Posted inଖେଳ

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ ରଜତ ପାଟିଦାରଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରୁ ସେ ଦଳର ନେତୃତ୍ୱ ନେବେ।

ବୁଧବାର ଦିନ ମୁମ୍ବାଇ ଇଣ୍ଡିଆନ୍ସର ଖେଳାଳିମାନେ ରାୟପୁର ଗସ୍ତ କରିଥିବା ବେଳେ ହାର୍ଦ୍ଦିକ ସେମାନଙ୍କ ସହ ନ ଥିଲେ। ଏହାକୁ ନେଇ ସେ ଆଗାମୀ ମ୍ୟାଚ୍‌ ଖେଳିବେ କି ନାହିଁ, ସେ ନେଇ ସନ୍ଦେହ ସୃଷ୍ଟି ହୋଇଥିଲା। କିନ୍ତୁ ସଦ୍ୟତମ ସୂଚନା ଅନୁଯାୟୀ, ହାର୍ଦ୍ଦିକଙ୍କ ସମେତ ଅନ୍ୟ କିଛି ଖେଳାଳି ବିଳମ୍ବରେ ଦଳ ସହ ଯୋଗ ଦେବେ।
ଅଙ୍କ ତାଲିକାରେ ମୁମ୍ବାଇ ଇଣ୍ଡିଆନ୍ସର ଅବସ୍ଥା ଏବେ ବହୁତ ଶୋଚନୀୟ।

ଦଳ ୧୦ ମ୍ୟାଚ୍‌ ଖେଳିଥିବା ବେଳେ ୩ଟିରେ ବିଜେତା ହୋଇଛନ୍ତି। ସେହିଭଳି ୭ଟିରେ ପରାଜିତ ହୋଇଛନ୍ତି। ଏବେ ଦଳ ପଏଣ୍ଟ ତାଲିକା ୯ମ ସ୍ଥାନରେ ଅଛନ୍ତି। ପ୍ଲେ-ଅଫ ଦୌଡ଼ରେ ରହିବାକୁ ହେଲେ ମୁମ୍ବାଇକୁ ଏବେ ପ୍ରତିଟି ମ୍ୟାଚ ଜିତିବାକୁ ପଡ଼ିବ। ରୋହିତ ଶର୍ମା ଏବଂ ରିକଲଟନଙ୍କ ଭଲ ଫର୍ମ ଦଳ ପାଇଁ ଏକ ସକାରାତ୍ମକ ଦିଗ ସାଜିଛି।

ଚଳିତ ସିଜନରେ ହାର୍ଦ୍ଦିକ ଉଭୟ ବ୍ୟାଟିଂ ଓ ବୋଲିଂରେ ବିଫଳ ହୋଇଛନ୍ତି। ୮ଟି ମ୍ୟାଚ୍‌ରେ ମାତ୍ର ୧୪୬ ରନ୍‌(ହାର ୨୦.୮) କରିଛନ୍ତି। ୮ଟି ମ୍ୟାଚ୍‌ରେ ମାତ୍ର ୪ଟି ଉଇକେଟ ଏବଂ ୧୧.୯ ଇକୋନୋମି ରେଟ୍‌ରେ ରନ ଦେଇଛନ୍ତି।

ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରେ ତାଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଥିଲା, କିନ୍ତୁ ଆରସିବି ବିପକ୍ଷ କର ବା ମର ମ୍ୟାଚ ପାଇଁ ସେ ପଡ଼ିଆକୁ ଓହ୍ଲାଇବା ଏକ ପ୍ରକାର ନିଶ୍ଚିତ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାକୁ ଆସିଲେ ବୈଭବ ସୂର୍ଯ୍ୟବଂଶୀ, ପୂର୍ବତନ କ୍ରିକେଟରଙ୍କ ମନ୍ତବ୍ୟରେ ଉଠିଲା ଝଡ଼, ଏଥର…

ନୂଆଦିଲ୍ଲୀ,୫।୮: ଭାରତୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ପୁଣି ଥରେ ଚର୍ଚ୍ଚାରେ ଆସିଛନ୍ତି। ଏଥର ତାଙ୍କ ପ୍ରଦର୍ଶନ ଅପେକ୍ଷା ଅନ୍ତର୍ଜାତିକ କ୍ରିକେଟରେ ଡେବ୍ୟୁକୁ ନେଇ ଅଧିକ ଚର୍ଚ୍ଚା…

ରାଜନୀତିକୁ ଏଣ୍ଟ୍ରି କରିବେ ଅଭିଜିତ ଦୀପକେ! କଲେ ଆଶ୍ଚର୍ଯ୍ୟଜନକ ଘୋଷଣା, ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri