Posted inଜାତୀୟ

ହାର୍ଦ୍ଦିକ ପାଣ୍ଡ୍ୟା ମାରିଲେ ଏମିତି ସର୍ଟ, ହସି ହସି ଗଡିଲେ ସ୍ତ୍ରୀ

ମୁମ୍ବାଇ,୨୦।୫: ବିରାଟ କୋହଲିଙ୍କ ଅର୍ଦ୍ଧଶତକ ସହିତ ଫାପ ଡୁ ପ୍ଲେସିସ ଓ ଗ୍ଲେନ ମ୍ୟାକ୍ସୱେଲଙ୍କ ଚମତ୍କାର ବ୍ୟାଟିଂ ଜରିଆରେ ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଶେଷ ଲିଗ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସକୁ ୮ ଉଇକେଟ୍‌ରେ ପରାସ୍ତ କରି ଅଷ୍ଟମ ବିଜୟ ସହ ପ୍ଲେ ଅଫ ସମ୍ଭାବନାକୁ କାଏମ ରଖିଛି। ଏହି ମ୍ୟାଚ୍‌ରେ ଗୁଜରାଟ ପରାସ୍ତ ହୋଇଥିଲେ ମଧ୍ୟ ଦଳର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ବିସ୍ଫୋରକ ବ୍ୟାଟିଂ କରିଥିଲେ। ସେ ୪୭ ବଲରେ ୬୨ ରନ ସଂଗ୍ରହ କରିଥିଲେ।
ଗୁଜରାଟ ଇନିଂସର ଦଶମ ଓଭରରେ ଏମିତି କିଛି ଘଟଣା ଘଟିଥିଲା, ପଡ଼ିଆରେ ଦର୍ଶକଙ୍କ ସମେତ ଆରସିବି ଖେଳାଳି ଏବଂ ଅମ୍ପାୟାର ହସିବାକୁ ବାଧ୍ୟ ହୋଇଥିଲେ। ଦଶମ ଓଭରର ଶେଷ ବଲରେ ହାର୍ଦ୍ଦିକ ପାଣ୍ଡ୍ୟା ସଟ ମାରିବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ସେ ବ୍ୟାଟିଂ କରୁଥିବାବେଳେ ତାଙ୍କ ହାତରୁ ବ୍ୟାଟ ଖସି କିଛି ଦୂରରେ ପଡିଥିଲା। ଷ୍ଟାଣ୍ଡରେ ବସିଥିବା ତାଙ୍କ ସ୍ତ୍ରୀ ନତାଶା ଷ୍ଟାନକୋଭିକ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇ ହସୁଥିବାର ଦେଖାଯାଇଥିଲା।
ଆରସିବି ବିଜୟର ସହ ଲିଗ ଅଭିଯାନ ଶେଷ କରିଥିଲେ ମଧ୍ୟ ଦଳକୁ ଏବେ ଅନ୍ୟ ଦଳର ଫଳାଫଳ ଉପରେ ନଜର ରଖିବାକୁ ହେବ। ଶନିବାର ଖେଳାଯିବାକୁ ଥିବା ମୁମ୍ବାଇ ଇଣ୍ଡିଆନ୍ସ ବନାମ ଦିଲ୍ଲୀ କ୍ୟାପିଟାଲ୍ସ ମ୍ୟାଚ୍‌ରେ ଦିଲ୍ଲୀର ପରାଜୟ ଆଶା ରଖିବ ଏହି ଦଳ। ସେହିଭଳି ଶୁକ୍ରବାର ଖେଳାଯିବାକୁ ଥିବା ଚେନ୍ନାଇ ସୁପର୍‌ କିଙ୍ଗ୍ସ ବିପକ୍ଷମ୍ୟାଚ ମଧ୍ୟ ରାଜସ୍ଥାନ ରୟାଲ୍ସ ହାରିଯାଉ ବୋଲି ଆଶା ରଖିଛି ଆରସିବି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ହର୍ମୁଜର ନାଁ ବଦଳେଇଦେଲେ ଟ୍ରମ୍ପ! କଲେ ବଡ଼ ଘୋଷଣା; ବିଶ୍ୱରେ ପଡିଲା ଚହଳ

ଓ଼୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଏକ ବିବାଦ ଦେଖାଦେଇଛି। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ ଇରାନକୁ ହର୍ମୁଜ ପ୍ରଣାଳୀକୁ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ଆମେରିକା-ଇରାନ ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସମୟସୀମା ସ୍ଥିର କଲେ ଟ୍ରମ୍ପ! ଏହି ଦିନ…

ଓ୍ବାଶିଂଟନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକା ପ୍ରଥମ ଥର ପାଇଁ ସ୍ପଷ୍ଟ ଭାବରେ ସୂଚିତ କରିଛି ଯେ ଇରାନ ବିରୁଦ୍ଧରେ ଏହାର ସାମରିକ ଅଭିଯାନ ଦୀର୍ଘ…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri