ହାର୍ଦ୍ଦିକ-ନତାଶାଙ୍କ ଛାଡପତ୍ର ପରେ ଏବେ କାହା ପାଖରେ ରହିବେ ପୁଅ ଅଗସ୍ତ୍ୟା?

ନୂଆଦିଲ୍ଲୀ,୧୯।୭: ଭାରତୀୟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ତାଙ୍କ ପତ୍ନୀ ନତାଶା ଷ୍ଟାନକୋଭିକ ଆନୁଷ୍ଠାନିକ ଭାବେ ଅଲଗା ହୋଇଛନ୍ତି। ଛାଡପତ୍ର ଖବରକୁ ପାଣ୍ଡ୍ୟା ଏବଂ ନତାଶା ନିଶ୍ଚିତ କରିଛନ୍ତି। କିନ୍ତୁ ଏବେ ପ୍ରଶ୍ନ ହେଉଛି ତାଙ୍କ ପୁଅ ଅଗସ୍ତ୍ୟା କାହା ସହିତ ରହିବେ। ପାଣ୍ଡ୍ୟା ଏବଂ ନତାଶା ନିଜ ନିଜ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ସମାନ ନୋଟ ଶେୟାର କରିଛନ୍ତି ଏବଂ ଏଥିରେ ଅଗସ୍ତ୍ୟାଙ୍କୁ ମଧ୍ୟ ଉଲ୍ଲେଖ କରିଛନ୍ତି। ଉଭୟ ପାଣ୍ଡ୍ୟା ଏବଂ ନତାଶା ଏକତ୍ର ଅଗସ୍ତ୍ୟାଙ୍କୁ ଦେଖିବେ। ଉଭୟ ଏଥିରେ ସହମତ ହୋଇଛନ୍ତି।

ପାଣ୍ଡ୍ୟା ଏବଂ ନତାଶା ଇନଷ୍ଟାଗ୍ରାମରେ ଏକ ନୋଟ ଶେୟାର କରିଛନ୍ତି। ଏଥିରେ ଅଗସ୍ତ୍ୟ ସମ୍ବନ୍ଧରେ ନିଆଯାଇଥିବା ନିଷ୍ପତ୍ତି ଉଲ୍ଲେଖ କରାଯାଇଛି। ଦୁହେଁ ନୋଟରେ ଲେଖିଛନ୍ତି ଯେ ଅଗସ୍ତ୍ୟା ଆମ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ହୋଇ ରହିବ। ଆମେ ଉଭୟ ତାଙ୍କୁ ଦେଖିବୁ ଏବଂ ପ୍ରତ୍ୟେକ ସୁଖର ଯତ୍ନ ନେବୁ। ହାର୍ଦ୍ଦିକ ଏବଂ ନତାଶା ୨୦୨୦ରେ ବିବାହ କରିଥିଲେ ଏବଂ ସେହି ବର୍ଷ ଅଗସ୍ତ୍ୟ ଜନ୍ମ ହୋଇଥିଲେ।

ନିକଟରେ ନତାଶା ତାଙ୍କ ଘରକୁ ଫେରଥିବା ଜଣାପଡିଛି। ତାଙ୍କ ପିତାମାତା ସର୍ବିଆରେ ରୁହନ୍ତି। ମଙ୍ଗଳବାର ମୁମ୍ବାଇ ବିମାନବନ୍ଦରରେ ନତାଶାଙ୍କୁ ଦେଖିବାକୁ ମିଳିଥିଲା। ପୁଅ ଅଗସ୍ତା୍ୟ ମଧ୍ୟ ତାଙ୍କ ସହିତ ଥିଲେ। ଦୀର୍ଘ ଦିନ ଧରି ହାର୍ଦ୍ଦିକ ଏବଂ ନତାଶାଙ୍କ ସମ୍ପର୍କ ଭଲ ନଥିଲା । ସେମାନଙ୍କ ଛାଡପତ୍ର ଖବର ବହୁ ପୂର୍ବରୁ ଆସିଥିଲା। ବର୍ତ୍ତମାନ ଉଭୟ ଏହା ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?