Posted inଖେଳ

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର କଲେକ୍ସନରେ ଆଉ ଏକ ମହଙ୍ଗା ଗାଡ଼ି ଯୋଡି ହୋଇଛି। ସେ ଏକ ମର୍ସିଡିଜ-ବେଞ୍ଜ V-କ୍ଲାସ କିଣିଛନ୍ତି। ପାଣ୍ଡ୍ୟା ତାଙ୍କ ପ୍ରେମିକା ମାହିକା ଶର୍ମାଙ୍କ ସହିତ କାର୍‌ ଚାବି ଗ୍ରହଣ କରୁଥିବାର ଦେଖାଯାଉଛି। ‘ଅଟୋ ହ୍ୟାଙ୍ଗର୍‌’ ପକ୍ଷରୁ ଇନଷ୍ଟାଗ୍ରାମରେ ଶେୟାର କରାଯାଇଥିବା ଏକ ପୋଷ୍ଟରେ ଲେଖାଯାଇଛି, ଅଟୋ ହ୍ୟାଙ୍ଗର୍‌ ଗର୍ବର ସହିତ ଭାରତର ପ୍ରଥମ ମର୍ସିଡିଜ-ବେଞ୍ଜ V-କ୍ଲାସ ହାର୍ଦ୍ଦିକ ଏବଂ ମାହିକାଙ୍କୁ ହସ୍ତାନ୍ତର କରୁଛି। ପାଣ୍ଡ୍ୟା ଏହି ଗାଡ଼ି ତାଙ୍କ ପ୍ରେମିକା ମାହିକାଙ୍କୁ ଉପହାର ଦେଇଥିବା ଚର୍ଚ୍ଚା ହେଉଛି। ଚଳିତ ମାସ ଆରମ୍ଭରେ ପାଣ୍ଡ୍ୟା ପ୍ରଥମ ଥର ପାଇଁ ଫେରାରି ଘରକୁ ଆଣିଥିଲେ।

ହାର୍ଦ୍ଦିକଙ୍କ ଦ୍ୱାରା କିଣାଯାଇଥିବା ମର୍ସିଡିଜ-ବେଞ୍ଜ V-କ୍ଲାସ ପାଇଁ ଭାରତରେ ଏକ୍ସ-ଶୋ’ରୁମ ମୂଲ୍ୟ ୧.୪୦ କୋଟି ବୋଲି ଜଣାପଡ଼ିଛି। ଅନ-ରୋଡ ମୂଲ୍ୟ ୧.୬୦ କୋଟି। ନିକଟରେ ସେ ପୂର୍ବତନ ସ୍ତ୍ରୀ ନତାଶା ଷ୍ଟାନକୋଭିକଙ୍କୁ ମଧ୍ୟ ଏକ ଗାଡ଼ି ଉପହାର ଦେଇଥିଲେ।

ପାଣ୍ଡ୍ୟା IPL 2026 ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ। ସେ ୨୦୨୪ ଠାରୁ ଏହି ଫ୍ରାଞ୍ଚାଇଜର ଅଧିନାୟକତ୍ୱ କରିଛନ୍ତି। ଏହା ପୂର୍ବରୁ ସେ ୨୦୨୨ ରୁ ୨୦୨୩ ପର୍ଯ୍ୟନ୍ତ ଗୁଜରାଟ ଟାଇଟାନ୍ସର ଅଧିନାୟକ ଭାବରେ କାର୍ଯ୍ୟ କରିଥିଲେ। ଗୁଜରାଟ ଟାଇଟାନ୍ସ ସହିତ ତାଙ୍କର ଦରମା ୧୫ କୋଟି ଥିଲା, ଏବଂ ସେ ସମାନ ମୂଲ୍ୟରେ ମୁମ୍ବାଇ ଇଣ୍ଡିଆନ୍ସରେ ଯୋଗ ଦେଇଥିଲେ। ୨୦୨୫ରେ, ତାଙ୍କର ଦରମା ୧୬.୩୫ କୋଟିକୁ ବୃଦ୍ଧି ପାଇଥିଲା। IPL 2026 ପାଇଁ ତାଙ୍କର ଦରମା ୧୬.୩୫ କୋଟି ରହିଛି। ଏହା ସହିତ ପାଣ୍ଡ୍ୟା ତାଙ୍କର BCCI କେନ୍ଦ୍ରୀୟ ଚୁକ୍ତିନାମା ଏବଂ ବିଭିନ୍ନ ବ୍ରାଣ୍ଡ ମାଧ୍ୟମରେ ରାଜସ୍ବ ଅର୍ଜନ କରନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?