Posted inଖେଳ

ପୁଣି ପ୍ରେମରେ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଏହି ଅଭିନେତ୍ରୀଙ୍କୁ କରୁଛନ୍ତି ଡେଟ୍‌

ମୁମ୍ବାଇ,୧୦।୧୦:ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। କରଓ୍ବାଚୌଥରେ ମୁମ୍ବାଇ ବିମାନବନ୍ଦରରେ ତାଙ୍କୁ ମଡେଲ ମାହିକା ଶର୍ମାଙ୍କ ସହ ଦେଖିବାକୁ ମିଳିଛି। ୨୦୨୪ରେ ସେ ତାଙ୍କ ସ୍ତ୍ରୀ ନତାଶା ଷ୍ଟାନକୋଭିକଙ୍କଠାରୁ ଛାଡପତ୍ର ଘୋଷଣା କରିଥିଲେ। ଦୁହେଁ ପାରସ୍ପରିକ ସହମତିରେ ଅଲଗା ହୋଇଥିଲେ। ସେମାନଙ୍କ ପୁଅ ଅଗସ୍ତ୍ୟ ଅଛି।

ନତାଶାଙ୍କ ଠାରୁ ଅଲଗା ହେବା ପରେ, ହାର୍ଦ୍ଦିକଙ୍କୁ ପ୍ରଥମେ ମଡେଲ ଜସ୍ମିନ ୱାଲିଆଙ୍କ ସହ ଯୋଡା ଯାଇଥିଲା। ଉଭୟ ଡେଟ କରୁଥିବା ଚର୍ଚ୍ଚା ହୋଇଥିଲା। କିନ୍ତୁ ସେମାନଙ୍କ ବ୍ରେକ୍‌ଅପ୍‌ ହୋଇଯାଇଛି। ଏବେ ହାର୍ଦ୍ଦିକ ମଡେଲ ମାହିକାଙ୍କୁ ଡେଟ୍‌ କରୁଛନ୍ତି।

ହାର୍ଦ୍ଦିକ ଏବଂ ମାହିକାଙ୍କୁ ମୁମ୍ବାଇ ବିମାନବନ୍ଦରରେ ଏକାଠି ଦେଖିବାକୁ ମିଳିଛି। ସେମାନଙ୍କ ମଧ୍ୟରୁ କେହି ଗଣମାଧ୍ୟମକୁ କୌଣସି ବୟାନ ଦେଇ ନ ଥିଲେ, କିନ୍ତୁ କ୍ୟାମେରା ସାମ୍ନାକୁ ଆସିବା ମାତ୍ରେ ହାର୍ଦ୍ଦିକ ମାହିକାଙ୍କୁ ଧରି ଆଗକୁ ବଢିବାକୁ ଦେଇଥିଲେ।
ମାହିକା ଶର୍ମା ମଡେଲିଂ ଏବଂ ଅଭିନୟ ଜଗତର ଏକ ଜଣାଶୁଣା ନାମ। ସେ ଅର୍ଥନୀତି ଏବଂ ଆର୍ଥିକ କ୍ଷେତ୍ରରେ ଡିଗ୍ରୀ ହାସଲ କରିଛନ୍ତି ଏବଂ ତନିଷ୍କ, ଭିଭୋ ଏବଂ ୟୁନିକ୍ଲୋ ଭଳି ଅନେକ ପ୍ରମୁଖ ବ୍ରାଣ୍ଡ ପାଇଁ କାମ କରିଛନ୍ତି। ସେ ଡିଜାଇନର ମନୀଷ ମାଲହୋତ୍ରା, ଅନିତା ଡୋଙ୍ଗରେ ଏବଂ ତରୁଣ ତାହିଲିଆନିଙ୍କ ପାଇଁ ମଧ୍ୟ ରାମ୍ପ ଶୋ’ କରିଛନ୍ତି।

 

View this post on Instagram

 

A post shared by Manav Manglani (@manav.manglani)

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?