Posted inଖେଳ

ଭୋ ଭୋ କାନ୍ଦି ପିତାଙ୍କୁ ଅନ୍ତିମ ବିଦାୟ ଦେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌, ଲେଖିଲେ ଭାବୁକ ପୋଷ୍ଟ

ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ତାଙ୍କ ଭାଇ କ୍ରୁନାଲଙ୍କ ପିତା ହିମାଂଶୁ ହୋଇପାଣ୍ଡ୍ୟାଙ୍କ ହୃଦ୍‌ଘାତରେ ପରଲୋକେ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ପିତାଙ୍କ ମୃତ୍ୟୁ ପରେ ଭୋ ଭୋ କାନ୍ଦି ତାଙ୍କୁ ଅନ୍ତିମ ବିଦାୟ ଦେଇଥିଲେ ଦୁଇ ଭାଇ। ପିତାଙ୍କ ମୃତ୍ୟୁର ଗୋଟିଏ ଦିନ ପରେ ହାର୍ଦ୍ଦିକ ପାଣ୍ଡ୍ୟା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ କରିନ୍ତି। ସେ ଇନଷ୍ଟାଗ୍ରାମରେ ଲେଖିଛନ୍ତି, ମୋ ବାପା, ମୋର ହିରୋ। ତୁମର ପରଲୋକ ସ୍ବୀକାର କରିବା ଜୀବନର ସବୁଠାରୁ କଠିନ ଅଟେ। କିନ୍ତୁ ତୁମେ ଆମ ପାଇଁ ଏତେ ସ୍ମୃତି ଛାଡିଛ ଯାହାକୁ ଆମେ କେବଳ କଳ୍ପନା କରିପାରିବୁ ନାହିଁ। ଆଜି ତୁମର ପୁଅମାନେ ଯେଉଁଠାରେ ଅଛନ୍ତି, ତାହା ତୁମର କଠିନ ପରିଶ୍ରମ ଏବଂ ଆତ୍ମବିଶ୍ୱାସ ଯୋଗୁ ସମ୍ଭବ ହୋଇଛି। ତୁମେ ସବୁବେଳେ ଖୁସି ଥିଲ। ତୁମ ବିନା ଘରେ ମନୋରଞ୍ଜନ କମ୍‌ ହୁଏ। ଆମେ ତୁମକୁ ଭଲପାଉ ଏବଂ ସର୍ବଦା ପାଇବୁ । ତୁମର ନାମ ସର୍ବଦା ରହିବ । କିନ୍ତୁ ମୁଁ ଗୋଟିଏ କଥା ଜାଣିଛି, ତୁମେ ଉପରୁ ଆମକୁ ଦେଖୁଛ, ତୁମେ ଆମ ପାଇଁ ଗର୍ବିତ। ଜୀବନର ପ୍ରତ୍ୟେକ ଦିନ ତୁମକୁ ମନେ ପକାଇବି। ମୋର ରାଜାଙ୍କୁ ଶ୍ରଦ୍ଧାଞ୍ଜଳି ବୋଲି ପାଣ୍ଡ୍ୟା ଲେଖିଛନ୍ତି। ସୂଚନାଯୋଗ୍ୟ, ହାର୍ଦ୍ଦିକ ପାଣ୍ଡାଙ୍କ ପିତାଙ୍କ ମୃତ୍ୟୁ ପରେ ସଚିନ ତେନ୍ଦୁଲକର, ବିରାଟ କୋହଲିଙ୍କ ପରି ଖେଳାଳି ଶୋକବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri