ହାର୍ଦ୍ଦିକଙ୍କୁ ମିଳିଗଲା ନୂଆ ଜୀବନସାଥୀ: ଏହି ଅଭିନେତ୍ରୀଙ୍କୁ କଲେ ଫଲୋ

ମୁମ୍ବାଇ,୨୧।୭: ଟି-୨୦ ବିଶ୍ୱକପ ୨୦୨୪ର ବିଜୟ ପରେ ଭାରତୀୟ କ୍ରିକେଟର୍‌ ହାର୍ଦ୍ଦିକ ପାଣ୍ଡ୍ୟା ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ସ୍ତ୍ରୀ ନତାଶା ଷ୍ଟାନକୋଭିକ ଅଲଗା ହୋଇଛନ୍ତି। ନତାଶାଙ୍କଠାରୁ ଅଲଗା ହେବା ପରେ ପାଣ୍ଡ୍ୟା ବର୍ତ୍ତମାନ ଅନ୍ୟ ଜଣେ ଅଭିନେତ୍ରୀଙ୍କ ନିକଟତର ହୋଇଛନ୍ତି। ନିକଟରେ ରାଧିକା ଏବଂ ଅନନ୍ତ ଅମ୍ବାନୀଙ୍କ ବିବାହରେ ହାର୍ଦ୍ଦିକ ଅନନ୍ୟା ପାଣ୍ଡେଙ୍କ ସହ ନଜର ଆସିଥିଲେ।
ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଅନନ୍ୟା ପାଣ୍ଡେ ଇନଷ୍ଟାଗ୍ରାମରେ ପରସ୍ପରକୁ ଫଲୋ କରିଥିଲେ। ଏହି ଖବର ଆସିବା ମାତ୍ରେ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ଏହି ବିବାହରେ ପାଣ୍ଡ୍ୟା ଏବଂ ଅନନ୍ୟା ବହୁତ ଡ୍ୟାନ୍ସ ମଧ୍ୟ କରିଥିଲେ। ଏହାର ଅନେକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରାଯାଇଥିଲା।
ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ନାମ ଅଭିନେତା ଆଦିତ୍ୟ ରୟ କାପୁରଙ୍କ ସହ ଯୋଡି ହୋଇଛି। ଅନନ୍ୟା ଏବଂ ଆଦିତ୍ୟଙ୍କୁ ପୂର୍ବରୁ ଅନେକ ଥର ଏକାଠି ଦେଖିବାକୁ ମିଳିଥିଲା। ଉଭୟେ ଏହି ପ୍ରସଙ୍ଗରେ କୌଣସି ପ୍ରକାରର ପ୍ରତିକ୍ରିୟା ଦେଇ ନ ଥିଲେ। କିନ୍ତୁ ବର୍ତ୍ତମାନ ଅନନ୍ୟାଙ୍କ ନାମ ହାର୍ଦ୍ଦିକଙ୍କ ସହ ଯୋଡି ହୋଇଛି।
୨୦୨୦ରେ ପାଣ୍ଡ୍ୟା ଏବଂ ନତାଶା ବିବାହ କରିଥିଲେ। ଉଭୟେ ୨୦୧୮ରେ ପ୍ରଥମ ଥର ପାଇଁ ସାକ୍ଷାତ ହୋଇଥିଲେ। ଏହା ପରେ ପରସ୍ପରକୁ ଡେଟ କରିବା ଆରମ୍ଭ କଲେ। ୨୦୨୦ରେ ଦୁହେଁ ବିବାହ କରିଥିଲେ। ସେହି ବର୍ଷ ତାଙ୍କ ପୁଅ ଅଗସ୍ତ୍ୟ ଜନ୍ମ ହୋଇଥିଲେ। ବର୍ତ୍ତମାନ ଉଭୟ ଅଲଗା ହୋଇଯାଇଛନ୍ତି। ନତାଶା ପୁଅକୁ ନେଇ ସର୍ବିଆ ଫେରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ…

ଧୂଳିରେ ରୁନ୍ଧି ହେଉଛି ସହର

ସହରୀ ସଭ୍ୟତାର ଅଭିବୃଦ୍ଧି ସହ ତାଳ ଦେଇ ବଢ଼ୁଛି ବାୟୁ ପ୍ରଦୂଷଣ। ବହୁ ସଂଖ୍ୟାରେ ଦୁଇଚକିଆ ଓ ଚାରିଚକିଆ ଯାନ ଚଳାଚଳ ଏହାର ପ୍ରମୁଖ କାରଣ ।…

ବିକାଶ: ସ୍ବପ୍ନ ଓ ବାସ୍ତବତା

ଖବରକାଗଜ ବା ଟିଭି ଚାନେଲ ଖୋଲିଲେ ବିକଶିତ ଭାରତ କଥା ଶୁଣିବାକୁ ବା ପଢ଼ିବାକୁ ମିଳେ, କିନ୍ତୁ ସେହି ବିକଶିତ ଭାରତର ସ୍ବରୂପ କ’ଣ ହେବ, କାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri