ଉତ୍କଣ୍ଠା। ୨୦୧୫ମସିହାରୁ ଆରମ୍ଭ ଗୋଇଥିବା ଏଇ ରାଜ୍ୟ ସ୍ତରୀୟ ଶୀତ ମହୋତ୍ସବ ଆଜି ଲୋକଙ୍କ ହୃଦୟରେ ସ୍ଥାନ ପାଇଛି। ସେବେଠାରୁ ଆଜି ପର୍ଯ୍ୟନ୍ତ ଯେବେବି ଏହି ମହୋତ୍ସବ ହୋଇଛି ତାହା ଲୋକଭିମୁଖୀ ହୋଇପାରିଛି । ମାତ୍ର ଚଳିତ ବର୍ଷ ଏହା ଆହୁରି ଲୋକାଭିମୁଖୀ କରିବା ପାଇଁ ଶୀତ ମହୋତ୍ସବ କମିଟିର ସମ୍ପାଦକ ତଥା ବିଡିଓ ପ୍ରୀତିରଞ୍ଜନ ରଥ ଅଣ୍ଟା ଭିଡ଼ିଛନ୍ତି। ଶୀତ ମହୋତ୍ସବ କରାଇବାରେ ବିଡିିଓଙ୍କ ଏହା ଦ୍ୱିତୀୟ ବର୍ଷ ହୋଉଥିବା ବେଳେ ଗତ ମହୋତ୍ସବ ସମୟରେ ସେ ଦାରିଙ୍ଗବାଡିରେ ନିଯୁକ୍ତି ପାଇଥିଲେ। ସଫଳତାର ସହ ପାଳନ କରିଥିଲେ। ଚଳିତ ବର୍ଷ ଅନ୍ୟ ବର୍ଷ ଅପେକ୍ଷା ଏହି ମହୋତ୍ସବକୁ ଆହୁରି ଲୋକାଭିମୁଖୀ କରିବା ପାଇଁ ସେ ଓ ତାଙ୍କ ଦଳ ଅଣ୍ଟା ଭିଡ଼ିଛନ୍ତ। ସେ ପ୍ରତିଦିନ କମିଟି ମେମ୍ବରମାନଙ୍କୁ ନେଇ ସନ୍ଧ୍ୟାରେ ସମୀକ୍ଷା କରିବା ସହ ମହୋତ୍ସବ ପଡିଆକୁ ଉନ୍ନତି କରିବାକୁ ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ ଏବଂ କନିଷ୍ଠ ଯନ୍ତ୍ରୀ ଧିରେନ ସେଠିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମହୋତ୍ସବରେ ମୀନା ବଜାର, ଫୁଡ କୋର୍ଟ, ସମେତ ବିଭିନ୍ନ ଷ୍ଟଲ ଖୋଲାଯିବ । ଏଥିପାଇଁ ତାକୁ ସଫଳ ରୂପାୟନ ପାଇଁ ସେ ସମସ୍ତ ଯୋଜନା ପ୍ରସ୍ତୁତ କରିଛନ୍ତ। ସେହିପରି ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ବିଭିନ୍ନ କଳାକାର ମାନଙ୍କୁ ଯୋଗାଯୋଗ କରୁଛନ୍ତ। ଚଳିତଥର ମଞ୍ଚ ଦୁଲୁକିବ ବୋଲି ବିଡ଼ିଓ କହିଛନ୍ତି। ମଞ୍ଚ ସଜାସଜ୍ଜା ଜାନୁୟାରୀ ପହିଲାରୁ ଆରମ୍ଭ ହେବ। ଆସନ୍ତା ଜାନୁୟାରୀ ୮ ଠାରୁ ୧୧ ପର୍ଯ୍ୟନ୍ତ ୪ ଦିନ ଧରି ଏହି ମହୋତ୍ସବ ଅନୁଷ୍ଠିତ ହେବ। ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟାମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଓ ବିଭିନ୍ନ ବିଭାଗର ମନ୍ତ୍ରୀମାନେ ଏହି ମହୋତ୍ସବରେ ଯୋଗଦାନ କରିବେ ବୋଲି ବିଡ଼ିଓ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ,…

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ…

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଗତ କିଛି ବର୍ଷ ଧରି ପୃଥିବୀର ଜଳବାୟୁରେ ଅସ୍ବାଭାବିକ ପରିବର୍ତ୍ତନ ଦେଖାଯାଉଛି। ଏହାର ପ୍ରଭାବ ଭାରତ ଏବଂ ଓଡ଼ିଶାରେ ମଧ୍ୟ ସ୍ପଷ୍ଟ ଭାବେ ପରିଲକ୍ଷିତ ହେଉଛି। ଏହି…

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri