Posted inଖେଳ

ଇଡେନ ଗାର୍ଡେନରେ ସମସ୍ତଙ୍କ ହୃଦୟ ଜିତିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଇଡେନ ଗାର୍ଡେନ,୨୧।୧: ଆଜିକାଲି ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ। ଏହି ସିରିଜ ଜାନୁଆରୀ ୨୨ରୁ ଆରମ୍ଭ ହେବ। ଏଥିରେ ପାଞ୍ଚଟି ଟି-୨୦ ଏବଂ ତିନୋଟି ଦିନିକିଆ ମ୍ୟାଚ ଖେଳାଯିବ। ଇଂଲଣ୍ଡ ଦଳ ଭାରତରେ ପହଞ୍ଚି ସାରିଛି ଏବଂ ଉଭୟ ଦଳ ସେମାନଙ୍କର ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ସିରିଜର ପ୍ରଥମ ଟି-୨୦ ମ୍ୟାଚ ପାଇଁ ଉଭୟ ଦଳ କୋଲକାତାର ଇଡେନ ଗାର୍ଡେନରେ ନେଟ ଅଭ୍ୟାସ କରୁଛନ୍ତି। ଏହି ସମୟରେ, ଭାରତୀୟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଏକ ହୃଦୟସ୍ପର୍ଶୀ ଭିଡିଓ ଭାଇରାଲ ହେବାରେ ଲାଗିଛି।
ଭାରତୀୟ ଦଳ କୋଲକାତାର ଇଡେନ ଗାର୍ଡେନରେ ପ୍ରଥମ ଟି-୨୦ ମ୍ୟାଚ ପାଇଁ ନେଟ ଅଭ୍ୟାସ କରୁଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ସେ ତାଙ୍କ ପ୍ରଶଂସକଙ୍କ ସହ ଏକ ସ୍ବତନ୍ତ୍ର ମୁହୂର୍ତ୍ତ ଶେୟାର କରୁଥିବାର ଦେଖାଯାଉଛି। ଅଭ୍ୟାସ ସେଶନ ପରେ, ହାର୍ଦ୍ଦିକ ଷ୍ଟାଡିୟମରେ ଉପସ୍ଥିତ ପ୍ରଶଂସକମାନଙ୍କୁ ଅଟୋଗ୍ରାଫ ଦେଇଥିଲେ। ସେ ପ୍ରଶଂସକଙ୍କ ଜର୍ସି ଏବଂ ପୋଷାକରେ ଦସ୍ତଖତ କରି ସେମାନଙ୍କ ଖୁସିକୁ ଦ୍ୱିଗୁଣିତ କରିଥିଲେ। ହାର୍ଦ୍ଦିକଙ୍କ ସରଳତାକୁ ବହୁତ ପ୍ରଶଂସା କରାଯାଉଛି।

ଭାରତ ବନାମ ଇଂଲଣ୍ଡ ଟି୨୦ ସିରିଜ ସୂଚୀ

ପ୍ରଥମ ଟି-୨୦: ଜାନୁଆରୀ ୨୨, ବୁଧବାର (ଇଡେନ ଗାର୍ଡେନ୍ସ, କୋଲକାତା)
ଦ୍ୱିତୀୟ ଟି-୨୦: ଜାନୁଆରୀ ୨୫, ଶନିବାର (ଏମଏ ଚିଦାମ୍ବରମ ଷ୍ଟାଡିୟମ, ଚେନ୍ନାଇ)
ତୃତୀୟ ଟି-୨୦: ଜାନୁଆରୀ ୨୮, ମଙ୍ଗଳବାର (ନିରଞ୍ଜନ ଶାହା ଷ୍ଟାଡିୟମ, ରାଜକୋଟ)
ଚତୁର୍ଥ ଟି-୨୦: ଜାନୁଆରୀ ୩୧, ଶୁକ୍ରବାର (ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମ, ପୁଣେ)
୫ମ ଟି-୨୦: ଫେବୃଆରୀ ୨, ରବିବାର (ୱାଙ୍ଖେଡେ ଷ୍ଟାଡିୟମ, ମୁମ୍ବାଇ)
ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ
ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ସଞ୍ଜୁ ସାମସନ (ଉଇକେଟକିପର), ଅଭିଷେକ ଶର୍ମା, ତିଲକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ରିଙ୍କୁ ସିଂହ, ନୀତିଶ କୁମାର ରେଡ୍ଡୀ, ଅକ୍ଷର ପଟେଲ (ଉପ-ଅଧିନାୟକ), ହର୍ଷିତ ରାଣା, ଅର୍ଶଦୀପ ସିଂହ, ମହମ୍ମଦ ଶାମି, ବରୁଣ ଚକ୍ରବର୍ତ୍ତୀ, ରବି ବିଷ୍ଣୋଇ , ୱାଶିଂଟନ ସୁନ୍ଦର, ଧ୍ରୁବ ଜୁରେଲ (ଉଇକେଟକିପର)


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri