Posted inଖେଳ

ଆସନ୍ତା ୨ ମାସ ପାଇଁ ପଡ଼ିଆକୁ ଓହ୍ଲାଇବେ ନାହିଁ ପାଣ୍ଡ୍ୟା!

ନୂଆଦିଲ୍ଲୀ,୨୧।୧୨: ୨୦୨୧ ଭାରତୀୟ କ୍ରିକେଟର୍‌ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଆଦୌ ଭଲ ନ ଥିଲା। ସେ ପ୍ରଥମେ ଆଇପିଏଲ ୨୦୨୧ରେ ବିଫଳ ହୋଇଥିଲେ। ତା’ପରେ ଟି -୨୦ ବିଶ୍ୱକପରେ ମଧ୍ୟ ଭଲ ପ୍ରଦର୍ଶନ କରିପାରି ନ ଥିଲେ। ଏହା ପରେ ମୁମ୍ବାଇ ଇଣ୍ଡିଆନ୍ସ ତାଙ୍କୁ ଆଇପିଏଲ ୨୦୨୨ ପାଇଁ ରଖିନାହ। ସେ ବର୍ତ୍ତମାନ ଖରାପ ଫିଟନେସ ସହ ଲଢୁଛନ୍ତି। ଏଭଳି ପରିସ୍ଥିତିରେ ସେ ଆସନ୍ତା ୨ ମାସ ପାଇଁ ପଡ଼ିଆକୁ ଫେରି ପାରିବେ ନାହିଁ।
ଆସନ୍ତା ବର୍ଷ ୬ ରୁ ୨୦ ଫେବୃୟାରୀ ୨୦୨୨ ପର୍ଯ୍ୟନ୍ତ ୱେଷ୍ଟଇଣ୍ଡିଜ ସହିତ ଭାରତକୁ ୩ଟି ଦିନିକିଆ ଏବଂ ଟି୨୦ ସିରିଜ ଖେଳିବାକୁ ପଡିବ। ଏହା ପରେ ଶ୍ରୀଲଙ୍କା ଦଳ ଫେବୃଆରୀ ୨୫ରୁ ୧୮ ମାର୍ଚ୍ଚ ପର୍ଯ୍ୟନ୍ତ ୨ ଟି ଟେଷ୍ଟ ଏବଂ ୩ ଟି -୨୦ ମ୍ୟାଚ ପାଇଁ ଭାରତ ଗସ୍ତ କରିବ। ଏହି ଦୁଇଟି ସିରିଜରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଖେଳିବା ସମ୍ଭବ ନୁହେଁ। ବିସିସିଆଇ ସ୍ପଷ୍ଟ କରିଛି ଯେ, ଯଦି ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଟିମ ଇଣ୍ଡିଆକୁ ଫେରିବାକୁ ପଡିବ, ତେବେ ତାଙ୍କୁ ଏନସିଏରେ ତାଙ୍କ ଫିଟନେସ ଉପରେ କାମ କରିବାକୁ ପଡିବ ଏବଂ ତା’ପରେ ଘରୋଇ କ୍ରିକେଟ ରେ ନିଜକୁ ପ୍ରମାଣ କରିବାକୁ ପଡିବ।
ଜାନୁଆରୀରେ ଆଇପିଏଲ ୨୦୨୨ ନିଲାମ ହେବାକୁ ଯାଉଛି ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫିଟନେସ ଉପରେ ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri