Posted inଜାତୀୟ

ଜୁନ ୨ରେ ଭାଜପା ହାତ ଧରିବେ ହାର୍ଦ୍ଦିକ, ନିକଟରେ କଂଗ୍ରେସରୁ ଦେଇଥିଲେ ଇସ୍ତଫା

ଅହମଦାବାଦ,୩୧ ।୫: ଗୁଜରାଟର ପାଟିଦାର ସମ୍ପ୍ରଦାୟରୁ ଆସିଥିବା ହାର୍ଦ୍ଦିକ ପଟେଲ ଖୁବଶୀଘ୍ର ଭାରତୀୟ ଜନତା ପାର୍ଟି(ଭଜପା)ରେ ଯୋଗ ଦେବାକୁ ଯାଉଛନ୍ତି । ସେ ଜୁନ ୨ରେ ଭାଜପାରେ ସାମିଲ ହେବେ ବୋଲି ସୂଚନା ମିଳିଛି । ନିକଟରେ ସେ କଂଗ୍ରେସରୁ ଇସ୍ତଫା ଦେଇଥିବା ବେଳେ ଭାଜପାରେ ଯୋଗ ଦେବେ ବୋଲି ଅନୁମାନ କରାଯାଉଥିଲା ।

ଏବେ ମିଳିଥବା ସୂଚନା ଅନୁଯାୟୀ, ହାର୍ଦ୍ଦିକ ଜୁନ ୨ରେ ରାଜଧାନୀ ଗାନ୍ଧିନଗର ସ୍ଥିତ ଭାଜପା କାର୍ଯ୍ୟାଳୟର ସଦସ୍ୟତା ଗ୍ରହଣ କରିବେ । ଭାଜପାର ଗୁଜରାଟ ମଣ୍ଡଳର ଅଧ୍ୟକ୍ଷ ସିଆର ପାଟିଲଙ୍କ ଉପସ୍ଥିତିରେ ସେ ଦଳର ସଦସ୍ୟତା ଗ୍ରହଣ କରିବେ । ଏହାସହ ହାର୍ଦ୍ଦିକଙ୍କ ସମେତ ୧୫ ହଜାର କର୍ମୀ ବି ଭାଜପାରେ ସାମିଲ ହେବେ ।
ଗତ ସପ୍ତାହରେ ହାର୍ଦ୍ଦିକ ଭାଜପା ଟିକେଟରୁ ଗୁଜରାଟ ବିଧାନସଭା ନିର୍ବାଚନ ଲଢିବେ ବୋଲି ବି ସଙ୍କେତ ଦେଇଛନ୍ତି । ମେ’ ୧୮ରେ ହାର୍ଦ୍ଦିକ କଂଗ୍ରେସ ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ ସହ ପ୍ରାଥମିକ ସଦସ୍ୟତାରୁ ବି ଇସ୍ତଫା ଦେଇଥିଲେ । କଂଗ୍ରେସରୁ ଇସ୍ତଫା ଦେବା ପରେ ସେ କହିଥିଲେ, ମୁଁ ସାହାସ କରି କଂଗ୍ରେସ ଦଳର ପଦ ଓ ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଉଛି । ଏହାକୁ ନେଇ ସେ କହିଥିଲେ ମୋର ଏହି ନିଷ୍ପତ୍ତିକୁ ଗୁଜରାଟବାସୀ ନିଶ୍ଚିିତ ରୂପେ ସ୍ୱାଗତ କରିବେ । ଆଉ ମୁଁ ଭବିଷ୍ୟତରେ ଗୁଜରାଟ ପାଇଁ ସକରାତ୍ମକ ଭାବେ କାମ କରିପାରିବି ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?