Posted inଜାତୀୟ

‘ମୋଦିଙ୍କ ସିପାହୀ ସାଜି କରିବି ଦେଶ ସେବା’

ଗାନ୍ଧିନଗର,୨।୬: ଗୁଜରାଟର ପଟିଦାର ନେତା ହାର୍ଦ୍ଦିକ ପଟେଲ ଆଜି ଭାଜପାରେ ଯୋଗଦେବେ। ଏହା ପୂର୍ବରୁ ସେ ଦେଶ ସେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସିପାହି ଭାବରେ କାର୍ଯ୍ୟ କରିବେ ବୋଲି କହିଛନ୍ତି। ନିକଟରେ ସେ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଆଜି ସକାଳ ୧୧ଟାରେ ଭାଜପାର ଗାନ୍ଧିନଗର କାର୍ଯ୍ୟାଳୟ କମଲାମରେ ପହଞ୍ଚି ଦଳର ସଦସ୍ୟତା ଗ୍ରହଣ କରିବେ।
ହାର୍ଦ୍ଦିକ ପଟେଲ ଗୁରୁବାର ସକାଳୁ ଟୁଇଟ୍‌ କରି ଭାଜପାରେ ଯୋଗଦେବା ବିଷୟରେ ଆଲୋଚନା କରିଛନ୍ତି। ସେ ଲେଖିଛନ୍ତି, ‘ଜାତୀୟ ସ୍ବାର୍ଥ, ରାଜ୍ୟ ସ୍ବାର୍ଥ, ଜନସାଧାରଣଙ୍କ ଆଗ୍ରହ ଏବଂ ସାମାଜିକ ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଁ ଆଜିଠାରୁ ଏକ ନୂତନ ଅଧ୍ୟାୟ ଆରମ୍ଭ କରିବାକୁ ଯାଉଛି। ମୁଁ ଭାରତର ସଫଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶ ସେବା କରିବା କାର୍ଯ୍ୟରେ ଏକ ଛୋଟ ସିପାହି ଭାବରେ କାର୍ଯ୍ୟ କରିବି।
ସୂଚନାଯୋଗ୍ୟ, ନିକଟରେ ହାର୍ଦ୍ଦିକ ପଟେଲ କଂଗ୍ରେସ ଦଳରୁ ଇସ୍ତଫା ଦେଇଥିଲେ। ସେ ଦଳ ଛାଡିବା ନେଇ ସୋନିଆ ଗାନ୍ଧୀଙ୍କୁ ଲେଖିଥିବା ଏକ ଚିଠିରେ ହାର୍ଦ୍ଦିକ କହିଥିଲେ, ଏହା ହେଉଛି ଏକବିଂଶ ଶତାବ୍ଦୀ ଏବଂ ଭାରତ ହେଉଛି ବିଶ୍ୱର ସବୁଠାରୁ ଯୁବ ଦେଶ। ଦେଶର ଯୁବକମାନେ ଏକ ଦକ୍ଷ ଏବଂ ଦୃଢ଼ ନେତୃତ୍ୱ ଚାହୁଁଛନ୍ତି। ଗତ ପ୍ରାୟ ୩ ବର୍ଷ ମଧ୍ୟରେ ମୁଁ ଜାଣିବାକୁ ପାଇଛି ଯେ କଂଗ୍ରେସ ଦଳ କେବଳ ବିରୋଧର ରାଜନୀତିରେ ସୀମିତ ରହିଆସିଛି। ଦେଶର ଲୋକଙ୍କର ବିରୋଧ ନୁହେଁ, ଏକ ନୂଆ ବିକଳ୍ପ ଆବଶ୍ୟକ, ଯାହା ସେମାନଙ୍କ ଭବିଷ୍ୟତ ଏବଂ ଦେଶକୁ ଆଗକୁ ନେବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri