Posted inଖେଳ

ଟି୨୦ ସିରିଜ ଜିତିଲା ଭାରତ

ସିଡ୍‌ନୀ,୬।୧୨: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ ଭଳି ଦ୍ୱିତୀୟ ମ୍ୟାଚ୍‌କୁ ମଧ୍ୟ ଅତି ସହଜରେ ଜିତି ପ୍ରତିଶୋଧ ନେବାରେ ସଫଳ ହୋଇଛି ଟିମ୍‌ ଇଣ୍ଡିଆ। ସ୍ଥାନୀୟ ଏସ୍‌ସିଜିଠାରେ ଖେଳାଯାଇଥିବା ମ୍ୟାଚରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ୬ ଉଇକେଟରେ ଘରୋଇ ଦଳକୁ ପରାସ୍ତ କରିଛି। ଏଥିସହ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌କୁ ୨-୦ ବ୍ୟବଧାନରେ ଆଗୁଆ ଜିତି ନେଇଛି ଭାରତ। ଟି୨୦ ଫର୍ମାଟରେ ଏହା ଟିମ୍‌ ଇଣ୍ଡିଆର କ୍ରମାଗତ ୯ମ ବିଜୟ।

ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ମାଥ୍ୟୁ ଓ୍ବେଡଙ୍କ ଅର୍ଦ୍ଧଶତକୀୟ ପାଳି ଯୋଗୁ ୫ ଉଇକେଟ ହରାଇ ୧୯୪ ରନ୍‌ କରିଥିଲା। ଦଳ ପକ୍ଷରୁ ଓ୍ବେଡ୍‌ ସର୍ବାଧିକ ୫୮ (୧୦ ଚୌକା ଓ ଗୋଟିଏ ଛକା) ରନର ଇନିଂସ ଖେଳିଥିବାବେଳେ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଷ୍ଟିଭ ସ୍ମିଥ ୪୬ (୩ ଚୌକା ଓ ୨ ଛକା) । ଏମାନଙ୍କ ବ୍ୟତୀତ ଛୋଟ ହେଲେ ଉପଯୋଗୀ ଇନିଂସ ଖେଳିଥିଲେ ହେନରିକ୍ସ (୨୬), ମ୍ୟାକ୍ସଓ୍ବେଲ (୨୨) ଓ ମାର୍କସ ଷ୍ଟୋଇନିସ (୧୬)। ଭାରତ ପାଇଁ ଟି. ନଟରାଜନ ୨ ଉଇକେଟ ନେଇଥିବାବେଳେ ୟୁଜବେନ୍ଦ୍ର ଚହଲ ଓ ଶାର୍ଦ୍ଦୁଳ ଠାକୁର ଗୋଟିଏ ଲେଖାଏ ଉଇକେଟ ହାତେଥିଲେ।

ଜବାବରେ ଭାରତ ୨ ବଲ ପୂର୍ବରୁ ହାତରେ ୬ ଉଇକେଟ ରଖି ବିଜୟ ଲକ୍ଷ୍ୟ ହାସଲ କରିଥିଲା। ଭାରତୀୟ ଦଳକୁ ଭଲ ଆରମ୍ଭ ଦେଇଥିଲା ଲୋକେଶ ରାହୁଲ ଓ ଶିଖର ଧାଓ୍ବନଙ୍କ ଓପନିଂ ଯୋଡ଼ି। ରାହୁଲ ୩୦, ଧାଓ୍ବନ ୫୨( ୪ ଚୌକା ଓ ୨ ଛକା) ଏବଂ କୋହଲି ୪୦ (୨ ଲେଖାଏ ଚୌକା ଓ ଛକା) ଆଉଟ୍‌ ହୋଇଥିଲେ। ଏହିଠାରୁ ହାର୍ଦ୍ଦିକ ପାଣ୍ଡ୍ୟା (୪୨) ଓ ଶ୍ରେୟାସ ଆୟାର (୧୨) ବିସ୍ଫୋରକ ବ୍ୟାଟିଂ କରି ଭ୍ରମଣକରୀ ଟିମ୍‌ ଇଣ୍ଡିଆକୁ ଦେଇଥିଲେ ବିଜୟ ଭେଟି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri