ଗିରଫ ହେଲେ ହାର୍ଡକୋର ମାଓବାଦୀ ହିଡ୍‌ମା

କୋରାପୁଟ,୨୯ା୫(ଅମିତାଭ ବେହେରା): ଗୁରୁବାର ଭୋର୍‌ରୁ ବୈପାରୀଗୁଡ଼ା ଥାନାର ପେଟିଗୁଡ଼ା ଗ୍ରାମ ନିକଟ ଜଙ୍ଗଲରୁ ଜଣେ ହାର୍ଡକୋର୍‌ ଏସିଏମ୍‌ ର଼୍ୟାଙ୍କର ମାଓବାଦୀ ମୋହନ ତଥା କୁଞ୍ଜମ ହିଡ୍‌ମାକୁ କୋରାପୁଟ ଡିଭିଏଫ୍‌ ପୋଲିସ ଗିରଫ କରିବାରେ ସଫଳ ହୋଇଥିବା ଅପରାହ୍ନରେ ସ୍ଥାନୀୟ ଏସ୍‌ପି କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏସ୍‌ପି ରୋହିତ ବର୍ମା ସୂଚନା ଦେଇଛନ୍ତି। ବୈପାରୀଗୁଡ଼ା ଥାନାର ପେଟିଗୁଡ଼ା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଜୟପୁର ପୋଲିସ ଏସ୍‌ଡିପିଓ ପାର୍ଥ କଶ୍ୟପ ଓ ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ ଦିବ୍ୟ ପ୍ରସାଦ ପରିଡ଼ାଙ୍କ ନେତୃତ୍ୱରେ କୋରାପୁଟ ଜିଲା ଡିଭିଏଫ୍‌ ପୋଲିସ ସର୍ଚ୍ଚ ଅପେରଶନ କରୁଥିବାବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ ଏବଂ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ଯବାନମାନେ କହିଥିଲେ କିନ୍ତୁ ଏହାକୁ ନଶୁଣୀ ମାଓବାଦୀ ପକ୍ଷରୁ ହଠାତ୍‌ ପୋଲିସ ଉପରକୁ ଗୁଳି ଚଳାଇବା ଆରମ୍ଭ କରାଯାଇଥିଲା। ପୋଲିସ ଏହାର ପାଲଟା ଜବାବ ଦେଇଥିଲା। ଏହିସମୟରେ ମାଓବାଦୀ ମୋହନ ସମେତ ତା’ର ୩ ସହଯୋଗୀ ଆନ୍ଧ୍ରକୁ ଖସି ଚାଲିଯିବାକୁ ଚେଷ୍ଟା କରୁଥିବା ବେଳେ ମୋହନକୁ ଗିରଫ କରିବାରେ ପୋଲିସ ସଫଳ ହୋଇଥିଲେ। ଗିରଫ ମୋହନଙ୍କ ନିକଟରୁ ଏକେ ୪୭ ରାଇଫଲ ସହ ୩୫ ରାଉଣ୍ଡ ଗୁଳି, ଏକ ମାଗାଜିନ,୨୭ଟି ଇଲୋକ୍ଟ୍ରୋନିକ୍‌ ଡିଟୋନେଟର ସହ ବହୁ ବିସ୍ଫୋରକ ଓ ମାଓବାଦୀ ସାମଗ୍ରୀ ଜବତ କରିଥିଲେ। ମୋହନଙ୍କ ନାମରେ କୋରାପୁଟ ଜିଲାରେ ୪ଟି ମାମଲା ଓ ମାଲକାନଗିରି ଜିଲାରେ ୩ଟି ମାମଲା ରହିଥିବା ବେଳେ ଛତିଶଗଡ଼ ରାଜ୍ୟରେ ବହୁ ଘଟଣାରେ ଜଡ଼ିତ ବୋଲି ଏସ୍‌ପି କହିଛନ୍ତି।

ମୋହନ ଗତ ୨୦୦୭ରେ ମାତ୍ର ୧୪ ବର୍ଷ ବୟସରେ ମାଓବାଦୀ ସଙ୍ଗଠନରେ ସାମିଲ ହୋଇଥିଲା। ଆନ୍ଧ୍ର ଓଡ଼ିଶା ବୋର୍ଡର ଜୋନାଲ କୋରାପୁଟ ପୋଲିସକୁ ମିଳିଛି ବଡ଼ ସଫଳତା। ଓଡ଼ିଶା ଓ ଛତଶଗଡ଼ ରାଜ୍ୟରେ ମାଓବାଦୀ ଦମନ ଅପରେଶନକୁ ଜୋରଦାର କରାଯାଇଛି। ପୋଲିସର ଗୋଇନ୍ଦା ଶକ୍ତିଶାଳୀ ହୋଇପଡ଼ିଛି। ଫଳରେ ମାଓବାଦୀମାନେ ଚଳପ୍ରଚଳ ହେଲେ ପୋଲିସ ବାହିନୀକୁ ତୁରନ୍ତ ସୂଚନା ମିଳୁଛି। ଏହି ସମ୍ମିଳନୀରେ ଏସ୍‌ପିଙ୍କ ସମେତ ଜୟପୁର ପୋଲିସ ଏସ୍‌ଡିପିଓ ପାର୍ଥ କଶ୍ୟପ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri