କଠିନ ପରିଶ୍ରମ ଛାତ୍ରୀଛାତ୍ରଙ୍କ ଉନ୍ନତିର ମୂଳମନ୍ତ୍ର

ଲାଞ୍ଜିଗଡ,୧।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡସ୍ଥିତ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ବାର୍ଷିକୋତ୍ସବ ବେଦାନ୍ତ ଟାଉନସିପ ଅନ୍ତର୍ଗତ ବିଦ୍ୟାଳୟ ପରିସରଠାରେ ଅନୁଷ୍ଠିତ ହୋଇଯାଇଛି I ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଅଧ୍ୟକ୍ଷ ସଦାନନ୍ଦ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବେଦାନ୍ତ ଲିମିଟେଡ଼ ସିଇଓ ପ୍ରଣବ କୁମାର ଭଟ୍ଟାଚାର୍ଯ୍ୟ ଯୋଗଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ବେଦାନ୍ତ ଲିମିଟେଡ଼ ସିଏଫଓ ଏସ. ସୁରେଶ ଓ ମୁଖ୍ୟ ବକ୍ତା ଭାବେ କଳାହାଣ୍ଡି ଇଞ୍ଜିନେରିଙ୍ଗ କଲେଜ ଅଧ୍ୟକ୍ଷ ପ୍ରଫେସର ଡକ୍ଟର ଶୁଭ୍ରାଂଶୁ ଶେଖର ଦାସ ଯୋଗଯୋଗ ଦେଇଥିଲେ।

କାର୍ଯ୍ୟକ୍ରମର ସର୍ବପ୍ରଥମେ ମୁଖ୍ୟ ଅତିଥି ଦୀପ ପ୍ରଜ୍ଜ୍ୱଳନ କରି ବାର୍ଷିକୋତ୍ସବର ଶୁଭାରମ୍ଭ କରିଥିଲେ l ବିଦ୍ୟାଳୟ ଅଧ୍ୟକ୍ଷ ସଦାନନ୍ଦ ହୋତା ସ୍ବାଗତ ଅଭିଭାଷଣ ସହ ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ l ଉକ୍ତ ମହୋତ୍ସବରେ ମୁଖ୍ୟ ଅତିଥି ପ୍ରଣବ କୁମାର ଭଟ୍ଟାଚାର୍ଯ୍ୟ ନିଜ ଅଭିଭାଷଣରେ ଛାତ୍ରଛାତ୍ରୀମାନଙ୍କ ବୌଦ୍ଧିକ ବିକାଶ ସହ ଚାରିତ୍ରିକ ଗଠନ ଉପରେ ଗୁରୁତ୍ୱାରୋପ କରିଥିଲେ। ତା’ ସହିତ କଠିନ ପରିଶ୍ରମ ଏବଂ ଦୃଢ ଇଚ୍ଛାଶକ୍ତି ହିଁ ଛାତ୍ରୀଛାତ୍ରମାନଙ୍କ ଉନ୍ନତିର ମୂଳମନ୍ତ୍ର ଅଟେ ବୋଲି ମତବ୍ୟକ୍ତ କରିଥିଲେ। ଯେଉଁ ସ୍ବପ୍ନ ନିଦରେ ଦେଖାଯାଏ ତାହା ସ୍ବପ୍ନ ନୁହେଁ ଏବଂ ଯେଉଁ ସ୍ବପ୍ନ ନିଦ ଛଡ଼ାଇନିଏ ସେ ହେଉଛି ବିଦ୍ୟାର୍ଥୀଙ୍କ ପ୍ରକୁତ ସ୍ବପ୍ନ ବୋଲି ଅତିଥି ମତବ୍ୟକ୍ତ କରିଥିଲେ I ସେହିପରି ମୁଖ୍ୟବକ୍ତା ଡକ୍ଟର ଶୁଭ୍ରାଂଶୁ ଶେଖର ଦାସ ବିଦ୍ୟାଳୟ ଓ ଛାତ୍ରୀଛାତ୍ରମାନଙ୍କର ଉଚ୍ଚ ପ୍ରଶଂସା ସହ ଭବିଷ୍ୟତ ମଙ୍ଗଳ କାମନା କରିଥିଲେ l ପରେ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ବିଦ୍ୟାଳୟର ଛାତ୍ରୀ ରମଣ ପୃଷ୍ଟି , ସମ୍ପର୍ଣ୍ଣା ପ୍ରଧାନ, ସୁଶ୍ରୀ ସୌମ୍ୟା, ପ୍ରିୟଦର୍ଶିନୀ ପାଠୀ, ମେହେକ ସ୍ବାଇଁ, ତମନ୍ନା ମୋହିନୀ ପ୍ରମୁଖ ମଞ୍ଚ ପରିଚାଳନା କରିଥିଲେ I ଶେଷରେ ଆନୁଷ୍ଠାନିକ ଭାବରେ ଶିକ୍ଷକ ଜିତେନ୍ଦ୍ର କୁମାର ବାରିକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସାରିବା ପରେ ସାମୁହିକ ଜାତୀୟ ସଂଗୀତ ଗାନ କରି ମହୋତ୍ସବଟିର ପରି ସମାପ୍ତି ଘୋଷଣା କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ କର୍ମଚାରୀମାନେ ସହଯୋଗ କରିଥିଲେ I


Enter your email to get our daily news in your inbox.

All Right Reserved By Dharitri.Com

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri