ପରିଶ୍ରମ ସଫଳତାର ଚାବିକାଠି: ଗନମୁଣ୍ଡା ପ୍ରାଥମିକ ସ୍କୁଲ ବାର୍ଷିକ ଉତ୍ସବ

କୁଚିଣ୍ଡା,୨।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଳକ ବାଉରୀଗୋଡା ପଞ୍ଚାୟତ ଗନମୁଣ୍ଡା ସରକାରୀ ପ୍ରକଳ୍ପ ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ କୁବେର ଚନ୍ଦ୍ର ନାଏକଙ୍କ ସଭାପତିତ୍ୱରେ ହୋଇଥିବା କାର୍ଯ୍ୟକ୍ରମରେ ବାଉରୀଗୋଡା ସମିତି ସଭ୍ୟ ପରେଶ ପଟେଲ ମୁଖ୍ୟଅତିଥି, ଶିକ୍ଷାବିତ୍‌ ତଥା ଅବସରପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୌରାଙ୍ଗ କୁସୁମ ମୁଖ୍ୟବକ୍ତା, ବାଉରୀଗୋଡା ସରପଞ୍ଚ ଗୋବର୍ଦ୍ଧନ ବାଘ, ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ପ୍ରମୋଦ ନାୟକ, ଅବସରପ୍ରାପ୍ତ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ନାୟକ, ସୁଶ୍ରୀ ନିଳେନ୍ଦ୍ରି ପଟେଲ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁମନ୍ତ ପୃଷେଠ, କିଶୋର ଚନ୍ଦ୍ର ପୃଷେଠ, ସନ୍ତୋଷ ନାଏକ, ଅବିଲ ମାଝି, ସନ୍ତୋଷ ପ୍ରଧାନ ସମ୍ମାନୀତ ଅତିଥିଭାବେ ଯୋଗଦେଇଥିଲେ। ଅତିଥିମାନେ ତାଙ୍କ ବକ୍ତବ୍ୟରେ କହିଥିଲେ ପିଲାମାନେ କଠିନ ପରିଶ୍ରମ କଲେ ନିଶ୍ଚିତ ଭାବେ ସଫଳତା ପାଇପାରିବେ। ଏହି ଅବସରରେ ବିଦ୍ୟାଳୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରୀଛାତ୍ରଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମକୁ ଶିକ୍ଷକ ପ୍ରଦୀପ ପଟେଲ ପରିଚାଳନା କରିଥିଲେ। ପ୍ରଧାନ ଶିକ୍ଷକ ନାଏକ ବିଦ୍ୟାଳୟର ବିବରଣୀ ପଠନ କରିଥିବା ବେଳେ ସହକାରୀ ଶିକ୍ଷୟିତ୍ରୀ ନମିତା କିଷାନ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଅବିଲ ମାଝି, ମଦନ ମାଝି, ଈଶ୍ୱର ପ୍ରଧାନ, ଲୋକନାଥ ମାଝି, ପ୍ରତାପ ସୁନାନୀ, ପ୍ରଭାକର ମାଝି, ଶୈଳେନ୍ଦ୍ର ପ୍ରଧାନ, ଜୟନାରାୟଣ ପଟେଲ ସହଯୋଗ କରିଥିଲେ। ଶେଷରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ଶନି ଦେବଙ୍କ ବିରଳ ସଂଯୋଗ; ବରବାଦ ହେବେ ନା ଧନ ପାଇବେ ଏହି ୩ ରାଶି!

ଶୁକ୍ରବାର, ଫେବୃଆରୀ 6, 2026 ରେ, ବୁଧ ଏବଂ ଶନି ପରସ୍ପର ପ୍ରତି 30 ଡିଗ୍ରୀ କୋଣରେ ଅବସ୍ଥିତ ହେବେ। ଏହା ଦ୍ୱିଦ୍ୱାଦଶ ଯୋଗ ସୃଷ୍ଟି କରିବ।…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

IPLରୁ ବାଦ୍‌ ପଡ଼ିବା ପରେ ଚମକିଲା ମୁସ୍ତାଫିଜୁର ରହମାନଙ୍କ ଭାଗ୍ୟ

ନୂଆଦିଲ୍ଲୀ, ୫।୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡର ନିର୍ଦ୍ଦେଶରେ ବାଂଲାଦେଶର ଷ୍ଟାର ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ କୋଲକାତା ନାଇଟ ରାଇଡର୍ସ ଦଳରୁ ମୁକ୍ତ କରାଯାଇଥିଲା। IPL…

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ…

ସଂସଦରେ ଅଦ୍ଭୁତ ଦୃଶ୍ୟ, ମୋଦିଙ୍କ ଭାଷଣ ବିନା…

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତି ସଂସଦର ମିଳିତ ଅଧିବେଶନକୁ ସମ୍ୱୋଧିତ କରିବା ପରେ, ଆଲୋଚନା ହୁଏ ଏବଂ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ଅଭିଭାଷଣ ରଖାଯାଏ। କିନ୍ତୁ, ଲୋକ ସଭାରେ ହଟ୍ଟଗୋଳ ଯୋଗୁଁ…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri