Posted inଜାତୀୟ

ଭାଜପାରେ ସାମିଲ ହେଲେ ହାର୍ଦ୍ଦିକ ପଟେଲ

ଅହମଦାବାଦ,୨।୬: ଗୁଜରାଟର ପଟିଦାର ନେତା ହାର୍ଦ୍ଦିକ ପଟେଲ ଗୁରୁବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ସେ ଅହମଦାବାଦରେ ଥିବା ଭାଜପା ମୁଖ୍ୟାଳୟରେ ରାଜ୍ୟର ଭାଜପା ଅଧ୍ୟକ୍ଷ ସିଆର୍‌ ପାଟିଲ ଏବଂ ଦଳର ବରିଷ୍ଠ ନେତା ନୀତିନ ପଟେଲଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇଥିଲେ। ଦଳରେ ଯୋଗ ଦେବା ପୂର୍ବରୁ ହାର୍ଦ୍ଦିକ ଦୁର୍ଗା ପୂଜା ଏବଂ ଗାଈ ପୂଜା କରିଥିଲେ।
ହାର୍ଦ୍ଦିକ କହିଛନ୍ତି, ଆଜି ପର୍ଯ୍ୟନ୍ତ ମୁଁ ପଦ ଲୋଭରେ କୌଣସି ପ୍ରକାରର କାମ କରି ନାହିଁ। ମୁଁ କାମ ମାଗି କଂଗ୍ରେସ ଛାଡିଥିଲି ଏବଂ ଭାଜପାରେ ମଧ୍ୟ ମୁଁ କାମ କରିବାର ଇଚ୍ଛା ନେଇ ଯୋଗ ଦେଉଛି।
ହାର୍ଦ୍ଦିକ ପଟେଲ ଗୁରୁବାର ସକାଳୁ ଟୁଇଟ୍‌ କରି ଭାଜପାରେ ଯୋଗଦେବା ବିଷୟରେ ଆଲୋଚନା କରିଛନ୍ତି। ସେ ଲେଖିଛନ୍ତି, ‘ଜାତୀୟ ସ୍ବାର୍ଥ, ରାଜ୍ୟ ସ୍ବାର୍ଥ, ଜନସାଧାରଣଙ୍କ ଆଗ୍ରହ ଏବଂ ସାମାଜିକ ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଁ ଆଜିଠାରୁ ଏକ ନୂତନ ଅଧ୍ୟାୟ ଆରମ୍ଭ କରିବାକୁ ଯାଉଛି। ମୁଁ ଭାରତର ସଫଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶ ସେବା କରିବାରେ ଏକ ଛୋଟ ସିପାହି ଭାବରେ କାର୍ଯ୍ୟ କରିବି।
ସୂଚନାଯୋଗ୍ୟ, ନିକଟରେ ହାର୍ଦ୍ଦିକ ପଟେଲ କଂଗ୍ରେସ ଦଳରୁ ଇସ୍ତଫା ଦେଇଥିଲେ। ସେ ଦଳ ଛାଡିବା ନେଇ ସୋନିଆ ଗାନ୍ଧୀଙ୍କୁ ଲେଖିଥିବା ଏକ ଚିଠିରେ ହାର୍ଦ୍ଦିକ କହିଥିଲେ, ଏହା ହେଉଛି ଏକବିଂଶ ଶତାବ୍ଦୀ ଏବଂ ଭାରତ ହେଉଛି ବିଶ୍ୱର ସବୁଠାରୁ ଯୁବ ଦେଶ। ଦେଶର ଯୁବକମାନେ ଏକ ଦକ୍ଷ ଏବଂ ଦୃଢ ନେତୃତ୍ୱ ଚାହୁଁଛନ୍ତି। ଗତ ପ୍ରାୟ ୩ ବର୍ଷ ମଧ୍ୟରେ ମୁଁ ଜାଣିବାକୁ ପାଇଛି ଯେ କଂଗ୍ରେସ ଦଳ କେବଳ ବିରୋଧର ରାଜନୀତିରେ ସୀମିତ ରହିଆସିଛି। ଦେଶର ଲୋକଙ୍କର ବିରୋଧ ନୁହେଁ, ଏକ ନୂଆ ବିକଳ୍ପ ଆବଶ୍ୟକ, ଯାହା ସେମାନଙ୍କ ଭବିଷ୍ୟତ ଏବଂ ଦେଶକୁ ଆଗକୁ ନେବ।


Enter your email to get our daily news in your inbox.

All Right Reserved By Dharitri.Com

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

ଏଡିଏମ୍‌ -ଜିଲା ଆଦିବାସୀ ନେତା ମୁହାଁମୁହିଁ: ଖବରପାଇ ପହଞ୍ଚିଲା ପୋଲିସ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ସୋମବାର ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିରରେ ବଲାଙ୍ଗୀର ଏଡିଏମ୍‌ ପବିତ୍ର ବେହେରା ଓ ଜିଲା ଆଦିବାସୀ ସଂଘ…

ପରାଜୟ ପରେ ବାହାନା କରିବା ଆରମ୍ଭ କଲେ ଋତୁରାଜ ଗାୟକୱାଡ; ଦର୍ଶାଇଲେ ଦଳର ନୈରାଶ୍ୟଜନକ ପ୍ରଦର୍ଶନର ପ୍ରମୁଖ କାରଣ

ନୂଆଦିଲ୍ଲୀ,୩୧।୩: ଗୁଆହାଟୀରେ ଖେଳାଯାଇଥିବା ଏକ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦମ ଦାର ପରାଜୟ ପରେ, ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାୟକୱାଡ ପରାଜୟର କାରଣ…

ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଲେ ୨ ଛାତ୍ରୀ: ଚାରିଆଡ଼ୁ ଶୁଭେଚ୍ଛା

ଭବାନୀପାଟଣା,୩୧ା୩(ଉତ୍ତମ କୁମାର ଦାଶ):ମାଇଁ ଭାରତ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ପାଇଁ କଳାହାଣ୍ଡି ଜିଲାରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ…

ଏପ୍ରିଲରେ ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଆସୁଛି ଭଲ ସମୟ, ମାଲାମାଲ୍ ହେବେ….

ଏପ୍ରିଲ ମାସ ଚାରୋଟି ନିର୍ଦ୍ଦିଷ୍ଟ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବାକୁ ଯାଉଛି। ଏହି ରାଶିଗୁଡ଼ିକ ପ୍ରତ୍ୟେକ ପ୍ରୟାସରେ ସଫଳତା ହାସଲ କରିବେ। ବିଶେଷକରି,…

ଯୁଦ୍ଧ ମଧ୍ୟରେ କାହିଁକି ଭାଇରାଲ ହେଲା ଟ୍ରମ୍ପଙ୍କ ପୁରୁଣା ବୟାନ? ଜାଣନ୍ତୁ କ’ଣ କହିଛନ୍ତି ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ଓ୍ବାଶିଂଟନ,୩୧।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ୧୯୮୭ ମସିହାର ଏକ ପୁରୁଣା ସାକ୍ଷାତକାର ଶେୟାର କରିଛନ୍ତି, ଯେଉଁଥିରେ ସେ ଇରାନ ସମ୍ପର୍କରେ ଅତ୍ୟନ୍ତ ଆକ୍ରମଣାତ୍ମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri