Posted inଖେଳ

ବିଶ୍ୱର ନମ୍ବର-୧ ଅଲରାଉଣ୍ଡର ହେଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୩।୭: ଆଇସିସି ବୁଧବାର ଟି-୨୦ ରାଙ୍କିଙ୍ଗ ପ୍ରକାଶ କରିଛି। ଭାରତୀୟ ଟି-୨୦ ଦଳର ଉପ-ଅଧିନାୟକ ତଥା ତାରକା ହାର୍ଦ୍ଦିକ ପାଣ୍ଡ୍ୟା ବିଶ୍ୱର ଏକ ନମ୍ବର ଅଲରାଉଣ୍ଡର ହୋଇଛନ୍ତି। ର଼୍ୟାଙ୍କିଙ୍ଗରେ ସେ ଶ୍ରୀଲଙ୍କାର ୱାନିନ୍ଦୁ ହାସରଙ୍ଗାଙ୍କ ସହ ମିଳିତ ନମ୍ବର ୱାନ ହୋଇଛନ୍ତି। ଶ୍ରୀଲଙ୍କାର ତାରକା ୱାନିନ୍ଦୁ ହାସାରଙ୍ଗାଙ୍କୁ ସମକକ୍ଷ ପାଇଁ ହାର୍ଦ୍ଦିକ ଦୁଇଟି ସ୍ଥାନ ଉପରକୁ ଯାଇଥିଲେ। ଟି-୨୦ ବିଶ୍ୱକପ ୨୦୨୪ର ଫାଇନାଲରେ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ହାର୍ଦ୍ଦିକଙ୍କୁ ପୁରସ୍କୃତ କରାଯାଇଛି। ଫାଇନାଲରେ ହାର୍ଦ୍ଦିକ ହେନ୍ରିଚ କ୍ଲାସେନ ଏବଂ ଡେଭିଡ ମିଲରଙ୍କ ଗୁରୁତ୍ୱପୂର୍ଣ୍ଣ ଉଇକେଟ ନେଇଥିଲେ। ଟୁର୍ନାମେଣ୍ଟରେ ବ୍ୟାଟ ଏବଂ ବଲ ସହିତ ହାର୍ଦ୍ଦିକଙ୍କ ଭଲ ପ୍ରଦର୍ଶନ ଥିଲା ଏବଂ ସେ ହେଉଛନ୍ତି ପ୍ରଥମ ଭାରତୀୟ ଖେଳାଳି ଯିଏକି ଟି-୨୦ରେ ବିଶ୍ୱର ଏକ ନମ୍ବର ଅଲରାଉଣ୍ଡର ହୋଇଛନ୍ତି।
ବ୍ୟାଟ ଏବଂ ବୋଲିଂରେ ହାର୍ଦ୍ଦିକ ପାଣ୍ଡ୍ୟା ସଫଳତା ହାସଲ କରିଥିଲେ। ଯେତେବେଳେ ଦଳ ତାଙ୍କୁ ଆବଶ୍ୟକ କରୁଥିଲା, ସେ ଚ୍ୟାଲେଞ୍ଜକୁ ଗ୍ରହଣ କରି ଉଇକେଟ ନେଇଥିଲେ। ସେ ୧୫୦ରୁ ଅଧିକ ଷ୍ଟ୍ରାଇକ ରେଟ୍‌ରେ ୧୪୪ ରନ ସଂଗ୍ରହ କରିଥିଲେ ଏବଂ ୧୧ ଉଇକେଟ ମଧ୍ୟ ନେଇଥିଲେ। ଟି-୨୦ ବୋଲିଂ ର଼୍ୟାଙ୍କିଙ୍ଗରେ ଏନ୍ରିଚ ନର୍ଟଜେ ୬୭୫ ରେଟିଂ ପଏଣ୍ଟ ସହ ଶୀର୍ଷ ମାନ୍ୟତା ଆଦିଲ ରସିଦଙ୍କ ପଛରେ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri