Posted inଖେଳ

ହାର୍ଦ୍ଦିକ୍‌ ସିଂ ଆହତ

ଭୁବନେଶ୍ୱର,୧୭ା୧: ହକି ବିଶ୍ୱକପ୍‌ରେ ଭାରତକୁ ଲାଗିଛି ବଡ଼ ଝଟକା। ରବିବାର ଇଂଲଣ୍ଡ ବିପକ୍ଷ ଗୋଲଶୂନ୍ୟ ମ୍ୟାଚ୍‌ର ଚତୁର୍ଥ କ୍ୱାର୍ଟରରେ ଭାରତର ଆଟାକିଂ ମିଡ୍‌ଫିଲ୍ଡର ହାର୍ଦ୍ଦିକ୍‌ ସିଂଙ୍କ ମାଂସପେଶୀ ଟାଣି ହୋଇ ଯାଇଥିଲା। ଯାହାଫଳରେ ସେ ଓ୍ବେଲ୍ସ ବିପକ୍ଷ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ସ୍କାନିଂ ପରେ ସେ ସମ୍ପୂର୍ଣ୍ଣ ଟୁର୍ନାମେଣ୍ଟରେ ଖେଳିବେ କି ନାହିଁ ତାହା ସ୍ପଷ୍ଟ ହେବ। ଉଭୟ ସ୍ପେନ୍‌ ଓ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ହାର୍ଦ୍ଦିକଙ୍କ ପ୍ରଦର୍ଶନ ଉଚ୍ଚକୋଟୀର ଥିଲା। ସ୍ପେନ୍‌ ବିପକ୍ଷରେ ଭାରତର ୨-୦ ବିଜୟରେ ହାର୍ଦ୍ଦିକ ଗୋଟିଏ ଗୋଲ ଦେଇଥିଲେ। ହାର୍ଦ୍ଦିକ ବାଦ୍‌ ପଡ଼ିଲେ ଅତିରିକ୍ତ ଖେଳାଳି ରାଜକୁମାର ପାଲ୍‌ଙ୍କୁ ବଦଳ ଖେଳାଳି ଭାବେ ସାମିଲ କରାଯିବ। ଏଫ୍‌ଆଇଏଚ୍‌ ନିୟମ ଅନୁସାରେ ଯଦି ଜଣେ ଖେଳାଳିଙ୍କ ସ୍ଥାନରେ ଅନ୍ୟ ଖେଳାଳିଙ୍କୁ ସାମିଲ କରାଯାଉଛି ତେବେ ପରେ ସେ ସୁସ୍ଥ ହେଲେ ମଧ୍ୟ ଆଉ ଦଳରେ ସାମିଲ ହୋଇପାରିବେନାହିଁ। ହାର୍ଦ୍ଦିକ ଭାରତୀୟ ମିଡ୍‌ଫିଲ୍ଡରେ ଜଣେ ଅଗ୍ରଣୀ ଖେଳାଳି ରହିଥିବା ବେଳେ ଫରଓ୍ବାର୍ଡଙ୍କ ପରି ଆଟାକ୍‌ ଶୈଳୀ ତାଙ୍କୁ ଆଣିଦେଇଥିଲା ପ୍ରସିଦ୍ଧି। ସ୍ପେନ୍‌ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ଚମତ୍କାର ଟ୍ୟାକେଲ୍‌ ଓ ଆକ୍ରମଣର ଉଦାହରଣ ଦେଖାଇ ସେ ଭାରତ ପାଇଁ ଦ୍ୱିତୀୟ ଗୋଲ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?