Posted inଜାତୀୟ

ବଢ଼ିଲା LPG ସିଲିଣ୍ଡର ମୂଲ୍ୟ, ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୭ା୪: କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହାରଦୀପ ସିଂହ ପୁରୀ ସୋମବାର ଘୋଷଣା କରିଛନ୍ତି ଯେ, ଏଲପିଜି ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି ପାଇବ। ଏହି ବର୍ଦ୍ଧିତ ଦର ମଙ୍ଗଳବାରଠାରୁ ଲାଗୁ ହେବ। ଦର ବୃଦ୍ଧି ସହିତ ଉଜ୍ଜଳା ବ୍ୟତୀତ ଘରୋଇ ଏଲପିଜି ସିଲିଣ୍ଡର ମୂଲ୍ୟ ୮୦୩ ଟଙ୍କାରୁ ୮୫୩ ଟଙ୍କାକୁ ବୃଦ୍ଧିପାଇବ। ସେହିପରି ଉଜ୍ଜଳା ଯୋଜନାରେ ମିଳୁଥିବା ସିଲିଣ୍ଡର ମୂଲ୍ୟ ୫୦୦ ଟଙ୍କାରୁ ୫୫୦ ଟଙ୍କାକୁ ବୃଦ୍ଧିପାଇବ।

ସେହିପରି ସୋମବାର କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଉପରେ ଏକ୍ସାଇଜ ଡ୍ୟୁଟି ୨ ଟଙ୍କା ବୃଦ୍ଧି କରିଛନ୍ତି। ତେବେ ଏହା ଖୁଚୁରା ମୂଲ୍ୟକୁ କୌଣସି ପ୍ରଭାବିତ କରିବ ନାହିଁ। ଏନେଇ ପେଟ୍ରୋଲିୟମ ମନ୍ତ୍ରାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି।

ତେବେ କିଛିଦିନ ପୂର୍ବରୁ ୧୯ କିଲୋଗ୍ରାମ ବାଣିଜ୍ୟିକ LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ କରିଥିଲେ। ବିଶ୍ୱ ଅଶୋଧିତ ତୈଳ ଦରରେ ପରିବର୍ତ୍ତନ ଏବଂ ଅନ୍ୟାନ୍ୟ ଆର୍ଥିକ କାରଣ ଦ୍ୱାରା ପ୍ରଭାବିତ ହୋଇ LPG ମୂଲ୍ୟ ନିୟମିତ ଭାବରେ ସଂଶୋଧନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ନାଁ ନାହିଁ’: ବଜେଟ୍‌ ଦେଖି ଇଣ୍ଟରନେଟ୍‌ରେ ମଧ୍ୟବିତଙ୍କ ପାଇଁ ମଜାଳିଆ ମିମ୍ସ ଭାଇରାଲ୍‌

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ଶେୟାର ବଜାରକୁ ପସନ୍ଦ ଆସିଲାନି ବଜେଟ୍, ନିବେଶକଙ୍କ ୧୧ ଲକ୍ଷ କୋଟି ଟଙ୍କା ବୁଡ଼ିଲା

ମୁମ୍ବାଇ,୧।୨: ବଜେଟ୍ ଉପସ୍ଥାପନା ପରେ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ବଜେଟକୁ ନେଇ ନିବେଶକଙ୍କ ମଧ୍ୟରେ ହତାଶା ଏବଂ କେତେକ ଟିକସ ନିୟମରେ…

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

ବଜେଟକୁ କଟାକ୍ଷ କଲେ ମମତା: କହିଲେ ‘ହମ୍ପଟି ଡମ୍ପଟି’ ବଜେଟ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି। ବଜେଟକୁ ନେଇ ନିରାଶା ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ସହପାଠୀଙ୍କ ଆକ୍ରମଣ, ମୁହଁକୁ ମାଡ଼ ମାରି ଆଖି ଫୁଟାଇଦେଲେ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଜଣେ ପଞ୍ଚମ ଶ୍ରେଣୀ ଛାତ୍ରକୁ ତାଙ୍କ ଶ୍ରେଣୀର ଅନ୍ୟ ଏକ ଛାତ୍ର ଏବଂ…

ଶସ୍ତା ହୋଇଗଲା ସୁନା-ରୂପା, ବଜେଟ ପରେ ଏତେ ଖସିଗଲା ଦର ଖୁସିରେ ନାଚି ଉଠିବେ ଆପଣ!

ନୂଆଦିଲ୍ଲୀ,୧।୨: ବଜେଟ ଦିନ ଦେଶର ଧ୍ୟାନ ସଂସଦ ଉପରେ କେନ୍ଦ୍ରିତ ଥିବା ବେଳେ, ସାମଗ୍ରୀ ବଜାର ଅସ୍ଥିରତା ମଧ୍ୟରେ ଥିଲା। ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା…

Budget 2026: ବିଦେଶରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଉପହାର, ଟ୍ୟାକ୍ସ ହ୍ରାସ…

ନୂଆଦିଲ୍ଲୀ,୧।୨: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ଼ ଘୋଷଣା କରିଛନ୍ତି । ସେ ବିଦେଶୀ ଶିକ୍ଷା ଉପରେ ଟିକସରେ ଗୁରୁତ୍ୱପୂର୍ଣ୍ଣ ରିହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri