Posted inଖେଳ

କିଛି ଦିନ ତଳେ ୩୦ କୋଟିର ଫ୍ଲାଟ; ଏବେ ୫ କୋଟି ମୂଲ୍ୟର ଘଣ୍ଟା କିଣି ଚର୍ଚ୍ଚାରେ ଏହି ଭାରତୀୟ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୭।୮: ଭାରତୀୟ କ୍ରିକେଟ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଖୁବ୍‌ଶୀଘ୍ର ମଇଦାନକୁ ଫେରିବେ। ସେ ଏବଂ ତାଙ୍କ ଭାଇ କ୍ରୁନାଲ ପାଣ୍ଡ୍ୟା ଆଇପିଏଲ୍‌ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ୍‌ ପାଇଁ ୟୁଏଇରେ ପହଞ୍ଚି ସାରିଛନ୍ତି। ଏବେ ଖେଳଠାରୁ ଦୂରରେ ଥିବା ହାର୍ଦ୍ଦିକ ଭିନ୍ନ କାରଣକୁ ନେଇ ଚର୍ଚ୍ଚାରେ। ତାହା ହେଲା ଅଲରାଉଣ୍ଡରଙ୍କ ଘଣ୍ଟା।

ହାର୍ଦ୍ଦିକ ଓ ତାଙ୍କ ଭାଇଙ୍କ ଦାମୀ ଜିନିଷର ସଉକ ରହିଛି। ଉଭୟ ଭାଇ ନିଜ ପରିଶ୍ରମ ବଳରେ ଏପରି ସ୍ତରରେ ପହଞ୍ଚିଛନ୍ତି ଯେ ମନ ମୁତାବକ ଜିନିଷ କ୍ରୟ କରିବାକୁ ସେମାନେ ଦ୍ୱିଧା କରନ୍ତି ନାହିଁ। ବର୍ତ୍ତମାନ ହାର୍ଦ୍ଦିକଙ୍କ ମହଙ୍ଗା ଜିନିଷ ସଂଗ୍ରହରେ ଆଉ ଏକ ନୂତନ ଜିନିଷ ଯୋଡ଼ା ହୋଇଛି। ସେଇଟି ହେଉଛି ତାଙ୍କର ନୂଆ ଘଣ୍ଟା। ପାଣ୍ଡା ନିଜର ଏହି ଘଣ୍ଟାର ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି।

ପାଣ୍ଡ୍ୟାଙ୍କ ନୂଆ ଘଣ୍ଟାର ମୂଲ୍ୟ ୫ କୋଟି ଟଙ୍କା। କାରଣ ଏହା ହେଉଛି ଏକ ବିରଳ କଲେକ୍ସନର ଘଣ୍ଟା। ଏହାର ନାମ ପାଟେକ ଫିଲିପେ ନାଟିଲସ୍‌ ପ୍ଲାଟିନମ୍‌ ୫୭୧୧। ଘଣ୍ଟାଟି ସମ୍ପୂର୍ଣ୍ଣ ଭାବେ ପ୍ଲାଟିନମ୍‌ରେ ନିର୍ମିତ। ଏଥିରେ ସବୁଜ ରଙ୍ଗର ୩୨ଟି ଏମେରାଲ୍ଡ ଅଛି। ତେବେ କିଛି ଦିନ ପୂର୍ବରୁ ପାଣ୍ଡ୍ୟା ଭାଇମାନେ ମୁମ୍ବାଇରେ ୮ ବିଏଚ୍‌କେ ଫ୍ଲାଟ୍‌ କିଣିଥିଲେ । ଏହାର ମୂଲ୍ୟ ୩୦ କୋଟି ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri