Posted inଖେଳ

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବଡ଼ ଘୋଷଣା କଲା BCCI, ଅକ୍ଟୋବର ୬ରେ…

ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ର ଷ୍ଟାର୍‌ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଆସିଛି ବଡ଼ ଖବର। ଆହତ ସମସ୍ୟା କାରଣରୁ ଦୀର୍ଘ ସମୟ ଧରି କ୍ରିକେଟରୁ ଦୂରେ ଥିବା ପାଣ୍ଡ୍ୟାଙ୍କୁ ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ଦିନିକିଆ ସିରିଜ ପାଇଁ ଇଣ୍ଡିଆ ‘ଏ’ ଦଳରେ ସାମିଲ କରାଯାଇଛି। ତେବେ ତାଙ୍କ ଖେଳିବା ଫିଟନେସ କ୍ଲିୟରାନ୍ସ ଉପରେ ନିର୍ଭର କରିବ।

ଅଷ୍ଟ୍ରେଲିଆ ‘ଏ’ ଦଳର ଭାରତ ଗସ୍ତ ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ। ପ୍ରଥମେ ଦୁଇଟି ମଲ୍ଟି-ଡେ ମ୍ୟାଚ ଖେଳାଯିବ। ଏହି ଦୁଇ ମ୍ୟାଚରେ ପାଣ୍ଡ୍ୟା ଖେଳିବେ ନାହିଁ। ତାଙ୍କୁ ଇଣ୍ଡିଆ ‘ଏ’ର ଦିନିକିଆ ଦଳରେ ରଖାଯାଇଛି, ଯାହାର ପ୍ରଥମ ମ୍ୟାଚ ଅକ୍ଟୋବର ୬ରେ ପୁଡୁଚେରୀରେ ଖେଳାଯିବ।
ତେବେ ଫିଟନେସ କ୍ଲିୟାରାନ୍ସ ମିଳିଲେ ହିଁ ପାଣ୍ଡ୍ୟା ଅଷ୍ଟ୍ରେଲିଆ ‘ଏ’ ବିପକ୍ଷରେ ଖେଳିପାରିବେ। BCCI ମଧ୍ୟ ତାଙ୍କ ନାମ ପାଖରେ ‘ସବଜେକ୍ଟ ଟୁ ଫିଟନେସ କ୍ଲିୟାରାନ୍ସ’ ଉଲ୍ଲେଖ କରିଛି।

BCCI ଘୋଷଣା କରିଥିବା ୧୫ ଜଣିଆ ଦିନିକିଆ ଦଳରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ରୁତୁରାଜ ଗାଏକୱାଡ, ରଜତ ପାଟିଦାର, ସାଇ ସୁଦର୍ଶନ, ଦେବଦତ୍ତ ପଡିକଲ ଓ ନମନ ଧୀରଙ୍କ ଭଳି ଖେଳାଳି ରହିଛନ୍ତି। ରୁତୁରାଜ ଗାଏକୱାଡ ଦିନିକିଆ ଦଳର ଅଧିନାୟକ, ଯେତେବେଳେ ଦେବଦତ୍ତ ପଡିକଲଙ୍କୁ ଉପଅଧିନାୟକ କରାଯାଇଛି।

ପାଣ୍ଡ୍ୟାଙ୍କ ପାଇଁ ଆହତ ସମସ୍ୟା ଦୀର୍ଘଦିନ ଧରି ଚିନ୍ତାର କାରଣ ପାଲଟିଛି। ସେ ଶେଷଥର IPL ୨୦୨୬ ସିଜିନରେ ଖେଳିଥିଲେ ଏବଂ ଏହାପରେ ଆହତ କାରଣରୁ ପ୍ରତିଯୋଗିତାମୂଳକ କ୍ରିକେଟ୍‌ରୁ ଦୂରେ ରହିଛନ୍ତି। ଏବେ ଇଣ୍ଡିଆ ‘ଏ’ ଦଳ ଜରିଆରେ ତାଙ୍କ ପ୍ରତ୍ୟାବର୍ତ୍ତନର ରାସ୍ତା ଖୋଲିଛି।

ପାଣ୍ଡ୍ୟାଙ୍କ ପ୍ରତ୍ୟାବର୍ତ୍ତନ ଭାରତୀୟ ଦଳ ପାଇଁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ, କାରଣ ଜଣେ ଫିଟ ହାର୍ଦ୍ଦିକ ଭାରତର ହୱାଇଟ-ବଲ ଟିମରେ ବ୍ୟାଟିଂ ଓ ବୋଲିଂଦୁଇଟି ବିଭାଗରେ ଗୁରୁତ୍ୱପୂର୍ଣ୍ଣ ବିକଳ୍ପ ଦେଇପାରନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ବଡ଼ ହଲଚଲ: ମମତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ TMCର ବିଦ୍ରୋହୀ, କହିଲେ- ଆପଣ ଲଢ଼ିଲେ ଆମେ…

କୋଲକାତା,୧୦।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ହୋଇଛି। ନନ୍ଦୀଗ୍ରାମରୁ ମମତା ବାନାର୍ଜୀ ନିର୍ବାଚନ ଲଢ଼ନ୍ତୁ ବୋଲି…

ଫ୍ୟାନ୍ସି ଷ୍ଟୋରରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ବଲାଙ୍ଗିର,୧୦।୯(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବଜାରପଡ଼ା ନିକଟରେ ଥିବା ଏକ ଫ୍ୟାନ୍ସି ଷ୍ଟୋରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଦୋକାନ ଭିତରେ ଥିବା…

ହାତୀକୁ ଧକ୍କା ଦେଲା ଟ୍ରେନ୍‌: ଚାଲିଗଲା ଜୀବନ

ମୁନିଗୁଡ଼ା/ବିଷମକଟକ,୧୦।୯(ନନ୍ଦ କିଶୋର ପଟ୍ଟନାୟକ/ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲାର ମୁନିଗୁଡ଼ା ରେଞ୍ଜ ଅନ୍ତର୍ଗତ ବିଷମକଟକ ବ୍ଲକର ବୃନ୍ଦାବାଡ଼ି ଗ୍ରାମ ନିକଟରେ ଟ୍ରେନ ଇଞ୍ଜିନ ଧକ୍କାରେ ଏକ ଦନ୍ତା…

ଗାଁ ରାସ୍ତାରେ ଆଣ୍ଠୁଏ ପାଣି: କପା-ଧାନ ଚାଷ ନଷ୍ଟ ଆଶଙ୍କା

କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟରାତ୍ରିରୁ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ଯୋଗୁ ସମଗ୍ର…

‘ମୋତେ ଲାଜ ଲାଗୁଛି’, ଏମିତି କାହିଁକି କହିଲେ ନୀତିନ ଗଡକରୀ, ଯାହାକୁ ନେଇ ହେଉଛି ଚର୍ଚ୍ଚା

ନୂଆଦିଲ୍‌ଲୀ,୧୦।୯: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମୁମ୍ୱାଇ-ଗୋଆ ହାଇୱେ ପ୍ରକଳ୍ପରେ ହୋଇଥିବା ବିଳମ୍ୱକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଗୋଆର…

ରଡ଼ିଆ-କଂସାର ଗୋବରୀ ନଦୀବନ୍ଧରେ ୩୦୦ ଫୁଟର ଫାଟ, କାଳ ସାଜିଛି ଚିଙ୍ଗୁଡ଼ି ଘେରି

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରଡ଼ିଆ-କଂସାର-ବଡ଼ଦାଣ୍ଡୁଆ ଗୋବରୀ ନଦୀ ପାର୍ଶ୍ୱ ଲୁଣା ଘେରି ବନ୍ଧ ସପ୍ତାହ ପୂର୍ବେ ଭୁଶୁଡ଼ି ପଡ଼ିବା…

ସୁଟ୍‌କେସ୍‌ରେ ଗଞ୍ଜେଇ ଧରି ବାହାର ରାଜ୍ୟକୁ ଯାଉଥିଲେ ସୁନୀତା: ମାଡ଼ିବସିଲା ପୋଲିସ

ଡୁଙ୍ଗୁରିପାଲି, ୧୦।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଜଣେ ମହିଳାଙ୍କଠାରୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ଜବତ କରି ତାଙ୍କୁ କୋର୍ଟ ଚାଲାଣ…

ମା’ଙ୍କୁ ଭରଣପୋଷଣ ଦେଉନାହାନ୍ତି ଭାଗ୍ୟବାନ: ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ଭାଗ୍ୟବାନ ଗୌଡ଼ (୪୨)ଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ବ୍ରହ୍ମପୁର ଫେମିଲି କୋର୍ଟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri