Posted inଖେଳ

ପାଣ୍ଡ୍ୟାଙ୍କୁ ନେଇ ବଡ଼ ଖବର, ହୋଇପାରନ୍ତି ଅଧିନାୟକ

ନୂଆଦିଲ୍ଲୀ, ୦୮।୦୭: ଟି-୨୦ ବିଶ଼୍ବକପ୍‌ ବିଜୟ ପରେ ଭାରତୀୟ କ୍ରିକେଟ୍‌ ଟିମ୍‌ରେ ପରିବର୍ତ୍ତନ କରାଯିବା ନେଇ ସମ୍ଭାବନା ରହିଛି । ରୋହିତ ଶର୍ମା, ବିରାଟ କୋହଲି ଏବଂ ରବିନ୍ଦ୍ର ଜାଡ଼େଜା ଟି-୨୦ ଫର୍ମାଟ୍‌କୁ ଅଲ୍‌ବିଦା କହିଛନ୍ତି । ଏଥିରୁ ସ୍ପଷ୍ଟଯେ ଆଗକୁ ଟି-୨୦ରେ ନୂଆ ଖେଳାଳିଙ୍କୁ ସୁଯୋଗ ମିଳିବ । ଏଥିସହିତ ଟିମ୍‌କୁ ନୂଆ କ୍ୟାପ୍ଟେନ୍‌ ମଧ୍ୟ ମିଳିବ ।

ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା, ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଏବଂ ପେସ ବୋଲର ଜସପ୍ରୀତ୍‌ ବୁମ୍‌ରାଙ୍କୁ ଶ୍ରୀଲଙ୍କାରେ ଖେଳାଯିବାକୁ ଥିବା ୱାନ୍‌ଡେ ସିରିଜ୍‌ରୁ ବାଦ ଦିଆଯିବାର ସମ୍ଭାବନା ରହିଛି । ଏହି ସ୍ଥିତିରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ଭାର ଦିଆଯାଇପାରେ । କୁହାଯାଉଛି ଯେ ଏହି ତିନି ଖେଳାଳି ବିସିସିଆଇକୁ ଛୁଟି ମାଗିଛନ୍ତି ।

ରୋହତ ଶର୍ମା ୬ ମାସ ହେବ ବ୍ରେକ ନେଇ ନାହାନ୍ତି । ଡିସେମ଼୍ବର-ଜାନୁଆରାରେ ଖେଳା ଯାଇଥିବା ଦକ୍ଷିଣ ଆଫ୍ରିକା ଟେଷ୍ଟ ସିରିଜ ପରେ ସେ ସମସ୍ତ ସିରିଜ ଖେଳିଛନ୍ତି । ରୋହିତ ଏବଂ ବିରାଟ ଚମ୍ପିୟନ୍ସ ଟ୍ରଫି ପୂର୍ବରୁ ଇଂଲଣ୍ଡ ବିପକ୍ଷରେ ୫୦ ଓଭର ବିଶିଷ୍ଟ ୩ ମ୍ୟାଚ ଖେଳିବେ । ଏହା ସେମାନଙ୍କ ଅଭ୍ୟାସ ପାଇଁ ଯଥେଷ୍ଟ ବୋଲି ବିସିସିଆଇ କହିଛି । ଆଗାମୀ କିଛି ମାସ ମଧ୍ୟରେ ଦୁହେଁ ଟେଷ୍ଟ ମ୍ୟାଚ୍କୁ ପ୍ରାଥମିକତା ଦେବେ । ଭାରତ ସେପ୍ଟେମ଼୍ବରରୁ ଜାନୁଆରୀ ୨୦୨୫ ମଧ୍ୟରେ ୧୦ ଟେଷ୍ଟ ମ୍ୟାଚ ଖେଳିବ ବୋଲି ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri