ରେକର୍ଡ କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଭାରତ ଜିତିଲା ମ୍ୟାଚ୍‌

ନୂଆଦିଲ୍ଲୀ, ୨୩।୬: ଟି-୨୦ ବିଶ଼୍ବକପ୍‌ ୨୦୨୪ର ସୁପର ୮ରେ ଭାରତ ପୁଣିଥରେ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଚମତ୍କାର ପ୍ରଦର୍ଶନ ଦଳକୁ ଜିତାଇଛି । ଏଥି ସହିତ ପାଣ୍ଡ୍ୟା ଏକ ରେକର୍ଡର ଅଧିକାରୀ ମଧ୍ୟ ହୋଇଛନ୍ତି । ଏହି ମ୍ୟାଚ୍‌ରେ ୫୦ ରନ୍‌ ସହିତ ହାର୍ଦ୍ଦିକ୍‌ ଟି-୨୦ ବିଶ଼୍ବକପ୍‌ ଇତିହାସରେ ୩୦୦ ରନ୍‌ ପୂରଣ କରିଛନ୍ତି । ଯାହାକି ପ୍ରଥମକରି କୌଣସି ଭାରତୀୟ ଖେଳାଳି ପୂରଣ କରିଛନ୍ତି । ୨୧ ମ୍ୟାଚ୍‌ ଖେଳି ସେ ଏହି ରେକର୍ଡ କରିଛନ୍ତି । ଏହାଛଡ଼ା ତାଙ୍କ ଖାତାରେ ୨୧ ୱିକେଟ୍‌ ଯୋଡ଼ି ହୋଇଛି । ସେ ପ୍ରଥମ ଭାରତୀୟ ଭାବେ ୨୦ ୱିକେଟ୍‌ ଏବଂ ୩ ଶହ ରନ୍‌ କରିବାକୁ ସକ୍ଷମ ହୋଇଛନ୍ତି ।

ସୂଚନା ଥାଉକି, ଗତକାଲି ଖେଳାଯାଇଥିବା ଭାରତ-ବାଂଲାଦେଶ ମ୍ୟାଚ୍‌ରେ ୫୦ ରନରେ ଜିତି କ୍ରମାଗତ ବିଜୟ ହାସଲ କରିଛି ଭାରତ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ବଳରେ ଦଳ ୨୦ ଓଭରରେ ୫ ୱିକେଟ୍‌ ହରାଇ ୧୯୬ ରନ୍‌ କରିଥିଲା।

ଜବାବରେ ବାଂଲାଦେଶ ୨୦ ଓଭରରେ ୮ ୱିକେଟ୍‌ ହରାଇ ୧୪୬ ରନ୍‌ କରିଥିଲା। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପକ୍ଷରୁ ରୋହିତ ଶର୍ମା(୨୩) ଓ ବିରାଟ କୋହଲି(୩୭) ପ୍ରଥମ ୱିକେଟ୍‌ରେ ୩୯ ରନ୍‌ ଯୋଡିଥିଲେ। ୩ ନମ୍ବରରେ ବ୍ୟାଟିଂ କରିଥିବା ରିଷଭ ପନ୍ତ ୩୬ ରନ୍‌ କରିଥିଲେ। ଶିବମ ଦୁବେ କ୍ରିଜ୍‌ରେ ଯୋଗ ଦେଇ୨୪ ବଲ୍‌ରୁ ୩୪ ରନ୍‌ କରି ଆଉଟ ହୋଇଥିଲେ।

ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା୨୭ ବଲ୍‌ ଖେଳି ୫୦ ରନ୍‌ କରିବା ସହ ଶେଷ ଯାଏ ଅପରାଜିତ ରହିଥିଲେ। ହାର୍ଦ୍ଦିକଙ୍କ ଇନିଂସରେ ୪ ଚୌକା ଓ ୩ ଛକା ସାମିଲ ଥିଲା। ବାଂଲାଦେଶ ପକ୍ଷରୁ ତାଞ୍ଜିମ ହସନ ଶକିବ ଓ ରିଶଦ ହୋସେନ୍‌ ୨ଟି ଲେଖାଏ, ଶାକିବ ଅଲ ହସନ ଗୋଟିଏ ୱିକେଟ୍‌ ନେଇଥିଲେ। ୧୯୭ ରନ୍‌ ଲକ୍ଷ୍ୟରେ ବାଂଲାଦେଶ ପ୍ରଥମ ୪ ଓଭରରେ ୩୫ ରନ୍‌ କରିଥିଲା।

ବାଂଲାଦେଶ ପକ୍ଷରୁ ଅଧିନାୟକ ନଜମୁଲ ହୋସେନ ଶନ୍ତୋ ୪୦, ତାଞ୍ଜିଦ ହସନ ୨୯ ଓ ରିଶଦ ହୋସେନ ୨୪ ରନ୍‌ କରିଥିଲେ। କୁଲଦୀପ ଯାଦବଙ୍କ ସ୍ପିନ ଯାଦୁ ଦେଖିବାକୁ ମିଳିଥିଲା। ମାତ୍ର ୧୯ ରନ୍‌ ଦେଇ କୁଲଦୀପ ୩ ବାଂଲାଦେଶୀ ବ୍ୟାଟରଙ୍କୁ ଆଉଟ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଯଶପ୍ରୀତ ବୁମ୍‌ରା ଓ ଅର୍ଶଦୀପ ସିଂ ଦୁଇଟି ଲେଖାଏ, ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ୱିକେଟ୍‌ ନେଇଥିଲେ। ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ହାର୍ଦ୍ଦିକଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri