Posted inଜାତୀୟ

ବଢ଼ିଲା LPG ସିଲିଣ୍ଡର ମୂଲ୍ୟ, ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୭ା୪: କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହାରଦୀପ ସିଂହ ପୁରୀ ସୋମବାର ଘୋଷଣା କରିଛନ୍ତି ଯେ, ଏଲପିଜି ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି ପାଇବ। ଏହି ବର୍ଦ୍ଧିତ ଦର ମଙ୍ଗଳବାରଠାରୁ ଲାଗୁ ହେବ। ଦର ବୃଦ୍ଧି ସହିତ ଉଜ୍ଜଳା ବ୍ୟତୀତ ଘରୋଇ ଏଲପିଜି ସିଲିଣ୍ଡର ମୂଲ୍ୟ ୮୦୩ ଟଙ୍କାରୁ ୮୫୩ ଟଙ୍କାକୁ ବୃଦ୍ଧିପାଇବ। ସେହିପରି ଉଜ୍ଜଳା ଯୋଜନାରେ ମିଳୁଥିବା ସିଲିଣ୍ଡର ମୂଲ୍ୟ ୫୦୦ ଟଙ୍କାରୁ ୫୫୦ ଟଙ୍କାକୁ ବୃଦ୍ଧିପାଇବ।

ସେହିପରି ସୋମବାର କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଉପରେ ଏକ୍ସାଇଜ ଡ୍ୟୁଟି ୨ ଟଙ୍କା ବୃଦ୍ଧି କରିଛନ୍ତି। ତେବେ ଏହା ଖୁଚୁରା ମୂଲ୍ୟକୁ କୌଣସି ପ୍ରଭାବିତ କରିବ ନାହିଁ। ଏନେଇ ପେଟ୍ରୋଲିୟମ ମନ୍ତ୍ରାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି।

ତେବେ କିଛିଦିନ ପୂର୍ବରୁ ୧୯ କିଲୋଗ୍ରାମ ବାଣିଜ୍ୟିକ LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ କରିଥିଲେ। ବିଶ୍ୱ ଅଶୋଧିତ ତୈଳ ଦରରେ ପରିବର୍ତ୍ତନ ଏବଂ ଅନ୍ୟାନ୍ୟ ଆର୍ଥିକ କାରଣ ଦ୍ୱାରା ପ୍ରଭାବିତ ହୋଇ LPG ମୂଲ୍ୟ ନିୟମିତ ଭାବରେ ସଂଶୋଧନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ଅସହାୟ କି? ଇଣ୍ଡିଗୋ ସଙ୍କଟକୁ ନେଇ ହାଇକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୧୧ା୧୨: ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ବିମାନସେବାରେ ବିଭ୍ରାଟର ସମ୍ମୁଖୀନ ହୋଇଥିବା ଦେଶର ସର୍ୱବୃହତ୍‌ ଏୟାରଲାଇନ୍‌ ଇଣ୍ଡିଗୋର ବହୁ ଫ୍ଲାଇଟ ଉଡ଼ାଣ ରଦ୍ଦ ହୋଇଯାଇଥିବାବେଳେ ଉକ୍ତ...

‘ପର୍‌ ଡ୍ରପ୍‌ ମୋର୍‌ କ୍ରପ୍‌’ ଖର୍ଚ୍ଚ ବଢ଼ାଅ

ଭୁବନେଶ୍ୱର,୧୧।୧୨(ରବିନାରାୟଣ ଜେନା): କୃଷି ଓ କୃଷକଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ଏବଂ ରାଜ୍ୟ ସରକାର ବହୁବିଧ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବକ୍ଷେତ୍ରରେ ଅଧିକାରୀଙ୍କ...

ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ, ୧ା୧୨: ୟୁନେସ୍କୋର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି ସ୍ଥାନ ପାଇଛି। ୟୁନେସ୍କୋ ରିପ୍ରେଜେଣ୍ଟିଭ ଲିଷ୍ଟ୍‌ ଅଫ୍‌ ଦ ଇନ୍‌ଟାଞ୍ଜିବଲ କଲ୍‌ଚ୍ୟୁରାଲ ହେରିଟେଜ୍‌ ଅଫ୍‌...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri