Posted inଖେଳ

ଉମ୍ରାନଙ୍କୁ କାହିଁକି ଦେଇଥିଲେ ଶେଷ ଓଭର? ହାର୍ଦ୍ଦିକ କହିଲେ…

ଡବଲିନ,୨୯।୬: ଭାରତ ମଙ୍ଗଳବାର ଆୟର୍ଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ରୋମାଞ୍ଚକର ବିଜୟ ସହ ୨ ମ୍ୟାଚ୍‌ ବିଶିଷ୍ଟ ସିରିଜକୁ କ୍ଲିନ୍‌ ସୁଇପ୍‌ କରିଛି। ଦୀପକ ହୁଦା(୧୦୪) ଏବଂ ସଞ୍ଜୁ ସାମସନ୍‌(୭୭)ଙ୍କ ରେକର୍ଡ ପାର୍ଟନରଶିପ୍‌ ଯୋଗୁ ଦଳ ୨୨୫/୭ ସ୍କୋର କରିଥିଲା। ଜବାବରେ ଆୟର୍ଲାଣ୍ଡ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୨୨୧ ରନ୍‌ କରିପାରିଥିଲା। ବିଜୟ ଲାଗି ଶେଷ ବଲରୁ ୧ ଛକା ଆବଶ୍ୟକ କରୁଥିଲା ଆୟର୍ଲାଣ୍ଡ। ମାତ୍ର ଉମ୍ରାନ ମଲିକଙ୍କ ବଲ୍‌ରୁ ମାତ୍ର ୧ ରନ୍‌ କରିପାରିଥିଲେ ମାର୍କ ଆଡେର। ଶେଷରେ ଭାରତର ବିଜୟ ପରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଉମ୍ରାନଙ୍କୁ କାହିଁକି ଅନ୍ତିମ ଓଭର କରାଇଥିବା ନେଇ ବୟାନ ଦେଇଛନ୍ତି।

ହାର୍ଦ୍ଦିକ କହିଛନ୍ତି, ଉମ୍ରାନଙ୍କୁ ଶେଷ ଓଭରରେ ବୋଲିଂ କରିବାକୁ ଛାଡ଼ିବାକୁ ନେଇ ଚିନ୍ତାରେ ନ ଥିଲି। ତାଙ୍କ ନିକଟରେ ଗତି ଥିବା ଯୋଗୁ ସମର୍ଥନ କରିଥିଲି। ଶେଷରେ ସଫଳ ହେଲୁ। ଅପରପକ୍ଷେ ଆୟର୍ଲାଣ୍ଡ ଖେଳାଳିମାନେ ବହୁତ ଭଲ ଖେଳିଲେ। ଏଠାକାର ଦର୍ଶକ ବହୁତ ଭଲ। ଦିନେଶ କାର୍ତ୍ତିକ ଏବଂ ସଞ୍ଜୁ ତାଙ୍କର ପ୍ରିୟ ଖେଳାଳି ଥିଲେ। ଦର୍ଶକ ମ୍ୟାଚ୍‌କୁ ଉପଭୋଗ କରୁଥିବା ଦେଖି ଖୁସି ଲାଗିଲା। ପ୍ରଶଂସକମାନଙ୍କୁ ଧନ୍ୟବାଦ। ନୂଆ ଖେଳାଳିଙ୍କ ଉପରେ ଗର୍ବ ଲାଗୁଛି। ହୁଦାଙ୍କ ପାଇଁ ଖୁସି। ପିଲାବେଳୁ ଦେଶ ପାଇଁ ଖେଳିବା ସମସ୍ତଙ୍କ ସ୍ବପ୍ନ ଥାଏ। ଏମିତିରେ ଦଳର ନେତୃତ୍ୱ ନେବା, ପ୍ରଥମ ବିଜୟ ଏବଂ ପ୍ରଥମ ସିରିଜ ଜିତିବା ସ୍ବତନ୍ତ୍ର ହୋଇ ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri