ନିଜ୍ଜାର ହତ୍ୟା ମାମଲାରେ ଜଷ୍ଟିନ ଟ୍ରୁଡୋଙ୍କୁ ବଡ଼ ଝଟକା, କୋର୍ଟ ନେଲେ ଏହି ନିଷ୍ପତ୍ତି

ଓଟାଓ୍ବା,୯।୧: ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାରେ ଜଷ୍ଟିନ ଟ୍ରୁଡୋ ସରକାରଙ୍କୁ ଏକ ବଡ଼ ଝଟକା ଲାଗିଛି। କାନାଡାର ସୁପ୍ରିମକୋର୍ଟ ମାମଲାର ସମସ୍ତ ଚାରି ଅଭିଯୁକ୍ତଙ୍କୁ ଆଇନଗତ ଶୁଣାଣି ପର୍ଯ୍ୟନ୍ତ ଜାମିନରେ ମୁକ୍ତ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଚାରି ଜଣଙ୍କ ମଧ୍ୟରୁ ତିନି ଜଣ ଭିଡିଓ ମାଧ୍ୟମରେ ସୁପ୍ରିମକୋର୍ଟରେ ହାଜର ହୋଇଥିବା ବେଳେ ଚତୁର୍ଥ ଜଣଙ୍କ ପ୍ରତିନିଧିତ୍ୱ ଜଣେ ଓକିଲ କରିଥିଲେ।

ଏବେ ଏହି ବିଷୟରେ ପରବର୍ତ୍ତୀ ଶୁଣାଣି ଫେବୃଆରୀ ୧୧, ୨୦୨୫ରେ ଅନୁଷ୍ଠିତ ହେବ। ୧୮ ଜୁନ ୨୦୨୩ରେ, ଖଲିସ୍ତାନି ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାରଙ୍କୁ ବ୍ରିଟିଶ କଲମ୍ବିଆର ଏକ ଗୁରୁଦ୍ୱାରର ପାର୍କିଂ ସ୍ଥାନରେ ଗୁଳି କରି ହତ୍ୟା କରାଯାଇଥିଲା। ଏହି ମାମଲାରେ କରଣ ବରାଡ, କମଲପ୍ରୀତ ସିଂ, କରଣପ୍ରୀତ ସିଂହ ଏବଂ ଅମନଦୀପ ସିଂହଙ୍କୁ ଅଭିଯୁକ୍ତ କରାଯାଇଥିଲା।

କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ହତ୍ୟାକାଣ୍ଡରେ ଭାରତକୁ ସମ୍ପୃକ୍ତି ଥିବା ଅଭିଯୋଗ କରିବା ପରେ ଭାରତ-କାନାଡା ସମ୍ପର୍କରେ ଏକ ବଡ଼ ବିବାଦ ସୃଷ୍ଟି କରିଥିଲା। ଭାରତ ଏହି ଅଭିଯୋଗକୁ ଦୃଢ଼ ଭାବରେ ପ୍ରତ୍ୟାଖ୍ୟାନ କରିଥିଲା ଏବଂ କାନାଡା ଦ୍ୱାରା ଏ ସମ୍ପର୍କରେ କୌଣସି ପ୍ରମାଣ ଉପସ୍ଥାପନ କରାଯାଇ ନ ଥିଲା। ଏହି ମାମଲାରେ ଚାରି ଅଭିଯୁକ୍ତଙ୍କ ମୁକ୍ତି ଜଷ୍ଟିନ ଟ୍ରୁଡୋଙ୍କ ପାଇଁ ସମସ୍ୟାକୁ ଆହୁରି ବଢ଼ାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri