Posted inଖେଳ

ମିଳିଲା ସୂଚନା, ହାର୍ଦ୍ଦିକ୍‌ ପାଣ୍ଡ୍ୟା ହେବେ କ୍ୟାପ୍ଟେନ୍‌

ନୂଆଦିଲ୍ଲୀ, ୧୬।୦୭: ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ଟି-୨୦ ସିରିଜ୍‌ରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଦଳର କ୍ୟାପ୍ଟେନ୍‌ ହେବେ ବୋଲି ସୂଚନା ମିିଳିଛି । ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ଟି-୨୦ ସିରିଜ୍‌ରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଦଳର କ୍ୟାପ୍ଟେନ୍‌ ହେବେ ବୋଲି ସୂଚନା ମିିଳିଛି । ଏହି ସିରିଜ୍‌ରେ ୩ ମ୍ୟାଚ୍‌ ଖେଳାଯିବ । ଚଳିତ ବର୍ଷ ଆସିସିର ଟି-୨୦ ବିଶ଼୍ବକପ୍‌ ଜିତିବାରେ ହାର୍ଦ୍ଦିକ ପାଣ୍ଡ୍ୟା ମୁଖ୍ୟ ଭୂମିକା ଗ୍ରହଣ କରିଥିବା କୁହାଯାଉଛି । ସେଥିପାଇଁ ବିସିସିଆଇ ତାଙ୍କ ଉପରେ ଭରସା କରିଥିବା ଚର୍ଚ୍ଚା ହେଉଛି ।

ସୂଚନା ଥାଉକି, ବିଶ଼୍ବକପ୍‌ ବିଜୟ ପରେ ଭାରତୀୟ କ୍ରିକେଟ ଦଳ ଚଳିତ ମାସ ଶେଷଆଡ଼କୁ ଶ୍ରୀଲଙ୍କା ଗସ୍ତରେ ଯିବାକୁ ପ୍ରସ୍ତୁତ ହେଉଛି । ଟିମ ଇଣ୍ଡିଆ ଏହି ଗସ୍ତରେ ଟି -୨୦ ଏବଂ ୱାନ୍‌ଡେ ସିରିଜ ଶ୍ରୀଲଙ୍କା ସହ ଖେଳିବ। ତେବେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବ୍ୟକ୍ତିଗତ କାରଣରୁ ୱାନ୍‌ଡେ ସିରିଜରେ ଚୟନ ନକରିବାକୁ ବିସିସିଆଇକୁ ଅନୁରୋଧ କରିଛନ୍ତି। ଭାରତୀୟ ଦଳ ୨୭ ଜୁଲାଇରୁ ଶ୍ରୀଲଙ୍କା ବିପକ୍ଷରେ ଟି-୨୦ ସିରିଜ ଖେଳିବାକୁ ଯାଉଥିବା ବେଳେ ୱାନ୍‌ଡେ ସିରିଜ ୨ ଅଗଷ୍ଟରୁ ଖେଳିବାକୁ ଯାଉଛି ।

ଟିମ ଇଣ୍ଡିଆର ନବନିଯୁକ୍ତ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର କୋଚ୍‌ ଭବେ ତାଙ୍କର ନୂତନ ଇନିଂସ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛନ୍ତି । ସେ ଶ୍ରୀଲଙ୍କା ଗସ୍ତରୁ କୋଚ ଭାବରେ ଭାରତୀୟ ଦଳର ଦାୟିତ଼୍ବ ଗ୍ରହଣ କରିବେ। ଇଣ୍ଡିଆନ ଏକ୍ସପ୍ରେସର ରିପୋର୍ଟ ଅନୁଯାୟୀ ଭାରତୀୟ ଦଳର ବରିଷ୍ଠ ଖେଳାଳି ରୋହିତ ଶର୍ମା, ବିରାଟ କୋହଲି ଏବଂ ଜସପ୍ରୀତ ବୁମ୍ରା ଏହି ସିରିଜରୁ ବିରତି ପାଇଁ ଦାବି କରିଛନ୍ତି। ଏହି ଗସ୍ତ ପାଇଁ ସମସ୍ତ ବରିଷ୍ଠ ଖେଳାଳି ଯାଆନ୍ତୁ ବୋଲି ଗମ୍ଭୀର ଚାହୁଁଛନ୍ତି। ହେଲେ ଏହି ସମୟରେ, ହାର୍ଦ୍ଦିକ ପାଣ୍ଡ୍ୟା ବ୍ୟକ୍ତିଗତ କାରଣରୁ ୱାନ୍‌ଡେ ସିରିଜରୁ ଦୂରେଇ ରହିପାରନ୍ତି ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?