Posted inଖେଳ

ସ୍ତ୍ରୀଙ୍କଠାରୁ ଅଲଗା ହେଲେ ହାର୍ଦ୍ଦିକ ପାଣ୍ଡ୍ୟା!

ମୁମ୍ବାଇ,୨୪।୫: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ସ୍ତ୍ରୀ ନତାଶା ଷ୍ଟାନକୋଭିକଙ୍କ ମଧ୍ୟରେ ସବୁକିଛି ଚାଲି ନ ଥିବା ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ଉପରେ ପରସ୍ପରଠାରୁ ଅଲଗା ରହୁଥିବା କୁହାଯାଉଛି। ନତାଶା ଇନଷ୍ଟାଗ୍ରାମ ଆକାଉଣ୍ଟରୁ ପାଣ୍ଡ୍ୟା ସରନେମ୍‌ ହଟାଇ ଦେଇଛନ୍ତି। ଏହା ବ୍ୟତୀତ ସେ ହାର୍ଦ୍ଦିକଙ୍କ ସହ ତାଙ୍କର ସମସ୍ତ ଫଟୋ ମଧ୍ୟ କାଟିଦେଇଛନ୍ତି। ଏଥିରୁ ଅନୁମାନ କରାଯାଉଛି ଯେ ବୋଧହୁଏ ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ଚାଲିନାହିଁ । ଉଭୟଙ୍କ ମଧ୍ୟରେ ସମ୍ପର୍କକୁ ନେଇ ବିବାଦ ଲାଗି ରହିଛି।
ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ସର୍ବିଆର ମଡେଲ ନତାଶା ଷ୍ଟାନକୋଭିକ ମେ ୩୧, ୨୦୨୦ ରେ ବିବାହ କରିଥିଲେ। ଉଭୟେ ଏକ ବର୍ଷରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ, ଯାହାଙ୍କ ନାମ ଅଗସ୍ତ୍ୟ। ଉଭୟ ପ୍ରାୟତଃ ସୋସିଆଲ ମିଡିଆରେ ପରିବାର ସହିତ ଫଟୋ ଶେୟାର କରୁଥିଲେ। ମ୍ୟାଚ ସମୟରେ ଷ୍ଟାଡିୟମରେ ନତାଶା ହାର୍ଦ୍ଦିକଙ୍କୁ ଚିୟର କରୁଥିବା ଦେଖିବାକୁ ମିଳିଥିଲା, କିନ୍ତୁ ଏହି ଆଇପିଏଲ ସିଜନରେ ଏହା ଦେଖାଯାଇ ନ ଥିଲା। ଗତ ମାର୍ଚ୍ଚ ୪ରେ ନତାଶା ଷ୍ଟାନକୋଭିକଙ୍କ ଜନ୍ମଦିନ ମଧ୍ୟ ହୋଇଥିଲା। ସେଦିନ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଠାରୁ ତାଙ୍କ ପାଇଁ କୌଣସି ପୋଷ୍ଟ କରି ନ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri