Posted inଖେଳ

ହୋଇଗଲା ସ୍ପଷ୍ଟ! ହାର୍ଦ୍ଦିକ-ନତାଶାଙ୍କ ସମ୍ପର୍କରେ ଫାଟ…

ନୂଆଦିଲ୍ଲୀ,୬।୭: ଟି୨୦ ବିଶ୍ୱକପ୍‌ ୨୦୨୪ରେ ସ୍ବତନ୍ତ୍ର ଯୋଗଦାନ ଦେଇଥିବା ଭାରତୀୟ କ୍ରିକେଟ ଟିମ୍‌ର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବ୍ୟକ୍ତିଗତ ଜୀବନକୁ ନେଇ ପୁଣି ଚର୍ଚ୍ଚାରେ। କିଛି ଦିନ ଧରି ପତ୍ନୀ ନତାଶା ଷ୍ଟେନ୍‌କୋଭିକ୍‌ଙ୍କ ସହ ତାଙ୍କ ସମ୍ପର୍କରେ ତିକ୍ତତା ଆସିଥିବା ନେଇ ଖବର ପ୍ରକାଶ ପାଉଛି। ଏସବୁ ମଧ୍ୟରେ ହାର୍ଦ୍ଦିକ ନିରବ ରହିଆସୁଛନ୍ତି। ହେଲେ ଶୁକ୍ରବାର ଅପରାହ୍ନରେ ଅନନ୍ତ ଅମ୍ବାନୀଙ୍କ ସଙ୍ଗୀତ ସେରିମନିରେ ସେ ଏକାକୀ ପହଞ୍ଚିବା ପରେ ଛାଡ଼ପତ୍ର ହେବା ନିଶ୍ଚିତ ବୋଲି କୁହାଯାଉଛି।

ପାଣ୍ଡ୍ୟା ମୁମ୍ବାଇରେ ହେଉଥିବା ଅନନ୍ତ ଏବଂ ରାଧିକାଙ୍କ ସଙ୍ଗୀତ ସମାରୋହରେ ଏକାକୀ ସାମିଲ ହୋଇଥିଲେ। ହେଲେ ଅନ୍ୟ କ୍ରିକେଟରମାନେ ପତ୍ନୀଙ୍କ ସହ ଆସିଥିଲେ। ଏହି ଫଟୋ ଭାଇରାଲ ହେବା ପରେ ସ୍ତ୍ରୀଙ୍କ ସହ ତାଙ୍କ ସମ୍ପର୍କ ଠିକ୍‌ ଚାଲି ନ ଥିବା କୁହାଯାଉଛି।

ଏହାପୂର୍ବରୁ ପାଣ୍ଡ୍ୟା ମୁମ୍ବାଇରେ ଟିମ୍‌ ଇଣ୍ଡିଆ ଦ୍ୱାରା ଭବ୍ୟ ବିଶ୍ୱକପ୍‌ ବିଜୟ ପରେଡ୍‌ ସମାପ୍ତ କରିବା ପରେ ପରିବାର ସହ ଖୁସି ମନାଇଥିଲେ। ଏହା ପରେ ସେ ପୁଅ ଅଗସ୍ତ୍ୟଙ୍କ ସହ ଫଟୋ ପୋଷ୍ଟ କରିଥିଲେ। ହେଲେ ସ୍ତ୍ରୀ ନତାଶା ସେସବୁରେ ନ ଥିଲେ। ଏଣୁ ପ୍ରଶଂସକଙ୍କ ଚିନ୍ତା ବଢ଼ିଛି।

କେବଳ ଏତିକି ନୁହେଁ ନତାଶା ସ୍ବାମୀଙ୍କ ବିଶ୍ୱକପ୍‌ ସଫଳତା ପରେ ବି ସୋସିଆଲ ମିଡିଆରେ କୌଣସି ପୋଷ୍ଟ କରିନାହାନ୍ତି। ହେଲେ ଭାଉଜ ପଙ୍ଖୁଡ଼ି ଶର୍ମା ପାଣ୍ଡ୍ୟାଙ୍କୁ ମନଖୋଲି ଶୁଭେଚ୍ଛା ଜଣାଇଛନ୍ତି। ଏଣୁ ପାଣ୍ଡ୍ୟାଙ୍କ ବୈବାହିକ ଜୀବନ ଠିକ୍‌ ଚାଲୁ ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri