Posted inଖେଳ

ଏସିଆ କପ୍‌ ପୂର୍ବରୁ ନୂଆ ଲୁକ୍‌ରେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୬।୮: ଅଗଷ୍ଟ ୧୮ରୁ ଜିମ୍ବାଓ୍ବେ ବିପକ୍ଷରେ ଦିନିକିଆ ସିରିଜ ଖେଳିବ ଭାରତ। ଏହାକୁ ନେଇ କେଏଲ୍‌ ରାହୁଲ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଜିମ୍ବାଓ୍ବେ ଗସ୍ତ କରିଛି। ହେଲେ ଏହି ସିରିଜରେ ବରିଷ୍ଠ ଖେଳାଳିମାନଙ୍କୁ ବିଶ୍ରାମ ଦିଆଯାଇଛି। ସେମାନେ ଅଗଷ୍ଟ ୨୭ରୁ ଆରମ୍ଭ ହେବାକୁ ଥିବା ଏସିଆ କପ୍‌ରେ ଦଳକୁ ପ୍ରତ୍ୟାବର୍ତ୍ତନ କରିବେ। ଏସବୁ ମଧ୍ୟରେ ନୂଆ ଲୁକ୍‌ରେ ନଜର ଆସିଛନ୍ତି ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ସେ ନିଜର ହେୟାରଷ୍ଟାଇଲ୍‌ ପରିବର୍ତ୍ତନ କରିଛନ୍ତି। ଲୋକପ୍ରିୟ ହେୟାରଷ୍ଟାଇଲିଷ୍ଟ ଆଲିମ ହକିମ ହାର୍ଦ୍ଦିକଙ୍କୁ ନୂଆ ଲୁକ୍‌ ଦେଇଛନ୍ତି। ଏହି ଲୁକ୍‌ ପ୍ରଶଂସକଙ୍କୁ ବେଶ ପସନ୍ଦ ଆସୁଛି। ସେମାନଙ୍କ ମଧ୍ୟରୁ କିଛି ‘ବାପ୍ପାରେ ବାପ୍ପା’ କମେଣ୍ଟ କରୁଥିବା ଦେଖାଯାଉଛି।

କହିରଖୁଛୁ, ଟି୨୦ ବିଶ୍ୱକପ୍‌ ୨୦୨୧ ପରେ ହାର୍ଦ୍ଦିକ କିଛି ସମୟ ପାଇଁ ଦଳରୁ ବାହାରେ ଥିଲେ। ହେଲେ ଆଇପିଏଲ୍‌ ୨୦୨୨ରେ ସେ ନୂଆ  ନେତୃତ୍ୱ ନେଇ ଗୁଜରାଟ ଟାଇଟନ୍ସକୁ ଚାମ୍ପିୟନ କରିଥିଲେ। ଏହାପରେ ହାର୍ଦ୍ଦିକ ଟିମ ଇଣ୍ଡିଆକୁ ଫେରି ଲଗାତାର ଭାବେ ଭଲ ପ୍ରଦର୍ଶନ କରି ଆସୁଛନ୍ତି। ଏବେ ଏସିଆ କପ୍‌ରେ ଏହି ଅଲରାଉଣ୍ଡରଙ୍କ ପ୍ରଦର୍ଶନ ଉପରେ ସମସ୍ତଙ୍କ ନଜର ଅଛି। କାରଣ ସେ ବ୍ୟାଟିଂ ସହ ବୋଲିଂରେ ଗେମ୍‌ ଚେଞ୍ଜର ସାବ୍ୟସ୍ତ ହୋଇପାରନ୍ତି। ଏପରିକି ସେ ଯଦି ଫର୍ମରେ ରୁହନ୍ତି ତେବେ ସେ ବିରୋଧୀ ଟିମ୍‌ର ଚିନ୍ତା ବଢ଼ାଇପାରନ୍ତି। ଏଯାବତ ସେ ଟିମ୍‌ ଇଣ୍ଡିଆ ପକ୍ଷରୁ ୬୭ ଟି୨୦ ମ୍ୟାଚ୍‌ ଖେଳିଥିବା ବେଳେ ସେ ୮୩୪ ରନ୍‌ ସହ ୫୦ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ: ୩ ରାଶି ପାଇଁ ଶୁଭ ସଙ୍କେତ, ପ୍ରବଳ ଧନ ଯୋଗ ସହ ବ୍ୟବସାୟରେ ହେବେ ମାଲାମାଲ

ଭୁବନେଶ୍ୱର: ଶାରଦୀୟ ନବରାତ୍ରି ଚାଲିଥିବା ସମୟରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷ ଦୃଷ୍ଟିରୁ ଏହି ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ୧୭…

Baba Venga Prediction: ଆଗାମୀ ୧୫ ଦିନରେ ୫ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସି ଖବର

ଜ୍ୟୋତିଷ ଏବଂ ଭବିଷ୍ୟବାଣୀରେ ରୁଚି ରଖୁଥିବା ଲୋକଙ୍କ ପାଇଁ ଆଗାମୀ ୧୫ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଲୋକପ୍ରିୟ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ଏହି…

ରାଜ୍ୟସ୍ତରୀୟ ବକ୍ଦିଂରେ ସ୍ବର୍ଣ୍ଣ ଜିତି ଜାତୀୟସ୍ତରକୁ ମନୋନୀତ ହେଲେ ମିକି

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ): ବ୍ରହ୍ମପୁର ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ବକ୍ସିଂ ଚାମ୍ପିଅନଶିପ୍‌ରେ ଛତ୍ରପୁର ଅନସ୍ଲୋ…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?