କଠିନ ପରିଶ୍ରମ କେବେ ବୃଥା ଯାଏ ନାହିଁ

ଅନୁଗୋଳ ଅଫିସ,୧୩।୭ – ଅନୁଗୋଳ ଜିଲାର ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟରୁ ଚଳିତ ମାଟ୍ରିକ୍‌ ପରୀକ୍ଷାରେ ଏ-୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଥିବା ଅନୁଗୋଳ ଜିଲାର ୮୬ ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ମଙ୍ଗଳବାର ଢେଙ୍କାନାଳ ଏମ୍‌ପି ମହେଶ ସାହୁ ସମ୍ବର୍ଦ୍ଧିତ କରିଛନ୍ତି। ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏମ୍‌ପି ସାହୁ କଠିନ ପରିଶ୍ରମ କେବେ ବୃଥା ଯାଏ ନାହିଁ ବୋଲି ପ୍ରକାଶ କରିଥିଲେ। ଏହି ପରିଶ୍ରମ ବଳରେ ନିଜର ପ୍ରତିଭା ପ୍ରଦର୍ଶନ କରି ଜିଲା ପାଇଁ ଗୌରବ ଆଣିଥିବା ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ଅଭିଭାବକଙ୍କୁ ସାଧୁବାଦ ଜଣାଇଥିଲେ। ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ପ୍ରଗାଢ଼ ଉଦ୍ୟମ ଓ ଛାତ୍ରୀଛାତ୍ରମାନଙ୍କ ନିଷ୍ଠାପର କାର୍ଯ୍ୟ ସେମାନଙ୍କୁ ଏହି ସଫଳତା ଆଣି ଦେଇଛି। ତେଣୁ ପ୍ରତିଭାକୁ ଠିକ୍‌ ଭାବେ ଚିହ୍ନଟ କରିବା ସହ ସେମାନଙ୍କୁ ଉତ୍ସାହିତ କରିବା ଉପରେ ଏମ୍‌ପି ଗୁରୁତ୍ୱାରୋପ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ସଭାପତି ବବିତା ପ୍ରଧାନ, ଅନୁଗୋଳ ପୌରପାଳିକା ଅଧ୍ୟକ୍ଷ ଅକ୍ଷୟ କୁମାର ସାମନ୍ତ, ଜିଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଶୈଳେଶ ନାଥ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ କୃତୀ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ନଗରପାଳ ପୂର୍ଣ୍ଣଚନ୍ଦ୍ର ରାଉତ, ଛାତ୍ର ବିଜେଡି ସଭାପତି ରାଜୀବ ଲୋଚନ ଦାସ, ଜିଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଲକ୍ଷ୍ମଣ ବେହେରା, ଏମ୍‌ପିଙ୍କ ପ୍ରତିନିଧି ସୁନୀଲ କୁମାର ପ୍ରଧାନଙ୍କ ସମେତ କୃତୀ ଛାତ୍ରୀଛାତ୍ର ଓ ସେମାନଙ୍କ ଅଭିଭାବକ, ଶିକ୍ଷୟିତ୍ରୀ ଶିକ୍ଷକ ପ୍ରମୁଖ ଯୋଗ ଦେଇଥିଲେ। ବିଜୁ ଯୁବ ଜନତା ଦଳ ସଭାପତି ଦିନେଶ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri