Posted inଖେଳ

ହାର୍ଦ୍ଦିକ ପାଇବେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଟ୍ରାନ୍ସଫର ଫି

ନୂଆଦିଲ୍ଲୀ,୨୫।୧୧: ଆଇପିଏଲ ୨୦୨୪ ଆରମ୍ଭ ହେବାକୁ ଆହୁରି ତିନି ମାସରୁ ଅଧିକ ସମୟ ବାକି ଅଛି। ହେଲେ ଏହାପୂର୍ବରୁ ଏହି ଲିଗ ଖୁବ ଚର୍ଚ୍ଚାରେ ରହିଛି। କାରଣ ହେଉଛି ଗୁଜୁରାଟ ଟାଇଟାନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମୁମ୍ବାଇ ଇଣ୍ଡିଆନ୍ସରେ ଯୋଗଦେବା ଖବର ହଠାତ୍‌ ସାମ୍ନାକୁ ଆସିଛି। ଗୁଜୁରାଟ ଦଳ ଗତ ଦୁଇ ସିଜନରେ ଆଇପିଏଲ ଖେଳୁଛି ଏବଂ ଗତ ଦୁଇ ସିଜନରେ ହାର୍ଦ୍ଦିକଙ୍କ ଅଧିନାୟକତ୍ୱରେ ଦଳ ଫାଇନାଲରେ ପ୍ରବେଶ କରିଛି।
୨୦୨୨ରେ ଗୁଜୁରାଟ ଦଳ ଚାମ୍ପିୟନ ହୋଇଥିଲେ। ବର୍ତ୍ତମାନ ଖବର ଆସୁଛି ଯେ ହାର୍ଦ୍ଦିକ ଗୁଜୁରାଟ ଛାଡିବାକୁ ପ୍ରସ୍ତୁତ ଏବଂ ମୁମ୍ବାଇ ତାଙ୍କୁ ଟ୍ରେଡ ୱିଣ୍ଡୋ ମାଧ୍ୟମରେ ନିଜ ଦଳରେ ଅନ୍ତର୍ଭୁକ୍ତ କରିବାକୁ ଚାହୁଁଛି। ଗୁଜୁରାଟ ମଧ୍ୟ ହାର୍ଦ୍ଦିକଙ୍କୁ ମୁକ୍ତ କରିବାକୁ ପ୍ରସ୍ତୁତ ଅଛି। ତେବେ ମୁମ୍ବାଇରେ ବର୍ତ୍ତମାନ ଅର୍ଥ ଅଭାବ ରହିଛି। ଟ୍ରାନ୍ସଫର ୱିଣ୍ଡୋ ୨୬ରେ ବନ୍ଦ ହେବ। ଏହା ପୂର୍ବରୁ ମୁମ୍ବାଇକୁ ଏହି ରାଶି ଦେବାକୁ ପଡିବ। ଏହି ଚୁକ୍ତି ପ୍ରାୟ ଚୂଡାନ୍ତ ହୋଇଛି।
ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ମୁମ୍ବାଇକୁ ହାର୍ଦ୍ଦିକଙ୍କ ଦରମା ଏବଂ ଟାଇଟାନ୍ସକୁ ଟ୍ରାନ୍ସଫର ଫି ହିସାବରେ ୧୫କୋଟି ଟଙ୍କା (ପ୍ରାୟ ୧.୮ ମିଲିୟନ ଡଲାର୍‌) ଦେବାକୁ ପଡିବ। ଟ୍ରାନ୍ସଫର ଫିର ପରିମାଣ ବିଷୟରେ ସୂଚନା ଏପର୍ଯ୍ୟନ୍ତ ଗ୍ରହଣ କରାଯାଇ ନାହିଁ । ଟ୍ରାନ୍ସଫର ଦେୟର ୫୦ ପ୍ରତିଶତ ପର୍ଯ୍ୟନ୍ତ ହାର୍ଦ୍ଦିକ ପାଇବେ ବୋଲଇ କୁହାଯାଉଛି। ହାର୍ଦ୍ଦିକ ମଧ୍ୟ ୨୦୧୫ ରେ ମୁମ୍ବାଇ ଇଣ୍ଡିଆନ୍ସ ସହିତ ଆଇପିଏଲ କ୍ୟାରିୟର ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ…

ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା! ୭-୮% ମହଙ୍ଗା ହେବ…

ନୂଆଦିଲ୍ଲୀ,୨୨।୯: ଆଗକୁ ଆସୁଛି ଦଶହରା, ଛଠ ପୂଜା ଓ ଦୀପାବଳି ଭଳି ବଡ଼ ପାର୍ବଣ। ପାର୍ବଣ ପାଇଁ ଲୋକେ ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ବଢ଼ୁଥିବା ମହଙ୍ଗା…

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ୧୦ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଘୋଷଣା

ନୂଆଦିଲ୍ଲୀ,୨୨।୯: ଉତ୍ତର ପ୍ରଦେଶରୁ ୧୦ଟି ଏବଂ ଉତ୍ତରାଖଣ୍ଡରୁ ଗୋଟିଏ – ଏହିପରି ମୋଟ ୧୧ଟି ରାଜ୍ୟ ସଭା ଆସନ ପାଇଁ ଅକ୍ଟୋବର ୧୬ରେ ନିର୍ବାଚନ ଅନୁଷ୍ଠିତ ହେବ।…

ଓୱାଇସିଙ୍କ ବୟାନକୁ ନେଇ ହଇଚଇ, କହିଲେ ରାତିରେ ଶୋଇବା ପୂର୍ବରୁ ପତ୍ନୀଙ୍କୁ….

ନୂଆଦିଲ୍ଲୀ,୨୨।୯: ରାଜନୈତିକ ପ୍ରସଙ୍ଗରେ ନିଜ ମତ ରଖୁଥିବା AIMIM ମୁଖ୍ୟ ତଥା ହାଇଦ୍ରାବାଦ ଲୋକସଭା ଏମପି ଅସଦୁଦ୍ଦିନ ଓୱାଇସିଙ୍କ ଏକ କାର୍ଯ୍ୟକ୍ରମରେ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?