କଠିନ ପରିଶ୍ରମ ଛାତ୍ରୀଛାତ୍ରଙ୍କ ଉନ୍ନତିର ମୂଳମନ୍ତ୍ର

ଲାଞ୍ଜିଗଡ,୧।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡସ୍ଥିତ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ବାର୍ଷିକୋତ୍ସବ ବେଦାନ୍ତ ଟାଉନସିପ ଅନ୍ତର୍ଗତ ବିଦ୍ୟାଳୟ ପରିସରଠାରେ ଅନୁଷ୍ଠିତ ହୋଇଯାଇଛି I ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଅଧ୍ୟକ୍ଷ ସଦାନନ୍ଦ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବେଦାନ୍ତ ଲିମିଟେଡ଼ ସିଇଓ ପ୍ରଣବ କୁମାର ଭଟ୍ଟାଚାର୍ଯ୍ୟ ଯୋଗଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ବେଦାନ୍ତ ଲିମିଟେଡ଼ ସିଏଫଓ ଏସ. ସୁରେଶ ଓ ମୁଖ୍ୟ ବକ୍ତା ଭାବେ କଳାହାଣ୍ଡି ଇଞ୍ଜିନେରିଙ୍ଗ କଲେଜ ଅଧ୍ୟକ୍ଷ ପ୍ରଫେସର ଡକ୍ଟର ଶୁଭ୍ରାଂଶୁ ଶେଖର ଦାସ ଯୋଗଯୋଗ ଦେଇଥିଲେ।

କାର୍ଯ୍ୟକ୍ରମର ସର୍ବପ୍ରଥମେ ମୁଖ୍ୟ ଅତିଥି ଦୀପ ପ୍ରଜ୍ଜ୍ୱଳନ କରି ବାର୍ଷିକୋତ୍ସବର ଶୁଭାରମ୍ଭ କରିଥିଲେ l ବିଦ୍ୟାଳୟ ଅଧ୍ୟକ୍ଷ ସଦାନନ୍ଦ ହୋତା ସ୍ବାଗତ ଅଭିଭାଷଣ ସହ ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ l ଉକ୍ତ ମହୋତ୍ସବରେ ମୁଖ୍ୟ ଅତିଥି ପ୍ରଣବ କୁମାର ଭଟ୍ଟାଚାର୍ଯ୍ୟ ନିଜ ଅଭିଭାଷଣରେ ଛାତ୍ରଛାତ୍ରୀମାନଙ୍କ ବୌଦ୍ଧିକ ବିକାଶ ସହ ଚାରିତ୍ରିକ ଗଠନ ଉପରେ ଗୁରୁତ୍ୱାରୋପ କରିଥିଲେ। ତା’ ସହିତ କଠିନ ପରିଶ୍ରମ ଏବଂ ଦୃଢ ଇଚ୍ଛାଶକ୍ତି ହିଁ ଛାତ୍ରୀଛାତ୍ରମାନଙ୍କ ଉନ୍ନତିର ମୂଳମନ୍ତ୍ର ଅଟେ ବୋଲି ମତବ୍ୟକ୍ତ କରିଥିଲେ। ଯେଉଁ ସ୍ବପ୍ନ ନିଦରେ ଦେଖାଯାଏ ତାହା ସ୍ବପ୍ନ ନୁହେଁ ଏବଂ ଯେଉଁ ସ୍ବପ୍ନ ନିଦ ଛଡ଼ାଇନିଏ ସେ ହେଉଛି ବିଦ୍ୟାର୍ଥୀଙ୍କ ପ୍ରକୁତ ସ୍ବପ୍ନ ବୋଲି ଅତିଥି ମତବ୍ୟକ୍ତ କରିଥିଲେ I ସେହିପରି ମୁଖ୍ୟବକ୍ତା ଡକ୍ଟର ଶୁଭ୍ରାଂଶୁ ଶେଖର ଦାସ ବିଦ୍ୟାଳୟ ଓ ଛାତ୍ରୀଛାତ୍ରମାନଙ୍କର ଉଚ୍ଚ ପ୍ରଶଂସା ସହ ଭବିଷ୍ୟତ ମଙ୍ଗଳ କାମନା କରିଥିଲେ l ପରେ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ବିଦ୍ୟାଳୟର ଛାତ୍ରୀ ରମଣ ପୃଷ୍ଟି , ସମ୍ପର୍ଣ୍ଣା ପ୍ରଧାନ, ସୁଶ୍ରୀ ସୌମ୍ୟା, ପ୍ରିୟଦର୍ଶିନୀ ପାଠୀ, ମେହେକ ସ୍ବାଇଁ, ତମନ୍ନା ମୋହିନୀ ପ୍ରମୁଖ ମଞ୍ଚ ପରିଚାଳନା କରିଥିଲେ I ଶେଷରେ ଆନୁଷ୍ଠାନିକ ଭାବରେ ଶିକ୍ଷକ ଜିତେନ୍ଦ୍ର କୁମାର ବାରିକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସାରିବା ପରେ ସାମୁହିକ ଜାତୀୟ ସଂଗୀତ ଗାନ କରି ମହୋତ୍ସବଟିର ପରି ସମାପ୍ତି ଘୋଷଣା କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ କର୍ମଚାରୀମାନେ ସହଯୋଗ କରିଥିଲେ I


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri