Posted inଖେଳ

ମ୍ୟାଚ୍‌ ଓ୍ବାଶିଂଟନ ବନାମ ନ୍ୟୁଜିଲାଣ୍ଡ ହୋଇଯାଇଥିଲା: ହାର୍ଦ୍ଦିକ

ରାଞ୍ଚି,୨୮।୧: ଭାରତୀୟ କ୍ରିକେଟ ଟିମ୍‌ ରାଞ୍ଚିରେ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟି୨୦ ମୁକାବିଲାରେ ପରାଜିତ ହୋଇଥିଲା। ଟସ୍‌ ହାରି ପ୍ରଥମେ ବ୍ୟାଟିଂ ନିମନ୍ତ୍ରଣ ପାଇଥିବା ନ୍ୟୁଜିଲାଣ୍ଡ ୨୦ ଓଭରରେ ୧୭୬ ରନ୍‌ କରିଥିଲା। ଜବାବରେ ଭାରତ ୨୦ ଓଭରରେ ୯ ଉଇକେଟ ହରାଇ ୧୫୫ ରନ୍‌ କରିବାରେ ସଫଳ ହୋଇଥିଲା।

ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ପରାଜୟ ପରେ କହିଥିଲେ, ପିଚ୍‌ ଏଭଳି ଆଚରଣ କରିବ ବୋଲି କେହି ଭାବି ନ ଥିଲେ।ଉଭୟ ଟିମ୍‌ ଏଥିରେ ଆଶ୍ଚର୍ଯ୍ୟ ହୋଇଥିଲେ। ହେଲେ ନ୍ୟୁଜିଲାଣ୍ଡ ଆମ ଅପେକ୍ଷା ଭଲ ପ୍ରଦର୍ଶନ କରିଛି। ପୁରୁଣା ବଲ୍‌ ଅପେକ୍ଷା ନୂଆ ବଲ୍‌ ଅଧିକ ସ୍ପିନ ହେଉଥିଲା। ଏହାସତ୍ତ୍ୱେ ସୂର୍ଯ୍ୟକୁମାର ଏବଂ ମୁଁ ଖେଳିବା ସମୟରେ ଆମେ ପ୍ରତ୍ୟାବର୍ତ୍ତନ କରିବୁ ବୋଲି ଭାବୁଥିଲୁ। ହେଲେ ତାହା ହେଲା ନାହିଁ।

ଏହାଛଡ଼ା ୧୭୬ ରନ୍‌ ସ୍କୋରକୁ ଅଧିକ ବୋଲି କହି ହାର୍ଦ୍ଦିକ କହିଛନ୍ତି, ଆମେ ବୋଲିଂ ସମୟରେ ୨୫ ରନ୍‌ ଅଧିକ ଦେଇଦେଇଥିଲୁ। ଓ୍ବାଶିଂଟନ ସୁନ୍ଦର ଯେଉଁଭଳି ବୋଲିଂ, ବ୍ୟାଟିଂ ଏବଂ ଫିଲ୍ଡିଂ କଲେ, ତାକୁ ଦେଖି ଲାଗୁଥିଲା ଯେ ଏହି ମ୍ୟାଚ୍‌ ଭାରତ ବନାମ ନ୍ୟୁଜିଲାଣ୍ଡରୁ ଅଧିକ ଓ୍ବାଶିଂଟନ ବନାମ ନ୍ୟୁଜିଲାଣ୍ଡ ହୋଇଯାଇଥିଲା। ଯଦି ସେ ଏବଂ ଅକ୍ଷର ପଟେଲ ଏଭଳି ପ୍ରଦର୍ଶନ ଜାରି ରଖିବେ ତେବେ ଏହା ଭାରତୀୟ କ୍ରିକେଟ ଟିମ୍‌ ପାଇଁ ଆଗକୁ ଶୁଭଙ୍କର ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri