ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌ ଉତ୍କଣ୍ଠା ବୃଦ୍ଧି ପାଇବାରେ ଲାଗିଛି । ଉଭୟ ଦଳର ଖେଳାଳିମାନେ ଭୁବନେଶ୍ୱରରେ ପହଞ୍ଚି ସାରିଥିବା ବେଳେ ଭାରତୀୟ ଦଳର ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ରବିବାର ସନ୍ଧ୍ୟାରେ ଏକାକୀ ପ୍ରାକ୍ଟିସ୍ ପାଇଁ ବାରବାଟୀ ଷ୍ଟାଡିୟମ୍‌ରେ ପହଞ୍ଚିଥିଲେ ।

ହାର୍ଦ୍ଦିକ ବିନା ଦର୍ଶକରେ ନେଟ୍ ବୋଲରଙ୍କ ସହ ଅଭ୍ୟାସ କରିଥିଲେ । ଅଭ୍ୟାସ ପରେ ସେ ଫଟୋ ଅପଲୋଡ୍ କରି ଏହି ସୂଚନା ଦେଇଛନ୍ତି । ଶନିବାର ରାତିରେ ହାର୍ଦ୍ଦିକ ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ହୋଟେଲକୁ ନିଆଯାଇଥିଲା । ସେ ଏହି ପ୍ରଥମ ଟି-୨୦ ମ୍ୟାଚ୍ ଖେଳିବେ ।

ରବିବାର ଅପରାହ୍ନରେ ଭାରତୀୟ ଏବଂ ଦକ୍ଷିଣ ଆଫ୍ରିକା ଦଳର ଅନ୍ୟ ଖେଳାଳିମାନେ ମଧ୍ୟ ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି । ଉଭୟ ଦଳକୁ ହୋଟେଲ୍‌ରେ ଭବ୍ୟ ସ୍ୱାଗତ କରାଯାଇଛି ।ସୋମବାର ଦିନ ସାଢ଼େ ୧୧ଟାରେ ଭାରତୀୟ ଦଳର ନେଟ୍ ପ୍ରାକ୍ଟିସ୍ ବାରବାଟୀରେ ଅନୁଷ୍ଠିତ ହେବ । ଦକ୍ଷିଣ ଆଫ୍ରିକା ଟିମ୍ ସୋମବାର ସନ୍ଧ୍ୟାରେ ଫ୍ଲଡ୍ ଲାଇଟ୍ ତଳେ ଅଭ୍ୟାସ କରିବ ।ଖେଳାଳିଙ୍କ ଅଭ୍ୟାସ ଦେଖିବା ପାଇଁ ଦୁଇଟି ଗ୍ୟାଲେରୀ ଖୋଲା ରଖାଯିବାର ବ୍ୟବସ୍ଥା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?